Posted inଜାତୀୟ

ମନମୋହନଙ୍କ ସିଂଙ୍କ କ’ଣ ରହିଛି ୨୬ ତାରିଖର ଲିଙ୍କ୍‌, ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୭।୧୨: ଆଉ ନାହାନ୍ତି ଭାରତୀୟ ଅର୍ଥନୀତିର ଭୀଷ୍ମ ପିତାମହ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। କେବଳ ଦେଶ ନୁହେଁ ସେ ଜଣେ ଭଲ ଅର୍ଥନୀତିଜ୍ଞ ଭାବେ ତାଙ୍କୁ ସାରା ଦୁନିଆ ଜାଣିଥିଲା। ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ୯୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ମନମୋହନ ସିଂହ ଦୁଇ ଦୁଇଥର ପ୍ରଧାନମନ୍ତ୍ରୀ ରହିବା ସହ ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ମଧ୍ୟ ଥିଲେ। ଏଥିସହ ଦେଶରେ ଅର୍ଥନୈତିକ ସଂସ୍କାର ଆଣିବାରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ମନମୋହନ ସିଂ ଏକାଧାରାରେ ରାଜନୀତିଜ୍ଞ, ଅର୍ଥନୀତିଜ୍ଞ, ଶିକ୍ଷାବିତ୍‌ ଓ ପ୍ରଶାସନିକ ଅଧିକାରୀ ଥିଲେ । ପୂର୍ବ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁ, ଇନ୍ଧିରା ଗାନ୍ଧୀଙ୍କ ସହ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରେ ଯଦି ସର୍ବାଧିକ କ୍ଷମତାରେ କିଏ ପିଏମ ହୋଇଥିଲେ ସେ ହେଉଛନ୍ତି ମନମୋହନ । ତେବେ ତାଙ୍କର ଡିସେମ୍ବର ୨୬ରେ ଦେହାନ୍ତ ହୋଇଛି। କ’ଣ ଆପଣ ଜାଣନ୍ତି କି କି ଏହି ୨୬ ସହ ଲିଙ୍କ୍‌ ମନମୋହନଙ୍କ ବହୁ ଆଗରେ ରହିଛି। ଜାଣନ୍ତୁ ଏ ସମ୍ପର୍କରେ…

ଭାରତର ଏହି ପୂର୍ବତନ ପ୍ରଧାନମନ୍ତ୍ରୀ ୨୬ରେ ଆସିଥିଲେ ଓ ୨୬ରେ ହିଁ ବାହୁଡି ଗଲେ । ଯେତେବେଳେ ଭାରତର ଅର୍ଥନୀତି ବାଟବଣା ହୋଇଥିଲା ଠିକ ସେହି ସମୟରେ ମନମୋହନଙ୍କ ପ୍ରଚେଷ୍ଟାରେ ଇକୋନୋମିକ୍ସ ରାସ୍ତାକୁ ଫେରିଥିଲା । ଖାଲି ଏତିକି ନୁହେଁ ବରଂ ପ୍ରଧାନମନ୍ତ୍ରୀତ୍ୱ କାଳରେ ସେ ନେଇଥିବା ନିଷ୍ପତ୍ତିକୁ ଭାରତ କାଳକାଳ ମନେରଖିବ। ସବୁଠୁ ଦୁଃଖର କଥା ଯେଉଁ ତାରିଖରେ ସେ ଜନ୍ମ ହୋଇଥିଲେ ସେହି ତାରିଖରେ ମନମୋହନ ସିଂ ଆଖି ବୁଜିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri