Posted inଜାତୀୟ

ଆଦିବାସୀଙ୍କ ପାଇଁ ଦ୍ରୌପଦୀ କ’ଣ କରିଛନ୍ତି

ନୂଆଦିଲ୍ଲୀ,୨୪ା୬:ଆଦିବାସୀଙ୍କ ପାଇଁ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ତୁଳନାରେ ମୋ ଅବଦାନ ଅଧିକ। କେନ୍ଦ୍ରମନ୍ତ୍ରୀ ଥିବାବେଳେ ମୁଁ ଆଦିବାସୀଙ୍କ ମଙ୍ଗଳ ପାଇଁ ଅନେକ କାର୍ଯ୍ୟ କରିଛି ବୋଲି ଗୁରୁବାର ବିରୋଧୀ ଦଳର ମିଳିତ ରାଷ୍ଟ୍ରପତି ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନା ପ୍ରକାଶ କରିଛନ୍ତି।
ଜୁଲାଇ ୧୮ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ବିରୋଧୀଙ୍କ ପକ୍ଷରୁ ପ୍ରାର୍ଥୀ ହୋଇଥିବା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ନେତା ଯଶଓ୍ବନ୍ତ ସିହ୍ନା କହିଛନ୍ତି, ସେ ଏନ୍‌ଡିଏ ପ୍ରତିଦ୍ୱନ୍ଦ୍ୱୀ ଦ୍ରୌପଦୀଙ୍କ ଅପେକ୍ଷା ତଫସିଲଭୁକ୍ତ ଜାତି (ଏସ୍‌ସି) ଏବଂ ଅନ୍ୟ ବଞ୍ଚତ୍ତ ବର୍ଗଙ୍କ ପାଇଁ ଅଧିକ କାର୍ଯ୍ୟ କରିଛନ୍ତି। ଦ୍ରୌପଦୀ ଝାଡ଼ଖଣ୍ଡର ରାଜ୍ୟପାଳ ସମେତ ବିଭିନ୍ନ ପଦପଦବୀରେ ଥିବାବେଳେ ଆଦିବାସୀଙ୍କ ପାଇଁ କ’ଣ ସବୁ କରିଛନ୍ତି ତା’ର ହିସାବ ଦିଅନ୍ତୁ। ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ କ୍ୟାବିନେଟ ସଦସ୍ୟ ହୋଇଥିବାରୁ ମୁଁ ନିଜକୁ ଗର୍ବିତ ଅନୁଭବ କରୁଛି। ବର୍ତ୍ତମାନର ଭାଜପା ବାଜପେୟୀଙ୍କ ଅବଦାନକୁ ଭୁଲିଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାର ଅମଳରେ ଗଣତାନ୍ତ୍ରିକ ମୂଲ୍ୟବୋଧ ପ୍ରତି ବିପଦ ସୃଷ୍ଟି ହୋଇଛି। ଚଳିତ ରାଷ୍ଟ୍ରପତି ନିର୍ବାଚନ ପରିଚୟକୁ ନେଇ ନୁହେଁ, ବରଂ ବିଚାରଧାରା ଆଧାରିତ। କିଏ ମୁର୍ମୁ ଓ କିଏ ସିହ୍ନା ତାହା ବଡ଼ କଥା ନୁହେଁ। ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି ମୁର୍ମୁ କେଉଁ ବିଚାରଧାରାର ପ୍ରତିନିଧିତ୍ୱ କରୁଛନ୍ତି। ଏକ ନିର୍ଦ୍ଦିଷ୍ଟ ସମୁଦାୟରେ ଜନ୍ମ ନେବାର ତାତ୍ପର୍ଯ୍ୟ ନୁହେଁ ଯେ, ଆପଣ ସ୍ବତଃ ସେହି ସମୁଦାୟର ସର୍ବୋତ୍କୃଷ୍ଟ ବିବେଚିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri