Posted inଜାତୀୟ

ମନମୋହନଙ୍କ ସିଂଙ୍କ କ’ଣ ରହିଛି ୨୬ ତାରିଖର ଲିଙ୍କ୍‌, ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୭।୧୨: ଆଉ ନାହାନ୍ତି ଭାରତୀୟ ଅର୍ଥନୀତିର ଭୀଷ୍ମ ପିତାମହ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। କେବଳ ଦେଶ ନୁହେଁ ସେ ଜଣେ ଭଲ ଅର୍ଥନୀତିଜ୍ଞ ଭାବେ ତାଙ୍କୁ ସାରା ଦୁନିଆ ଜାଣିଥିଲା। ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ୯୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ମନମୋହନ ସିଂହ ଦୁଇ ଦୁଇଥର ପ୍ରଧାନମନ୍ତ୍ରୀ ରହିବା ସହ ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ମଧ୍ୟ ଥିଲେ। ଏଥିସହ ଦେଶରେ ଅର୍ଥନୈତିକ ସଂସ୍କାର ଆଣିବାରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ମନମୋହନ ସିଂ ଏକାଧାରାରେ ରାଜନୀତିଜ୍ଞ, ଅର୍ଥନୀତିଜ୍ଞ, ଶିକ୍ଷାବିତ୍‌ ଓ ପ୍ରଶାସନିକ ଅଧିକାରୀ ଥିଲେ । ପୂର୍ବ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁ, ଇନ୍ଧିରା ଗାନ୍ଧୀଙ୍କ ସହ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରେ ଯଦି ସର୍ବାଧିକ କ୍ଷମତାରେ କିଏ ପିଏମ ହୋଇଥିଲେ ସେ ହେଉଛନ୍ତି ମନମୋହନ । ତେବେ ତାଙ୍କର ଡିସେମ୍ବର ୨୬ରେ ଦେହାନ୍ତ ହୋଇଛି। କ’ଣ ଆପଣ ଜାଣନ୍ତି କି କି ଏହି ୨୬ ସହ ଲିଙ୍କ୍‌ ମନମୋହନଙ୍କ ବହୁ ଆଗରେ ରହିଛି। ଜାଣନ୍ତୁ ଏ ସମ୍ପର୍କରେ…

ଭାରତର ଏହି ପୂର୍ବତନ ପ୍ରଧାନମନ୍ତ୍ରୀ ୨୬ରେ ଆସିଥିଲେ ଓ ୨୬ରେ ହିଁ ବାହୁଡି ଗଲେ । ଯେତେବେଳେ ଭାରତର ଅର୍ଥନୀତି ବାଟବଣା ହୋଇଥିଲା ଠିକ ସେହି ସମୟରେ ମନମୋହନଙ୍କ ପ୍ରଚେଷ୍ଟାରେ ଇକୋନୋମିକ୍ସ ରାସ୍ତାକୁ ଫେରିଥିଲା । ଖାଲି ଏତିକି ନୁହେଁ ବରଂ ପ୍ରଧାନମନ୍ତ୍ରୀତ୍ୱ କାଳରେ ସେ ନେଇଥିବା ନିଷ୍ପତ୍ତିକୁ ଭାରତ କାଳକାଳ ମନେରଖିବ। ସବୁଠୁ ଦୁଃଖର କଥା ଯେଉଁ ତାରିଖରେ ସେ ଜନ୍ମ ହୋଇଥିଲେ ସେହି ତାରିଖରେ ମନମୋହନ ସିଂ ଆଖି ବୁଜିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ପାଇଁ ଲୋକମାନେ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ: ନବୀନ

ଭୁବନେଶ୍ୱର,୧୯।୬(ସୁନିତ୍‌ ମିଶ୍ର): ରାଜ୍ୟର ଲୋକମାନେ ଭତ୍ତା ପାଇଁ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ। ୨ ବର୍ଷ ପୂରଣ କରିଥିବା ଭାଜପା ସରକାରର ଏଇଆ କ’ଣ ଫାଇଦା କି…

କାର୍‌ ସହ ଭାଜପା ନେତାଙ୍କୁ ଜାଳିଦେଲେ

ରାୟପୁର, ୧୯।୬: ଛତିଶଗଡ଼ କୋରିଆ ଜିଲାରେ ବାଲି ଖନନକୁ କେନ୍ଦ୍ର କରି ୨ଗୋଷ୍ଠୀ ମଧ୍ୟରେ ଏକ ଜଘନ୍ୟ ହିଂସାକାଣ୍ଡ ଘଟିଛି। ଅଭିଯୁକ୍ତମାନେ ଏକ କାର୍‌କୁ ଧକ୍କା ଦେଇ…

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri