ସେଦିନ ସୌମ୍ୟାଶ୍ରୀଙ୍କ ସହ କ’ଣ ହୋଇଥିଲା: ସବୁ ସତ ଓଗାଳିବେ ICC ସଦସ୍ୟ

ବାଲେଶ୍ୱର,୧୮।୭ (ବାଞ୍ଛାନିଧି ଦେ):ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟ ବର୍ଷ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ମାମଲାରେ ଆଭ୍ୟନ୍ତରୀଣ କମିଟି (ICC) ସଦସ୍ୟଙ୍କୁ ବ୍ୟକ୍ତିଗତ ହାଜର ନିର୍ଦ୍ଦେଶ ଦିଆଯାଇଛି। ଆଜି ଓ ଆସନ୍ତାକାଲି FM କଲେଜରେ ବ୍ୟକ୍ତିଗତ ହାଜର ପାଇଁ କୁହାଯାଇଛି। ପୁଣିଥରେ ତଦନ୍ତ ପାଇଁ ମହାବିଦ୍ୟାଳୟରେ ପହଞ୍ଚତ୍ଛି କ୍ରାଇମ୍‌ବ୍ରାଞ୍ଚର ୫ଜଣିଆ ଟିମ୍‌। କ୍ରାଇମ୍‌ବ୍ରାଞ୍ଚର ସିଏଡବ୍ଲ୍ୟୁ ଓ ସିଡବ୍ଲ୍ୟୁ ଶାଖାର ଆଇଜି ଏସ୍‌. ସାଇନିଙ୍କ ତତ୍ତ୍ୱାବଧାନରେ ଟିମ୍‌ ଲିଡର ଡିଏସ୍‌ପି ଇମାନ କଲ୍ୟାଣ ନାୟକ, ଇନ୍ସପେକ୍ଟର ପାଞ୍ଚାଲି ରାଉତ ଓ ଅନ୍ୟ ଜଣେ କନ୍‌ଷ୍ଟେବଲ, ସାଇଣ୍ଟିଫିକ୍‌ ଟିମ୍‌ର ସଦସ୍ୟ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ ଆତ୍ମାହୁତି ମାମଲାର ତଥ୍ୟ ହାସଲ ନିମନ୍ତେ ପଚରାଉଚରା କରିଥିଲେ। ବାଲେଶ୍ୱର କ୍ରାଇମ ଡିଏସ୍‌ପି ତପସ୍ବିନୀ କହଁର ଉପସ୍ଥିତ ଥିଲେ। ନୂତନ ଅଧ୍ୟକ୍ଷ ପ୍ରଫେସର ଫିରୋଜ ପାଢ଼ୀଙ୍କ ସହ ପ୍ରଥମେ ଆଲୋଚନା କରି ଇଣ୍ଟରନାଲ କମ୍ପ୍ଲେଣ୍ଟ କମିଟି (ଆଇସିସି)ର ସଦସ୍ୟଙ୍କୁ ଜଣ ଜଣ କରି ଘଟଣା ସମ୍ପର୍କରେ ପଚାରି ବୁଝିଥିଲେ। ଗତ ୧୩ ଓ ୧୪ ତାରିଖରେ କ୍ରାଇମବ୍ରାଞ୍ଚର ଅତିରିକ୍ତ ଏସ୍‌ପି ରାଜଲକ୍ଷ୍ମୀ ନାୟକ ଓ ଡିଏସ୍‌ପି ନାୟକ ଦୁଇଦିନ ଧରି ୩ଘଣ୍ଟା ଲେଖାଏଁ ଘଟଣାର ବିଭିନ୍ନ ଦିଗ ଉପରେ ତଦନ୍ତ କରି ଫେରିଥିଲେ।
ସୌମ୍ୟାଶ୍ରୀଙ୍କ ମୃତ୍ୟୁ ପରେ ରାଜ୍ୟ ସରକାର ଏହି ଘଟଣାକୁ ଗୁରୁତ୍ୱର ସହ ନେଇଛନ୍ତି। ଘଟଣାର ସତ୍ୟାସତ୍ୟ କିଭଳି ଖୁବ୍‌ଶୀଘ୍ର ଲୋକଲୋଚନକୁ ଆସିବ, ସେନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। କ୍ରାଇମବ୍ରାଞ୍ଚ ପୋଲିସ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର ଏହି ମାମଲା(ସହଦେବଖୁଣ୍ଟା ଥାନାରେ ମାମଲା ନଂ. ୨୨୯/୨୫)ର ତଦନ୍ତ ପାଇଁ ଏକ ନିର୍ଦ୍ଦେଶନାମା ଜାରି କରିଥିଲେ। ତଦନ୍ତ ଭାର ଦାୟିତ୍ୱ ଡିଏସ୍‌ପି ଇମାନ କଲ୍ୟାଣ ନାୟକ ଓ ମାମଲାର ଆଇଓ ଭାବେ ଇନ୍ସପେକ୍ଟର ପାଞ୍ଚାଲି ରାଉତ ସହାୟତା କରିବେ ବୋଲି ନିର୍ଦ୍ଦେଶନାମାରେ ଦର୍ଶାଯାଇଥିଲା। ତଦନୁଯାୟୀ ଏହି ଟିମ୍‌ ଗୁରୁବାର କଲେଜରେ ପହଞ୍ଚତ୍ ସମସ୍ତ ଘଟଣାର ଅନୁଧ୍ୟାନ କରିଥିଲେ। ଗ୍ରାଉଣ୍ଡରୁ ସମସ୍ତ ତଥ୍ୟ ସଂଗ୍ରହ ନିମନ୍ତେ ତଦନ୍ତ ତ୍ୱରାନ୍ବିତ କରିଥିଲେ। ଛାତ୍ରୀଙ୍କ ଆତ୍ମାହୁତି ଘଟଣାର ସମସ୍ତ ଦିଗକୁ ନେଇ ଆଇସିସିର ସଦସ୍ୟ ଓ କଲେଜ ଷ୍ଟାଫ୍‌ଙ୍କୁ ତଦନ୍ତ ପରିସରଭୁକ୍ତ କରିଛି। ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ଦୀର୍ଘ ୩ଘଣ୍ଟା ଧରି ପଚରାଉଚରା ଓ ରିପୋର୍ଟ ସଂଗ୍ରହ ପରେ ଆଇଜି ଏସ୍‌ ସାଇନି ଗଣମାଧ୍ୟମକୁ ପ୍ରତିକ୍ରିୟାରେ କହିଥିଲେ, ଠିକ୍‌ ଏବଂ ଯୋଜନାବଦ୍ଧ ଭାବେ ତଦନ୍ତ ଜାରି ରହିଛି। କୌଣସି ନିଷ୍କର୍ଷରେ ପହଞ୍ଚତ୍ବା ପୂର୍ବରୁ ସୂଚନା ଦେବା ସମ୍ଭବ ନୁହେଁ। ପରବର୍ତ୍ତୀ ସମୟରେ ଏ ବାବଦରେ ସମସ୍ତ ତଥ୍ୟ ପ୍ରଦାନ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri