Posted inଜାତୀୟ

ଆଦିବାସୀଙ୍କ ପାଇଁ ଦ୍ରୌପଦୀ କ’ଣ କରିଛନ୍ତି

ନୂଆଦିଲ୍ଲୀ,୨୪ା୬:ଆଦିବାସୀଙ୍କ ପାଇଁ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ତୁଳନାରେ ମୋ ଅବଦାନ ଅଧିକ। କେନ୍ଦ୍ରମନ୍ତ୍ରୀ ଥିବାବେଳେ ମୁଁ ଆଦିବାସୀଙ୍କ ମଙ୍ଗଳ ପାଇଁ ଅନେକ କାର୍ଯ୍ୟ କରିଛି ବୋଲି ଗୁରୁବାର ବିରୋଧୀ ଦଳର ମିଳିତ ରାଷ୍ଟ୍ରପତି ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନା ପ୍ରକାଶ କରିଛନ୍ତି।
ଜୁଲାଇ ୧୮ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ବିରୋଧୀଙ୍କ ପକ୍ଷରୁ ପ୍ରାର୍ଥୀ ହୋଇଥିବା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ନେତା ଯଶଓ୍ବନ୍ତ ସିହ୍ନା କହିଛନ୍ତି, ସେ ଏନ୍‌ଡିଏ ପ୍ରତିଦ୍ୱନ୍ଦ୍ୱୀ ଦ୍ରୌପଦୀଙ୍କ ଅପେକ୍ଷା ତଫସିଲଭୁକ୍ତ ଜାତି (ଏସ୍‌ସି) ଏବଂ ଅନ୍ୟ ବଞ୍ଚତ୍ତ ବର୍ଗଙ୍କ ପାଇଁ ଅଧିକ କାର୍ଯ୍ୟ କରିଛନ୍ତି। ଦ୍ରୌପଦୀ ଝାଡ଼ଖଣ୍ଡର ରାଜ୍ୟପାଳ ସମେତ ବିଭିନ୍ନ ପଦପଦବୀରେ ଥିବାବେଳେ ଆଦିବାସୀଙ୍କ ପାଇଁ କ’ଣ ସବୁ କରିଛନ୍ତି ତା’ର ହିସାବ ଦିଅନ୍ତୁ। ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ କ୍ୟାବିନେଟ ସଦସ୍ୟ ହୋଇଥିବାରୁ ମୁଁ ନିଜକୁ ଗର୍ବିତ ଅନୁଭବ କରୁଛି। ବର୍ତ୍ତମାନର ଭାଜପା ବାଜପେୟୀଙ୍କ ଅବଦାନକୁ ଭୁଲିଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାର ଅମଳରେ ଗଣତାନ୍ତ୍ରିକ ମୂଲ୍ୟବୋଧ ପ୍ରତି ବିପଦ ସୃଷ୍ଟି ହୋଇଛି। ଚଳିତ ରାଷ୍ଟ୍ରପତି ନିର୍ବାଚନ ପରିଚୟକୁ ନେଇ ନୁହେଁ, ବରଂ ବିଚାରଧାରା ଆଧାରିତ। କିଏ ମୁର୍ମୁ ଓ କିଏ ସିହ୍ନା ତାହା ବଡ଼ କଥା ନୁହେଁ। ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି ମୁର୍ମୁ କେଉଁ ବିଚାରଧାରାର ପ୍ରତିନିଧିତ୍ୱ କରୁଛନ୍ତି। ଏକ ନିର୍ଦ୍ଦିଷ୍ଟ ସମୁଦାୟରେ ଜନ୍ମ ନେବାର ତାତ୍ପର୍ଯ୍ୟ ନୁହେଁ ଯେ, ଆପଣ ସ୍ବତଃ ସେହି ସମୁଦାୟର ସର୍ବୋତ୍କୃଷ୍ଟ ବିବେଚିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri