ସେଦିନ କ’ଣ ଘଟିଥିଲା, କେମିତି ଜଳିଥିଲେ ସୌମ୍ୟାଶ୍ରୀ, ବଞ୍ଚାଇବା ପାଇଁ ଉଦ୍ୟମ କରିଥିବା ଯୁବକଙ୍କ ବଡ଼ ଖୁଲାସା

ଭୁବନେଶ୍ୱର,୧୬।୭: ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ରାଜନୀତି ଆରମ୍ଭ ହୋଇସାରିଥିବା ବେଳେ ଶାସକ – ବିରୋଧୀଙ୍କ କାଦୁଅଫିଙ୍ଗା ସାମାଜିକ ଗଣମାଧ୍ୟମରେ ଝଡ଼ ସୃଷ୍ଟି କରିଛି। ସୌମ୍ୟାଶ୍ରୀଙ୍କ ପରିବାରକୁ ନ୍ୟାୟ ପାଇଁ ସମସ୍ତେ ଏକାଠି ହୋଇଛନ୍ତି। ତାଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା ମଧ୍ୟ ହୋଇଛି। ହେଲେ, ସେମ୍ୟାଶ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଗୁରୁତର ହୋଇଥିବା ଯୁବକଙ୍କ କଥାକୁ ସମ୍ପୂର୍ଣ୍ଣ ଭାବେ ଭୁଲି ଯାଇଛନ୍ତି। ସୌମ୍ୟାଶ୍ରୀଙ୍କୁ ମରଣମୁହଁରୁ ବଞ୍ଚାଇବା ପାଇଁ ଉଦ୍ୟମ କରିଥିବା ଛାତ୍ର ଜଣକ ହେଉଛନ୍ତି ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପ୍ରଥମ ବର୍ଷ ଛାତ୍ର ଜ୍ୟୋତିପ୍ରକାଶ ବିଶ୍ବାଳ। ସେ ଗୁରୁତର ହୋଇ ଏବେ ଆଇସିୟୁରେ ଥିବା ଜଣାପଡିଛି। ପ୍ରଥମେ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ଏସ୍ସିବିକୁ ସ୍ଥାନାନ୍ତର କରାଯାଇଥିଲା। ତାଙ୍କ ଶରୀରର ୧୫ ପ୍ରତିଶତ ପୋଡ଼ି ଯାଇଥିବା ଏସସିବି ଆଇସିୟୁ ୟୁନିଟର ମୁଖ୍ୟ କହିଛନ୍ତି।

ତେବେ ସେଦିନ କ’ଣ ଘଟିଥିଲା ସବୁ କହିଛନ୍ତି ଜ୍ୟୋତିପ୍ରକାଶ। ଜ୍ୟୋତିପ୍ରକାଶଙ୍କ କହିବାନୁସାରେ, ସେଦିନ ସେ ବିଜ୍ଞାନ ଭବନ ଆଡ଼େ ଯାଉଥିଲେ। ତାଙ୍କ ସାମ୍‌ନାରେ ସୌମ୍ୟାଶ୍ରୀ ଜଳିଯାଉଥିଲେ। ତାଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିବା ଭିତରେ ସାର୍ଟରେ ନିଆଁ ଲାଗିଯାଇଥିଲା। ନିଜ ସାର୍ଟ ଖୋଲି ସୌମ୍ୟାଶ୍ରୀଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ କରିଥିଲେ। କିଛି ସମୟ ଭିତରେ ପାଖରେ ଥିବା ଅନ୍ୟ ଛାତ୍ରୀଛାତ୍ର ଆସି ସାହାଯ୍ୟ କରିଥିଲେ। ପରେ ସେ ନିଜେ ପୋଡ଼ି ଯାଇଥିବା ଜାଣିଥିଲେ। ତାଙ୍କର ଜଣେ ମାମୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ବୋଲି ଜ୍ୟୋତିପ୍ରକାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri