Posted inଖେଳ

ରେସଲରଙ୍କ ଅଭିଯୋଗ ପ୍ରମାଣିତ ହେଲେ ଫାଶିରେ ଝୁଲି ପଡ଼ିବି: ବ୍ରିଜ ଭୂଷଣ

ନୂଆଦିଲ୍ଲୀ,୧୮।୧: ଭାରତୀୟ କୁସ୍ତି ମହାସଂଘର ସଭାପତି ତଥା ଭାଜପା ଏମ୍‌ପି ବ୍ରିଜ ଭୂଷଣ ଶାରନ ସିଂଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣି ଜନ୍ତରମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି ରେସଲର୍‌। ସେମାନେ ସଭାପତି ପରିବର୍ତ୍ତନ କରିବାକୁ ଅଡି ବସିବା ସହ ଦାବି ପୂରଣ ନ ହେବା ଯାଏ ଧାରଣା ଜାରି ରହିବ ବୋଲି କହିଛନ୍ତି। ଏବେ ଏହି ପ୍ରସଙ୍ଗରେ ବ୍ରିଜ ଭୂଷଣଙ୍କ ପ୍ରତିକ୍ରିୟା ଆସିଛି। ଫେଡେରେସନ କୌଣସି ଖେଳାଳିଙ୍କ ନିର୍ଯାତନା ଦେଇଛି ବୋଲି କ’ଣ କେହି ଆଗକୁ ଆସି କହିପାରିବେ ବୋଲି ସେ ପ୍ରଶ୍ନ କରିଛନ୍ତି।

ନିଜର ମତ ରଖି ସେ କହିଛନ୍ତି, ଧାରଣା ବିଷୟରେ ମୁଁ ଜାଣିବା ମାତ୍ରେ ବିମାନ ଟିକେଟ କରି ଆସିଛି। ଅଭିଯୋଗ କ’ଣ ମୁଁ ପ୍ରଥମେ ଜାଣି ନ ଥିଲି। ଭିନେଶ ଯେଉଁ ସବୁଠୁ ବଡ ଅଭିଯୋଗ କରିଛନ୍ତି। ହେଲେ କେହି ଅଛନ୍ତି ଯିଏ କହିପାରିବେ ଯେ ଫେଡେରେଶନ କୌଣସି ଖେଳାଳିଙ୍କୁ ହଇରାଣ କରିଛି। ଗତ ଦଶ ବର୍ଷ ଧରି ଫେଡେରେଶନଠାରୁ କୌଣସି ଅସୁବିଧା ହେଉ ନ ଥିଲା।

ହେଲେ ଯେତେବେଳେ ନୂତନ ନିୟମ ଅଣାଯାଏ ସେତେବେଳେ ପ୍ରସଙ୍ଗ ସାମ୍ନାକୁ ଆସେ। ବିକ୍ଷୋଭରେ ବସିଥିବା କୁସ୍ତିଯୋଦ୍ଧାମାନେ ଅଲିମ୍ପିକ୍ସ ପରେ କୌଣସି ଜାତୀୟ ଟୁର୍ନାମେଣ୍ଟରେ ଭାଗ ନେଇ ନାହାନ୍ତି। ଖେଳାଳିଙ୍କୁ କୌଣସି ପ୍ରକାର ନିର୍ଯାତନା ଦିଆଯାଇନାହିଁ। ଯଦି ଏହା ପ୍ରମାଣିତ ହୁଏ ମୁଁ ଫାଶିରେ ଝୁଲି ପଡ଼ିବି। ଏଥିରେ କେହି ବଡ଼ ବ୍ୟକ୍ତିଙ୍କ ହାତ ରହିଛି, ଏକ ବଡ଼ ଶିଳ୍ପପତିଙ୍କ ହାତ, ଏହା ଏକ ଷଡଯନ୍ତ୍ର ବୋଲି ସେ କହିଛନ୍ତି।

ଏହାଛଡ଼ା ସେ କହିଛନ୍ତି, ୯୭ ପ୍ରତିଶତ ଖେଳାଳି ମୋ ସହିତ ଅଛନ୍ତି। ଯଦି ଆପଣ ଚାହାଁନ୍ତି, ଭୋଟ କରାଇ ନିଅନ୍ତୁ। ଯୌନ ଉତ୍ପୀଡ଼ନ ଏକ ବଡ ଅଭିଯୋଗ। ମୋର ନାମ ଏଥିମଧ୍ୟକୁ ଟଣାଯାଇଥିବାରୁ କାର୍ଯ୍ୟାନୁଷ୍ଠାନ ନେଇପାରିବି ନାହିଁ। ହେଲେ ଯାଞ୍ଚ ଲାଗି ପ୍ରସ୍ତୁତ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri