Posted inଖେଳ

କ୍ରିକେଟ୍‌ରେ ଓବିଏସ୍‌ ଆଉଟ୍‌ କ’ଣ? ଆଇପିଏଲ୍‌ ଇତିହାସରେ ମାତ୍ର ୩ ଜଣ ବ୍ୟାଟ୍ସମ୍ୟାନ୍‌ ହୋଇଛନ୍ତି ଏମିତି ଆଉଟ୍‌

ଚେନ୍ନାଇ,୧୨।୫: ଆଇପିଏଲ ୨୦୨୪ର ୬୧ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଏମ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଚେନ୍ନାଇ ଜିତିଥିଲା। ଏହି ମ୍ୟାଚ୍‌ରେ ଫିଲ୍ଡରେ ବାଧା ସୃଷ୍ଟି (Obstructing the field dismissals) ହେତୁ ସିଏସକେ ଅଲରାଉଣ୍ଡର ଖେଳାଳି ରବିନ୍ଦ୍ର ଜାଡେଜାଙ୍କୁ ଆଉଟ୍‌
ଚେନ୍ନାଇ ସୁପର କିଙ୍ଗ୍ସର ବ୍ୟାଟିଂ ସମୟରେ ଏହି ଅଦ୍ଭୁତ ଘଟଣା ଦେଖିବାକୁ ମିଳିଥିଲା। ଆବେଶ ଖାନ ଆରଆର ପାଇଁ ଇନିଂସର ୧୬ତମ ଓଭରରେ ବୋଲିଂ କରିଥିଲେ। ଜାଡେଜା ସହଜରେ ଓଭରର ପଞ୍ଚମ ବଲ ଖେଳି ଥାର୍ଡମ୍ୟାନ୍‌ ଆଡକୁ ହାଲୁକା ହାତରେ ଏକ ରନ ପୂରଣ କରିଥିଲେ। ଦ୍ୱିତୀୟ ରନ୍‌ ନେବାକୁ ଜାଡେଜା ଆଗ୍ରହୀ ମନେ ହେଉଥିଲେ ମଧ୍ୟ ଅନ୍ୟପକ୍ଷରେ ରିତୁରାଜ ଗାଇକ୍ୱାଡ ରନ ନେବାକୁ ମନା କରିଦେଇଥିଲେ।
ତେବେ ବିରୋଧୀ ବ୍ୟାଟ୍ସମ୍ୟାନ ମନା କରିବା ବେଳକୁ ଜାଡେଜା ଅଧା ପଡ଼ିଆରେ ପହଞ୍ଚି ସାରିଛନ୍ତି। କିନ୍ତୁ ସେ ପୁନର୍ବାର ଫେରିବାକୁ ଚେଷ୍ଟା କରିଥିଲେ। ଏହି ସମୟରେ ସେ ସାମସନଙ୍କ ଥ୍ରୋ ମଧ୍ୟରେ ଆସିଥିଲେ, ଯେଉଁଥିପାଇଁ ତାଙ୍କୁ ଓବିଏସ୍‌ ଆଉଟ୍‌ ଦିଆଯାଇଥିଲା।
ଅମ୍ପାୟାରଙ୍କ ଦ୍ୱାରା ଓବିଏସ୍‌ ଆଉଟ୍‌ ଦିଆଯିବା ପରେ ଜାଡେଜା ବହୁତ ରାଗି ଯାଇଥିଲେ। ଦର୍ଶକଙ୍କ ମଧ୍ୟରେ ଉପସ୍ଥିତ ଥିବା ଧୋନୀଙ୍କ ସ୍ତ୍ରୀ ସାକ୍ଷୀ ମଧ୍ୟ ଟିକେ ଆଶ୍ଚର୍ଯ୍ୟ ହୋଇଥିଲେ।
ଆଇପିଏଲ ଇତିହାସରେ ଓବିଏସ୍‌ ଆଉଟ୍‌ ହୋଇଛନ୍ତି
ୟୁସୁଫ ପଠାନ (କେକେଆର୍‌) – ପୁଣେ ୱାରିୟର୍ସ ଇଣ୍ଡିଆ – ରାଞ୍ଚି, ୨୦୧୩
ଅମିତ ମିଶ୍ର (ଡିସି) – ବନାମ ସନରାଇଜର୍ସ ହାଇଦ୍ରାବାଦ – ବିଶାଖାପାଟନମ, ୨୦୧୯
ରବିନ୍ଦ୍ର ଜାଡେଜା (ସିଏସ୍‌କେ) – ବନାମ ରାଜସ୍ଥାନ ରୟାଲ୍ସ – ଚେନ୍ନାଇ, ୨୦୨୪


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri