ଆଇପିଏଲ୍‌ରେ ସୁପର୍‌ ଓଭର ଟାଇ ହେଲେ କ’ଣ ହେବ

ନୂଆଦିଲ୍ଲୀ, ୨୯।୯: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣ ପ୍ରାରମ୍ଭିକ ପର୍ଯ୍ୟାୟ ମୁକାବିଲାଗୁଡ଼ିକ ବେଶ୍‌ ରୋମାଞ୍ଚକ ରହିଛି। ଆଇପିଏଲ୍‌ର ପ୍ରଥମ ୧୦ ଦିନ ମଧ୍ୟରେ ପ୍ରଶଂସକ ୨ଟି ସୁପର୍‌ ଓଭର ଦେଖିବାର ସୁଯୋଗ ପାଇଛନ୍ତି। ଆଇପିଏଲ୍‌-୧୩ର ପ୍ରଥମ ସୁପର୍‌ ଓଭର୍‌ ସେପ୍ଟେମ୍ବର ୨୦ରେ ଦେଖିବାକୁ ମିଳିଥିଲା। ଦିଲ୍ଲୀ କ୍ୟାପିଟାଲ୍ସ ଓ କିଙ୍ଗ୍ସ ଇଲେଭେନ ପଞ୍ଜାବ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ ଟାଇ ରହିଥିଲା। ପ୍ରଥମେ ବ୍ୟାଟିଂ କରି ଦିଲ୍ଲୀ ୧୫୭ ରନ କରିଥିବାବେଳେ ପଞ୍ଜାବ ମଧ୍ୟ ସମାନ ସଂଖ୍ୟକ ସ୍କୋର କରିଥିଲା। ଏହାପରେ ସୁପର୍‌ ଓଭରରେ ପଞ୍ଜାବ ପକ୍ଷରୁ ଧାର୍ଯ୍ୟ ୩ ରନର ସହଜସାଧ୍ୟ ଟାର୍ଗେଟ୍‌କୁ ଦିଲ୍ଲୀ ହାସଲ କରିନେଇଥିଲା। ସେହିଭଳି ସୋମବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଅନୁଷ୍ଠିତ ଚଳିତ ଆଇପିଏଲ୍‌ର ୧୦ମ ମୁକାବିଲା ମଧ୍ୟ ଟାଇ ରହିଥିଲା। ପ୍ରଥମେ ବ୍ୟାଟିଂ କରି ବାଙ୍ଗାଲୋର ୨୦୧ ରନ କରିଥିବାବେଳେ ମୁମ୍ବାଇ (୨୦୧/୫) ମଧ୍ୟ ସମାନ ସଂଖ୍ୟକ ସ୍କୋର କରିଥିଲା। ଫଳରେ ସୁପର୍‌ ଓଭରର ସହାୟତା ନିଆଯାଇଥିଲା। ଯେଉଁଥିରେ ବାଙ୍ଗାଲୋର ବିଜୟ ଲାଭ କରିଥିଲା।
ଯଦି ସୁପର୍‌ ଓଭର ଟାଇ ରୁହେ ତେବେ କ’ଣ ହେବ? ଯଦି କୌଣସି ସୁପର୍‌ ଓଭର ଟାଇରେ ସମାପ୍ତ ହୁଏ ତେବେ ଫଳାଫଳ ନ ମିଳିବା ପର୍ଯ୍ୟନ୍ତ ଆଉ ଏକ ସୁପର୍‌ ଓଭର ଖେଳାଯିବ। ଯେପର୍ଯ୍ୟନ୍ତ ଗୋଟିଏ ଦଳ ଅନ୍ୟ ଦଳ ଅପେକ୍ଷା ଅଧିକ ରନ୍‌ ସଂଗ୍ରହ ନ କରିଛି ସେ ପର୍ଯ୍ୟନ୍ତ ଅସୀମିତ ସଂଖ୍ୟକ ସୁପର୍‌ ଓଭର ଅନୁଷ୍ଠିତ ହେବ। ଏଠାରେ ଉଲ୍ଲେଖଯୋଗ୍ୟ, ବହୁ ବିତର୍କିତ ‘ବାଉଣ୍ଡରୀ ଗଣନା ନିୟମ’କୁ କ୍ରିକେଟ୍‌ର ସର୍ବୋଚ୍ଚ ସଂସ୍ଥା ଆଇସିସି ଉଠାଇ ଦେଇଥିବାରୁ ବିସିସିଆଇ ମଧ୍ୟ ଆଇପିଏଲ୍‌ରେ ଏହାକୁ ଲାଗୁ କରିଛି। ତେଣୁ ସୁପର୍‌ ଓଭର ଟାଇ ରହିଲେ ‘ବାଉଣ୍ଡରୀ ଗଣନା ନିୟମ’ ଏଠାରେ ଲାଗୁ ହେବ ନାହିଁ। ଫଳରେ ଫଳାଫଳ ପାଇଁ ଆଉ ଏକ ସୁପର୍‌ ଓଭରର ସହାୟତା ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?