କେନ୍ଦ୍ରମନ୍ତ୍ରୀ ଥାଇ ଦେବଗଡ଼ ପାଇଁ କ’ଣ କରିଛନ୍ତି: ପ୍ରଣବ

ଦେବଗଡ଼,୧୩।୫(ଶଶାଙ୍କ ଶେଖର ଝାଙ୍କର): ନିର୍ବାଚନୀ ପ୍ରଚାର ପାଇଁ ବିଭିନ୍ନ ନିର୍ବାଚନମଣ୍ଡଳୀ ଓ ବ୍ଲକ ବୁଲି ସଭାରେ ଯୋଗଦେଉଛନ୍ତି ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ତଥା ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ। ଏହି ସମୟରେ ସେ କର୍ମୀମାନଙ୍କୁ ବିଭିନ୍ନ ପରାମର୍ଶ ଦେଇ ଉତ୍ସାହିତ କରୁଥିବା ଦେଖିବାକୁ ମିଳିଛି। ଜନସାଧାରଣଙ୍କୁ ଭେଟି ଆଶୀର୍ବାଦ ଲୋଡ଼ିବା ସହିତ ବିରୋଧୀଙ୍କୁ ଶାଣିତ ସ୍ବରରେ ଆକ୍ରମଣ କରୁଛନ୍ତି।

ରବିବାର ପୂର୍ବାହ୍ନରେ ତିଳେଇବଣିଠାରେ ଅନୁଷ୍ଠିତ ପ୍ରଥମ କାର୍ଯ୍ୟକ୍ରମ ପରେ ତିଳେଇବଣି ବ୍ଲକ ଗଜୁରିବଣିଠାରେ ଖଡ଼ିଆ ସମାଜ ପକ୍ଷରୁ ପ୍ରଣବଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ପ୍ରଣବ ସେମାନଙ୍କୁ କୃତଜ୍ଞତା ଜଣାଇବା ସହିତ ସମସ୍ତ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ବାରକୋଟ ବ୍ଲକ ଗୁଣ୍ଡୁରୀପୋଷିଠାରେ ଅନୁଷ୍ଠିତ କର୍ମୀ ସମ୍ମିଳନୀ ଓ ନିର୍ବାଚନୀ ପ୍ରଚାରରେ ସାମିଲ ହୋଇଥିଲେ। କର୍ମୀ ସମ୍ମିଳନୀରେ ପ୍ରଣବ କହିଥିଲେ ଯେ, ପ୍ରତିପକ୍ଷ କଥାରେ ବିଶ୍ୱାସ କରୁଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦଳ କାମରେ ବିଶ୍ୱାସ କରିଥାଏ।

ବିଗତ ଦିନରେ ନିର୍ବାଚିତ ହୋଇଥିବା ବିରୋଧୀମାନେ ଏ ଅଞ୍ଚଳର ଉନ୍ନତି ପାଇଁ କିଛି ବି କଲେନି। ସେହିପରି କେନ୍ଦ୍ରମନ୍ତ୍ରୀ ଥାଇ ଧର୍ମେନ୍ଦ୍ର ଦେବଗଡ଼ ପାଇଁ କ’ଣ କରିଛନ୍ତି ବୋଲି ପ୍ରଣବ ପ୍ରଶ୍ନ କରିଥିଲେ। ତେଣୁ ଏଥର ବିଜୁ ଜନତା ଦଳ ପ୍ରତି ଭରସା ରଖି ଦୁଇଥର ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ନିବେଦନ କରିଥିଲେ। କାର୍ଯ୍ୟକ୍ରମରେ ପ୍ରଣବଙ୍କ ସାଥିରେ ଦେବଗଡ଼ ବିଧାୟକ ପ୍ରାର୍ଥୀ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କ ସମେତ ବହୁ ଦଳୀୟ ପଦାଧିକାରୀ ପ୍ରଚାରରେ ସାମିଲ ଥିଲେ। ଦେବଗଡ଼ରେ କାର୍ଯ୍ୟକ୍ରମ ସାରିବା ପରେ ସେ ରିଆମାଳରେ ପହଞ୍ଚତ୍ଥିଲେ।

ରିଆମାଳରେ ବୁଥସ୍ତରୀୟ ପ୍ରଶିକ୍ଷଣ ଶିବିର ଚାଲିଥିବାବେଳେ ପ୍ରବଳ ଭିଡ଼ ହେବାରୁ କିଛି ମହିଳା ତଳେ ବସିଥିଲେ। ଏହାଦେଖି ମଞ୍ଚରୁ ଉଠିଆସି ତଳେ ବସିଥିଲେ ପ୍ରଣବ ପ୍ରକାଶ। ମହିଳାଙ୍କ ସହିତ ତଳେ ବସି କଥାବାର୍ତ୍ତା କରିବା ଘଟଣାରେ ଦେବଗଡ଼ରେ ଏବେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri