ସେଦିନ ସୌମ୍ୟାଶ୍ରୀଙ୍କ ସହ କ’ଣ ହୋଇଥିଲା: ସବୁ ସତ ଓଗାଳିବେ ICC ସଦସ୍ୟ

ବାଲେଶ୍ୱର,୧୮।୭ (ବାଞ୍ଛାନିଧି ଦେ):ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟ ବର୍ଷ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ମାମଲାରେ ଆଭ୍ୟନ୍ତରୀଣ କମିଟି (ICC) ସଦସ୍ୟଙ୍କୁ ବ୍ୟକ୍ତିଗତ ହାଜର ନିର୍ଦ୍ଦେଶ ଦିଆଯାଇଛି। ଆଜି ଓ ଆସନ୍ତାକାଲି FM କଲେଜରେ ବ୍ୟକ୍ତିଗତ ହାଜର ପାଇଁ କୁହାଯାଇଛି। ପୁଣିଥରେ ତଦନ୍ତ ପାଇଁ ମହାବିଦ୍ୟାଳୟରେ ପହଞ୍ଚତ୍ଛି କ୍ରାଇମ୍‌ବ୍ରାଞ୍ଚର ୫ଜଣିଆ ଟିମ୍‌। କ୍ରାଇମ୍‌ବ୍ରାଞ୍ଚର ସିଏଡବ୍ଲ୍ୟୁ ଓ ସିଡବ୍ଲ୍ୟୁ ଶାଖାର ଆଇଜି ଏସ୍‌. ସାଇନିଙ୍କ ତତ୍ତ୍ୱାବଧାନରେ ଟିମ୍‌ ଲିଡର ଡିଏସ୍‌ପି ଇମାନ କଲ୍ୟାଣ ନାୟକ, ଇନ୍ସପେକ୍ଟର ପାଞ୍ଚାଲି ରାଉତ ଓ ଅନ୍ୟ ଜଣେ କନ୍‌ଷ୍ଟେବଲ, ସାଇଣ୍ଟିଫିକ୍‌ ଟିମ୍‌ର ସଦସ୍ୟ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ ଆତ୍ମାହୁତି ମାମଲାର ତଥ୍ୟ ହାସଲ ନିମନ୍ତେ ପଚରାଉଚରା କରିଥିଲେ। ବାଲେଶ୍ୱର କ୍ରାଇମ ଡିଏସ୍‌ପି ତପସ୍ବିନୀ କହଁର ଉପସ୍ଥିତ ଥିଲେ। ନୂତନ ଅଧ୍ୟକ୍ଷ ପ୍ରଫେସର ଫିରୋଜ ପାଢ଼ୀଙ୍କ ସହ ପ୍ରଥମେ ଆଲୋଚନା କରି ଇଣ୍ଟରନାଲ କମ୍ପ୍ଲେଣ୍ଟ କମିଟି (ଆଇସିସି)ର ସଦସ୍ୟଙ୍କୁ ଜଣ ଜଣ କରି ଘଟଣା ସମ୍ପର୍କରେ ପଚାରି ବୁଝିଥିଲେ। ଗତ ୧୩ ଓ ୧୪ ତାରିଖରେ କ୍ରାଇମବ୍ରାଞ୍ଚର ଅତିରିକ୍ତ ଏସ୍‌ପି ରାଜଲକ୍ଷ୍ମୀ ନାୟକ ଓ ଡିଏସ୍‌ପି ନାୟକ ଦୁଇଦିନ ଧରି ୩ଘଣ୍ଟା ଲେଖାଏଁ ଘଟଣାର ବିଭିନ୍ନ ଦିଗ ଉପରେ ତଦନ୍ତ କରି ଫେରିଥିଲେ।
ସୌମ୍ୟାଶ୍ରୀଙ୍କ ମୃତ୍ୟୁ ପରେ ରାଜ୍ୟ ସରକାର ଏହି ଘଟଣାକୁ ଗୁରୁତ୍ୱର ସହ ନେଇଛନ୍ତି। ଘଟଣାର ସତ୍ୟାସତ୍ୟ କିଭଳି ଖୁବ୍‌ଶୀଘ୍ର ଲୋକଲୋଚନକୁ ଆସିବ, ସେନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। କ୍ରାଇମବ୍ରାଞ୍ଚ ପୋଲିସ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର ଏହି ମାମଲା(ସହଦେବଖୁଣ୍ଟା ଥାନାରେ ମାମଲା ନଂ. ୨୨୯/୨୫)ର ତଦନ୍ତ ପାଇଁ ଏକ ନିର୍ଦ୍ଦେଶନାମା ଜାରି କରିଥିଲେ। ତଦନ୍ତ ଭାର ଦାୟିତ୍ୱ ଡିଏସ୍‌ପି ଇମାନ କଲ୍ୟାଣ ନାୟକ ଓ ମାମଲାର ଆଇଓ ଭାବେ ଇନ୍ସପେକ୍ଟର ପାଞ୍ଚାଲି ରାଉତ ସହାୟତା କରିବେ ବୋଲି ନିର୍ଦ୍ଦେଶନାମାରେ ଦର୍ଶାଯାଇଥିଲା। ତଦନୁଯାୟୀ ଏହି ଟିମ୍‌ ଗୁରୁବାର କଲେଜରେ ପହଞ୍ଚତ୍ ସମସ୍ତ ଘଟଣାର ଅନୁଧ୍ୟାନ କରିଥିଲେ। ଗ୍ରାଉଣ୍ଡରୁ ସମସ୍ତ ତଥ୍ୟ ସଂଗ୍ରହ ନିମନ୍ତେ ତଦନ୍ତ ତ୍ୱରାନ୍ବିତ କରିଥିଲେ। ଛାତ୍ରୀଙ୍କ ଆତ୍ମାହୁତି ଘଟଣାର ସମସ୍ତ ଦିଗକୁ ନେଇ ଆଇସିସିର ସଦସ୍ୟ ଓ କଲେଜ ଷ୍ଟାଫ୍‌ଙ୍କୁ ତଦନ୍ତ ପରିସରଭୁକ୍ତ କରିଛି। ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ଦୀର୍ଘ ୩ଘଣ୍ଟା ଧରି ପଚରାଉଚରା ଓ ରିପୋର୍ଟ ସଂଗ୍ରହ ପରେ ଆଇଜି ଏସ୍‌ ସାଇନି ଗଣମାଧ୍ୟମକୁ ପ୍ରତିକ୍ରିୟାରେ କହିଥିଲେ, ଠିକ୍‌ ଏବଂ ଯୋଜନାବଦ୍ଧ ଭାବେ ତଦନ୍ତ ଜାରି ରହିଛି। କୌଣସି ନିଷ୍କର୍ଷରେ ପହଞ୍ଚତ୍ବା ପୂର୍ବରୁ ସୂଚନା ଦେବା ସମ୍ଭବ ନୁହେଁ। ପରବର୍ତ୍ତୀ ସମୟରେ ଏ ବାବଦରେ ସମସ୍ତ ତଥ୍ୟ ପ୍ରଦାନ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri