Posted inଖେଳ

ବିଶ୍ୱ ଟେଷ୍ଟ ଚାମ୍ପିୟନସିପ୍‌ ଫାଇନାଲ୍‌ ଡ୍ର’ ରହିଲେ କେଉଁ ଦଳ ହେବ ଚାମ୍ପିୟନ୍‌

ନୂଆଦିଲ୍ଲୀ,୨୦।୫: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ୧୮ରୁ ୨୨ ଜୁନ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନସିପ (ଡବ୍ଲୁଟିଏସି ଫାଇନାଲ)ର ଫାଇନାଲ ଅନୁଷ୍ଠିତ ହେବ। ତେବେ ଏହି ଫାଇନାଲକୁ ନେଇ ଦର୍ଶକ ଉତ୍କଣ୍ଠାର ସହ ଅପେକ୍ଷା କରିଥିବାବେଳେ ଏବେ ବିସିସିଆଇ ଆଇସିସିକୁ ଏକ ନିୟମ ବିଷୟରେ ପ୍ରଶ୍ନ କରିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ତରଫରୁ ଏହାର ଉତ୍ତର ପାଇଁ ଭାରତୀୟ ଦଳ ଅପେକ୍ଷା କରିଛି। ତେବେ ପ୍ରଶ୍ନଟି ହେଉଛି ଏହି ମ୍ୟାଚ୍‌ ଯଦି ଡ୍ର’ ହୁଏ ତେବେ ବିଜେତା କେଉଁ ଦଳକୁ ଘୋଷଣା କରାଯିବ। ଆଇସିସି ଏ ବାବଦରେ ନିଷ୍ପତ୍ତି ନେଇ ଆମକୁ ଜଣାଇବ ବୋଲି ବିସିସିଆଇ ପକ୍ଷରୁ କୁହାଯାଇଛି। ସାଉଥମ୍ପଟନରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ବିଷୟରେ ଜଣେ ବିସିସିଆଇ ଅଧିକାରୀ କହିଛନ୍ତି, ଏହା ଅନ୍ୟ ଦ୍ୱିପାକ୍ଷିକ ସିରିଜ କିମ୍ବା ଟେଷ୍ଟ ମ୍ୟାଚ ନୁହେଁ, ତେଣୁ ଆମକୁ ବିଭିନ୍ନ ଖେଳ ସ୍ଥିତି ଏବଂ ଏହାର ସମାଧାନ ବିଷୟରେ ଜାଣିବା ଆବଶ୍ୟକ। ଆମେ ତିନୋଟି କୌଳିକ ଜିନିଷ ବିଷୟରେ ଜାଣିବାକୁ ଚାହୁଁ। ଯଦି ମ୍ୟାଚ୍‌ ଡ୍ର, ଟାଇ କିମ୍ବା ଉଭୟ ଦଳର ଗୋଟିଏ ଇନିଂସ ସମାପ୍ତ ନହୋଇ ବର୍ଷା ହେତୁ ମ୍ୟାଚ ପ୍ରଭାବିତ ହୁଏ ତେବେ କଣ ହେବ? ସେ କହିଛନ୍ତି, ଆଇସିସି ଆଗାମୀ ଦିନରେ ଏନେଇ ନିୟମ ପ୍ରକାଶ କରିବ।


Enter your email to get our daily news in your inbox.

All Right Reserved By Dharitri.Com

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri