Posted inଜାତୀୟ

ଏମିତି କ’ଣ ଘଟିଗଲା, ଶେଷରେ ଖାର୍ଗେଙ୍କୁ କ୍ଷମା ମାଗିଲେ ନଡ୍ଡା

ନୂଆଦିଲ୍ଲୀ,୩୦।୭(ପି.ଟି./ଏଜେନ୍ସି):ରାଜ୍ୟ ସଭାରେ ମଙ୍ଗଳବାର ‘ଅପରେଶନ ସିନ୍ଦୂର’ ଉପରେ ବିତର୍କ ବେଳେ ଗୃହର ନେତା ଜେ.ପି. ନଡ୍ଡା ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖାର୍ଗେଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ ଶାସକ ଓ ବିରୋଧୀ ପକ୍ଷଙ୍କ ମଧ୍ୟରେ ବାକ୍ୟ ବିନିମୟ ହେବା ପରେ ନଡ୍ଡା ଖାର୍ଗେଙ୍କୁ କ୍ଷମା ମାଗିଛନ୍ତି।
ସଂସଦ ମୌସୁମୀ ଅଧିବେଶନର ସପ୍ତମ ଦିନରେ ଅପରେଶନ ସିନ୍ଦୂର ଓ ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ଉପରେ ଆଲୋଚନା ବେଳେ କଂଗ୍ରେସ ଅଧ୍ୟକ୍ଷ ଖାର୍ଗେ ଘଣ୍ଟାଏରୁ ଅଧିକ ସମୟ ଧରି ନିଜ ବକ୍ତବ୍ୟ ରଖିଥିଲେ। ସେହି ସମୟରେ ଖାର୍ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମ ନ ନେଇ ଏକ ଆପତ୍ତିଜନକ ଶବ୍ଦ ବ୍ୟବହାର କରିଥିଲେ। ଏହା ଉପରେ ନଡ୍ଡା ଟିପ୍ପଣୀ ଦେଇ କହିଥିଲେ, ପ୍ରଧାନମନ୍ତ୍ରୀ ମୋଦି ହେଉଛନ୍ତି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା। ସେ ୧୧ ବର୍ଷ ଧରି ଦେଶର ସେବା କଲେଣି। ତାଙ୍କୁ ନେଇ କେବଳ ଭାଜପା ନୁହେଁ, ସାରା ଦେଶ ଗର୍ବିତ। ଖାର୍ଗେ ପ୍ରଧାନମନ୍ତ୍ରୀଙ୍କ ସମ୍ପର୍କରେ କହିବାବେଳେ ତାଙ୍କ ପଦମର୍ଯ୍ୟାଦା ପ୍ରତି ଯନତ୍ବାନ ହେବା ଉଚିତ ଥିଲା। ଖାର୍ଗେ ନିଜ ମାନସିକ ସନ୍ତୁଳନ ହରାଇଦେଲେଣି। ସେ ଭାବପ୍ରବଣତାର ସ୍ରୋତରେ ଭାସିଯାଇ ଦେଇଥିବା ଏହି ମନ୍ତବ୍ୟକୁ ସଂସଦୀୟ ରେକର୍ଡରୁ ବାଦ୍‌ ଦିଆଯାଉ ବୋଲି ନଡ୍ଡା ଦାବି କରିଥିଲେ। ତେବେ ନଡ୍ଡାଙ୍କ ‘ମେଣ୍ଟାଲ ଇମ୍ବାଲାନ୍ସ’ ମନ୍ତବ୍ୟକୁ ନେଇ ଖାର୍ଗେ ଓ ବିରୋଧୀ ପକ୍ଷ ଆପତ୍ତି ଉଠାଇବା ସହ ପ୍ରବଳ ହଟ୍ଟଗୋଳ କରିଥିଲେ। ଏଥିସହ ନଡ୍ଡାଙ୍କଠାରୁ କ୍ଷମା ପ୍ରାର୍ଥନା ଦାବି କରିଥିଲେ। ଖାର୍ଗେ କହିଥିଲେ, ନଡ୍ଡା ହେଉଛନ୍ତି ଏନ୍‌ଡିଏ ସରକାରର ଜଣେ ମନ୍ତ୍ରୀ, ଯାହାଙ୍କୁ ସେ ସମ୍ମାନ କରନ୍ତି। କିନ୍ତୁ ନଡ୍ଡା ଏପରି ମନ୍ତବ୍ୟ ଦେବା ଲଜ୍ଜାଜନକ ବିଷୟ। ତେଣୁ ସେ କ୍ଷମା ମାଗନ୍ତୁ। ତାଙ୍କୁ ଏମିତି ଛଡ଼ାଯିବ ନାହିଁ। ଏହା ଶୁଣିବା ପରେ ନଡ୍ଡା ତତ୍‌କ୍ଷଣାତ ଆସନରୁ ଉଠି କହିଥିଲେ, ସେ ନିଜ ଶବ୍ଦକୁ ପ୍ରତ୍ୟାହାର କରିନେଇଛନ୍ତି। ତାଙ୍କ ଭାଷା ଆଘାତ ଦେଇଥିଲେ କ୍ଷମା କରାଯାଉ।


Enter your email to get our daily news in your inbox.

All Right Reserved By Dharitri.Com

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri