ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଉତ୍ତର ରଖି କହିଲେ ଅସ୍ମିତା ବି ମୁଁ ପଣ, ଅହଂଜ୍ଞାନ, ମୁଁ ଭାବ, ମୁଁ ଅଛି- ଏହି ଭାବ, ଆତ୍ମ ପରିଚିତି ।
ଓଡ଼ିଆ ଅସ୍ମିତାକୁ ଉଜ୍ଜୀବିତ କରିବା, ଓଡ଼ିଶାର କଳା, ସ୍ଥାପତ୍ୟ, ସାହିତ୍ୟ, ସଂସ୍କୃତି ତଥା ଐତିହ୍ୟର ପ୍ରଚାର ପ୍ରସାରକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ବାରା ୨୦୦କୋଟି ଟଙ୍କାର ଓଡ଼ିଆ ଅସ୍ମିତା ନିମନ୍ତେ ସ୍ବତନ୍ତ୍ର ପାଣ୍ଠି ଗଠନ କରାଯାଇଛି।