Posted inଖେଳ

ଅନୁଷ୍କାଙ୍କ ଫଟୋଶୁଟ୍‌ ଦେଖି କ’ଣ କହିଲେ ବିରାଟ

ମୁମ୍ବାଇ, ୧୧।୭- ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଓ ବଲିଉଡ୍‌ର ଚର୍ଚ୍ଚିତ ଅଭିନେତ୍ରୀ ଅନୁଷ୍କା ଶର୍ମା ୨୦୧୭ ଡିସେମ୍ବରରେ ପରସ୍ପର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। କ୍ରିକେଟ୍‌ ଓ ବଲିଉଡ୍‌ ଜଗତରେ ଏ ଯୋଡ଼ିଙ୍କୁ ସବୁଠାରୁ ଆକର୍ଷଣୀୟ ଦମ୍ପତି କୁହାଯାଏ। ଉଭୟ କୋହଲି ଓ ଅନୁଷ୍କା ସର୍ବସାଧାରଣ ସ୍ଥାନରେ ପରସ୍ପର ପ୍ରତି ନିଜର ପ୍ରେମ ଓ ପ୍ରଶଂସା ପ୍ରକାଶ କରିବାକୁ କେବେବି ପଛଘୁଞ୍ଚା ଦେଇ ନ ଥାନ୍ତି। ସେମାନେ ନିଜର ଫଟୋକୁ ସୁନ୍ଦର ସୁନ୍ଦର ହୃଦୟସ୍ପର୍ଶୀ କ୍ୟାପସନ ସହ ସୋସିଆଲ ମିଡିଆ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରିଥାନ୍ତି। ନିକଟରେ ଭୋଗ୍ସ ମାଗାଜିନ ପାଇଁ ଅନୁଷ୍କା ଫଟୋ ଶୁଟ୍‌ କରିଥିଲେ। ଅନୁଷ୍କା ଏହି ଫଟୋ ନିଜ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରି କ୍ୟାପସନରେ ସେ ଲେଖିଛନ୍ତି, ‘ଶୀତଳ ପବନ, ସ୍ଥିର ତରଙ୍ଗ, ମୋ ଚର୍ମରେ କିଛି ବାଲି, ପିଠିରେ ସୂର୍ଯ୍ୟ କିରଣ ଏବଂ ଲୁଣିଆ କେଶ। ଏହା ଏକ ଭଲ ଦିନ ଥିଲା।’ ଏହି ଫଟୋ ପୋଷ୍ଟ କରିବାର କିଛି ସମୟ ମଧ୍ୟରେ ଅନୁଷ୍କାର ଲକ୍ଷ ଲକ୍ଷ ପ୍ରଶଂସକ ଓ ଫଲୋଅର୍ସ ଏହାକୁ ଲାଇକ୍‌ କରିଥିଲେ। ସେହିଭଳି ବି-ଟାଉନରୁ ମଧ୍ୟ ତାଙ୍କୁ ବହୁତ ପ୍ରଶଂସା ମିଳିଥିଲା। କୋହଲି ମଧ୍ୟ ସ୍ତ୍ରୀଙ୍କ ଏହି ଆକର୍ଷଣୀୟ ଫଟୋରେ ମନ୍ତବ୍ୟ ଦେବାକୁ ଭୁଲି ନ ଥିଲେ। କୋହଲି କିଛି କହି ନ ଥିଲେ ମଧ୍ୟ ନିଜ ଭାବନାକୁ ବ୍ୟକ୍ତ କରିଛନ୍ତି। ବିରାଟ ଫାୟାର ଇମୋଜି ସହ ହାର୍ଟ ଇମୋଜି ଦେଇ ନିଜ ଭାବନାରେ ବହୁତ କିଛି କହିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି କଲେଜରେ ବନ ମହୋତ୍ସବ: ଅତିଥି ,ଅଧ୍ୟାପିକା,  ଅଧ୍ୟାପକ ମିଳିମିଶିକଲେ …

ଦିଗପହଣ୍ଡି,୨୯|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଯୁକ୍ତ ୨ ଏବଂ ଯୁକ୍ତ ୩ ଜାତୀୟ ସେବା ଯୋଜନା(ଏନଏସଏସ) ୟୁନିଟ ପକ୍ଷରୁ କଲେଜ ପରିସରରେ…

ହୁମାରେ ବଡ଼ ଧରଣର ସିରିଜ୍ ଚୋରି: ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ହୁମା,୨୯।୭ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ହୁମା ଫାଣ୍ଡି ଅଧୀନ ପାଟଣା ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ସିରିଜ୍ ଚୋରି ଘଟିଛି। ଗୋଟିଏ…

କାଦୁଅ ପାଇଁ ହନ୍ତସନ୍ତ ରୋଗୀ, ଥୁଆମୂଳ ରାମପୁର CHC ରାସ୍ତାରେ ଅଟକୁଛି ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୯।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମୁଖ୍ୟ ରାସ୍ତା ଓ ଗେଟ୍ ସମ୍ମୁଖରେ ଏବେ ସ୍ଥିତି ଶୋଚନୀୟ ହୋଇପଡିଛି ।…

ଭୟଙ୍କର ବାଇକ୍ ଦୁର୍ଘଟଣା, ଚାଲିଗଲା ୨ଜଣଙ୍କ ଜୀବନ

ବଞ୍ଚୋ,୨୯।୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସିଙ୍ଗଡୋଭ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଧବାର ସନ୍ଧ୍ୟାରେ ଘଟିଥିବା ଏକ ଭୟଙ୍କର ବାଇକ୍‌ ଦୁର୍ଘଟଣାରେ…

ଚିକିତ୍ସା ଅବହେଳାରୁ ପ୍ରସୂତୀ ମୃତ୍ୟୁ ଘଟଣା, ସିଲ୍ ହେଲା ନର୍ସିଂହୋମ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରର ଏକ ଘରୋଇ ନର୍ସିଂହୋମକୁ ସିଲ୍ କଲା ଜିଲା ପ୍ରଶାସନ । ଅମୃତଧାରା ଘରୋଇ ନର୍ସିଂହୋମକୁ ବୁଧବାର ଜିଲା ପ୍ରଶାସନ ପକ୍ଷରୁ…

ରିଙ୍ଗ ରୋଡ଼ ଭାଙ୍ଗି ଆନନ୍ଦପୁରରେ ବନ୍ୟା: ପାଣିରେ ଭାସିଲା ଗାଁ, ନିଖୋଜ ଯୁବକ

ଆନନ୍ଦପୁର,୨୯।୭(ସୁଶାନ୍ତ କୁମାର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ କେନ୍ଦୁଝର ଜିଲାର ଆନନ୍ଦପୁର ଅଞ୍ଚଳରେ ଭୟାବହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।…

ବାଂଲାଦେଶ ଫେରିବା ନେଇ ଶେଖ୍ ହାସିନାଙ୍କ ବଡ଼ ବୟାନ, ମୃତ୍ୟୁ ମଧ୍ୟ ଗ୍ରହଣୀୟ କିନ୍ତୁ….

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା କ୍ଷମତା ଯିବା ପରଠାରୁ ଅର୍ଥାତ୍ ଅଗଷ୍ଟ ୨୦୨୪ରୁ ଭାରତରେ ରହି ଆସୁଛନ୍ତି । ସେ କହିଛନ୍ତି ଯେ, ଚଳିତ ବର୍ଷ…

ପୁଣି ଚର୍ଚ୍ଚାରେ ଭବାନୀପାଟଣାର କୁନି ଝିଅ କଶିସ୍‌, ବହୁମୁଖୀ ପ୍ରତିଭାର ଅଧିକାରିଣୀ ହୋଇ…

ଭବାନୀପାଟଣା,୨୯ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ୩ ବର୍ଷର କୁନି ଝିଅ କଶିସ୍‌ ଅଗ୍ରଓ୍ବାଲ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଗତ ଏପ୍ରିଲ ମାସରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri