Posted inଖେଳ

କାହିଁକି ଟିମ୍‌ ଇଣ୍ଡିଆକୁ ମେଣ୍ଟରଙ୍କ ଆବଶ୍ୟକତା ପଡ଼ିଲା

ନୂଆଦିଲ୍ଲୀ,୧୨।୯: ରାତାରାତି ଏମିତି କ’ଣ ଘଟିଲା ଯେ, ଆଇସିସି ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆକୁ ମେଣ୍ଟରଙ୍କ ଆବଶ୍ୟକତା ପଡ଼ିଲା? ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ ଏହି ପ୍ରଶ୍ନ କରିଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଅଜୟ ଜାଡେଜା।

ଆସନ୍ତା ଅକ୍ଟୋବର ୧୭ରୁ ୟୁଏଇ ଏବଂ ଓମାନଠାରେ ହେବାକୁ ଯାଉଥିବା ଟି୨୦ ବିଶ୍ୱକପ୍‌ ଲାଗି ଗତ ଗୁରୁବାର ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଥିଲା। ଦଳ ସହ ମେଣ୍ଟର ଭାବେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଡ୍ରେସିଂ ରୁମ୍‌ରେ ଉପସ୍ଥିତ ରହିବେ ବୋଲି ଘୋଷଣା କରିଥିଲେ ବିସିସିଆଇ ସମ୍ପାଦକ ଜୟ ଶାହ। ଏଭଳି ପଦକ୍ଷେପ ଧୋନୀଙ୍କ ଫ୍ୟାନ୍ସଙ୍କୁ ଉତ୍ସାହିତ କରିଥିବା ବେଳେ ଏହି ପଦକ୍ଷେପ ପଛର କାରଣ ଖୋଜୁଛନ୍ତି ଜାଡେଜା।

କ୍ରିକେଟରରୁ ଭାଷ୍ୟକାର ପାଲଟିଥିବା ଜାଡେଜା କହିଛନ୍ତି, ଏହା ମୋ ପାଇଁ ବୁଝିବା କଷ୍ଟକର। ଧୋନୀଙ୍କ ନିଯୁକ୍ତି ଉପରେ ଗତ ଦୁଇ ଦିନ ହେଲା ଚିନ୍ତା କରୁଛି। କିନ୍ତୁ ବିସିସିଆଇର ଏଭଳି ନିଷ୍ପତ୍ତି ପଛର କାରଣ ବୁଝିପାରୁ ନାହିଁ। ମୁଁ ଧୋନୀଙ୍କ ସମ୍ପର୍କରେ କହୁ ନାହିଁ। ତାଙ୍କ ଅଭିଜ୍ଞତା ବିଶ୍ୱକପ୍‌ ଭଳି ଇଭେଣ୍ଟରେ ଦଳ ପାଇଁ ବେଶ୍‌ ଉପଯୋଗୀ। ମୋ ଠାରୁ ବଡ଼ ଧୋନୀଙ୍କ ପ୍ରଶଂସକ ନାହାନ୍ତି। ମୋ ମତରେ ଧୋନୀ ପ୍ରଥମ ଅଧିନାୟକ ଯିଏକି, ନେତୃତ୍ୱ ଛାଡ଼ିବା ପୂବରୁ ପରବର୍ତ୍ତୀ ଅଧିନାୟକଙ୍କୁ ପ୍ରସ୍ତୁତ କରିଥିଲେ। ଅଧିନାୟକ ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀଙ୍କ ନେତୃତ୍ୱରେ ଭାରତ ଭଲ ପ୍ରଦର୍ଶନ କରୁଛି। ଦଳକୁ ଶୀର୍ଷରେ ପହଞ୍ଚାଇଥିବା କୋଚ୍‌ ଥିବା ବେଳେ ଆଗାମୀ ବିଶ୍ୱକପ୍‌ ପାଇଁ ମେଣ୍ଟରଙ୍କ ଆବଶ୍ୟକତା କ’ଣ। ଏହା ମୁଁ ବୁଝି ପାରୁନି।


Enter your email to get our daily news in your inbox.

All Right Reserved By Dharitri.Com

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri