Posted inଜାତୀୟ

CAA କ’ଣ? ଏହା ଲାଗୁ ହେବା ଯୋଗୁ କିଏ ହେବେ ପ୍ରଭାବିତ; ଜାଣନ୍ତୁ ସମସ୍ତ ସୂଚନା…

ନୂଆଦିଲ୍ଲୀ,୧୦।୨: CAAକୁ ନେଇ ଗୃହମନ୍ତ୍ରୀ ଅମିତ ଶାହା ବଡ଼ ଘୋଷଣା କରିଛନ୍ତି। ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବରୁ ଏହାକୁ ଭାରତରେ ଲାଗୁ କରାଯିବ ବୋଲି ସେ କହିଛନ୍ତି। ଏମିତିରେ ଦେଶବାସୀଙ୍କ ମନରେ ପ୍ରଶ୍ନ ଉଠୁଛି ଯେ CAA କିଭଳି ଲାଗୁ ହେବ? ଏହାର ପ୍ରଭାବ କାହା ଉପରେ ପଡ଼ିବ?

୨୦୧୯ ଡିସେମ୍ବରରେ CAAକୁ ସଂସଦରେ ମଞ୍ଜୁରି ମିଳିଥିଲା। କହିବାକୁ ଚାହିଁବୁ ଏହା ଭାରତୀୟ ନାଗରିକଙ୍କ ଉପରେ ଲାଗୁ ହେବ ନାହିଁ। ଯେଉଁମାନଙ୍କୁ ଧର୍ମକୁ ନେଇ ଉତ୍ପୀଡ଼ନର ଶିକାର ହେବା ପରେ ଭାରତରେ ଶରଣ ନେବାକୁ ବାଧ୍ୟ କରାଯାଇଛି ତାଙ୍କ ଉପରେ ଏହି ଆଇନ ଲାଗୁ ହେବ।

CAAର ଉଦ୍ଦେଶ୍ୟ ଆଫଗାନିସ୍ତାନ, ପାକିସ୍ତାନ, ବାଲାଂଦେଶରୁ ୨୦୧୪ ଡିସେମ୍ବର ୩୧ ପୂର୍ବରୁ ଆସିଥିବା ୬ ଅଳ୍ପସଂଖ୍ୟକ(ହିନ୍ଦୁ, ଶିଖ, ଖ୍ରୀଷ୍ଟିଆନ୍‌, ଜୈନ, ବୌଦ୍ଧ ଏବଂ ପାର୍‌ସୀ)ମାନଙ୍କୁ ଭାରତର ନାଗରିକତା ପ୍ରଦାନ କରିବା। ଏଥିଲାଗି ୩ ଦେଶରୁ ଆସିଥିବା ବିସ୍ଥାପିତମାନଙ୍କୁ କୌଣସି ଦସ୍ତାବିଜ ଦେବାର ଆବଶ୍ୟକତା ମଧ୍ୟ ନାହିଁ।

ପୂର୍ବରୁ ପ୍ରବାସୀ ନାଗରିକଙ୍କୁ ନାଗରିକତା ପ୍ରଦାନ କରିବା ଲାଗି ଆବେଦନ କରିବା ଲାଗି ୧୧ ବର୍ଷ ଭାରତରେ ରହିବା ଆବଶ୍ୟକ ଥିଲା। ଏବେ CAA ଯୋଗୁ ଏହି ଅବଧିକୁ କମାଇ ୬ ବର୍ଷ କରିଦିଆଯାଇଛି। ଏଥିରେ କୌଣସି ସମୁଦାୟର ନାଗରିକଙ୍କଠାରୁ ନାଗରିକତା ନେବାର ପ୍ରାବଧାନ ନାହିଁ।

ପ୍ରକାଶ ଯେ, ୨୦୧୯ରେ CAA ସଂସଦରେ ପାରିତ ହେବା ପରେ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ମିଳିଥିଲା। ଏହାପରେ ଦେଶର କିଛି ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ…

ଖଣି ବିଭାଗର ଚଢ଼ାଉ: ୩ ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି): ଖଣି ବିଭାଗ ଥୁଆମୂଳ ରାମପୁର ଅଞ୍ଚଳରେ ଚଢ଼ାଉ କରି ୩ ବାଲି ବୋଝେଇ ହାଇୱା ଜବତ କରିଛି। କଳାହାଣ୍ଡି ଖଣି…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର: ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର,୬ା୨(ସୁଚିସ୍ମିତା ସାହୁ):ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହାକୁ ଫେବୃଆରୀ ୫ ତାରିଖ ଯାଏ ବଢ଼ାଯାଇଥିଲାବେଳେ ଏବେ ଆସନ୍ତା ୧୮ ତାରିଖକୁ…

ରାଇପାହାଡ଼ରେ ଆନ୍ଧ୍ର ନେତା: ଆନ୍ଧ୍ର ଯୋଜନାରେ ସାମିଲ ପାଇଁ ପ୍ରଲୋଭନ

ନନ୍ଦପୁର/ପାଡୁଆ,୬ା୨(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ଗୋଲୁର ପଞ୍ଚାୟତ ରାଇପାହାଡ଼ ଗ୍ରାମରେ ଆନ୍ଧ୍ରପ୍ରଦେଶ ନେତାମାନେ ଗୁରୁବାର ବୈଠକ କରିଛନ୍ତି। ଆନ୍ଧ୍ରର…

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଟଙ୍କୁ ମିଳିବ ପାସପୋର୍ଟ

ରିଆଦ୍‌,୬ା୨:ଓଟଙ୍କୁ ନେଇ ସାଉଦି ଆରବ ସରକାର ଏଭଳି ଏକ ନିଷ୍ପତ୍ତି ନେଇଛନ୍ତି, ଯାହାକି ସାରା ଙ୍କ ପକ୍ଷରୁ ପାସ୍‌ପୋର୍ଟ ଦିଆଯିବ। ପାରମ୍ପରିକ ଏବଂ ଅର୍ଥନୈତିକ ଦୃଷ୍ଟିରୁ ସାଉଦି…

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri