ଭାରତ ଯାହା କରେ, ତାହା ରେକର୍ଡ ହୋଇଯାଏ: ପୋଲାଣ୍ଡରେ କାହିଁକି ଏମିତି କହିଲେ ମୋଦି

ଓ୍ବାର୍ସ,୨୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ପୋଲାଣ୍ଡ ଗସ୍ତରେ ଅଛନ୍ତି। ସେ ୨୧ ଏବଂ ୨୨ ଅଗଷ୍ଟରେ ପୋଲାଣ୍ଡରେ ରହିବେ ଏବଂ ଏହା ପରେ ୨୩ ଅଗଷ୍ଟରେ ୟୁକ୍ରେନ ଯିବେ। ମୋଦି ପୋଲାଣ୍ଡର ଭାରତୀୟ ସମ୍ପ୍ରଦାୟର ଲୋକଙ୍କୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଭାରତ ଯାହା ବି କରେ ତାହା ରେକର୍ଡ ହୋଇଯାଏ ଏବଂ ଇତିହାସରେ ପରିଣତ ହୁଏ। ଏହା ସହିତ ସେ ଭାରତକୁ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା କରିବା ବିଷୟରେ ମଧ୍ୟ କହିଥିଲେ। ଏହି ସମୟରେ ଲୋକମାନେ ତାଙ୍କ ଭାଷଣକୁ ଭଲ ଭାବରେ ଶୁଣୁଥିବାର ଦେଖାଯାଇଥିଲା।

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଖି ଲୋକମାନେ ପ୍ରଥମେ ‘ଭାରତ ମାତା କି ଜୟ’ର ସ୍ଲୋଗାନ ଦେଇଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ପୋଲାଣ୍ଡରେ ୨୫ ହଜାରରୁ ଅଧିକ ଭାରତୀୟ ବାସ କରନ୍ତି। ଭାରତ ଯାହା ବି କରେ।ତାହା ଏକ ନୂଆ ରେକର୍ଡ ହୋଇଯାଏ। ଏହା ଏକ ଇତିହାସ ହୋଇଯାଏ। ଭାରତ ଏକାସାଙ୍ଗରେ ୧୦୦ରୁ ଅଧିକ ଉପଗ୍ରହ ଉତକ୍ଷେପଣ କରିଥିଲା। ଏହା ମଧ୍ୟ ଏକ ରେକର୍ଡ। ବର୍ତ୍ତମାନ ଦୁଇ ଦିନ ଅର୍ଥାତ୍‌ ୨୩ ଅଗଷ୍ଟରେ, ଏହା ହେଉଛି ଜାତୀୟ ମହାକାଶ ଦିବସ। ଏହି ଦିନ ଭାରତ ଚନ୍ଦ୍ରଯାନକୁ ଚନ୍ଦ୍ରର ଦକ୍ଷିଣ ପୋଲରେ ଅବତରଣ କରିଥିଲା। ଯେଉଁଠାରେ କୌଣସି ଦେଶ ପହଞ୍ଚି ପାରି ନ ଥିଲେ, ଭାରତ ସେଠାରେ ପହଞ୍ଚିଛି ଏବଂ ସେହି ସ୍ଥାନର ନାମ ହେଉଛି ଶିବଶକ୍ତି।
ଏହା ସହିତ ପ୍ରଧାନମନ୍ତ୍ରୀ ମୋଦି ଆହୁରି ମଧ୍ୟ କହିଛନ୍ତି,ଭାରତ ହେଉଛି ବିଶ୍ୱର ତୃତୀୟ ବୃହତ୍ତମ ଷ୍ଟାର୍ଟଅପ ଇକୋସିଷ୍ଟମ। କିନ୍ତୁ ଜନସଂଖ୍ୟା ଦୃଷ୍ଟିରୁ ବିଶ୍ୱର ବିକାଶରେ ଭାରତର ଅଂଶ ସେତେଟା ପୂର୍ବରୁ ନ ଥିଲା। ୨୦୨୩ରେ ବିଶ୍ୱର ବିକାଶରେ ଭାରତର ଅବଦାନ ୧୬ ପ୍ରତିଶତରୁ ଅଧିକ ହୋଇଛି। ବର୍ତ୍ତମାନ ପରିସ୍ଥିତି ଦ୍ରୁତ ଗତିରେ ବଦଳୁଛି। ଭାରତ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି ହେବା ଠାରୁ ଦୂରରେ ନୁହେଁ। ମୁଁ ଦେଶର ଲୋକଙ୍କୁ ପ୍ରତିଶୃତି ଦେଇଛି, ମୋର ତୃତୀୟ କାର୍ଯ୍ୟକାଳରେ ଭାରତ ତିନି ନମ୍ବର ଅର୍ଥନୀତିରେ ପରିଣତ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?