କ‘ଣ ଲୁଚାଇବାକୁ ଚେଷ୍ଟା କରୁଛି ପାକିସ୍ତାନ ? ଦାଉଦଙ୍କ ଖବର ପରେ ଦେଶରେ ଇଣ୍ଟରନେଟ ସେବା ବନ୍ଦ, ମୃତ ନା ଜୀବିତ ନେଇ ଚର୍ଚ୍ଚା ଆରମ୍ଭ…

ଇସଲାମାବାଦ,୧୮।୧୨ : ୧୯୯୩ ମୁମ୍ବାଇ ବୋମା ବିସ୍ଫୋରଣ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଭାରତର ମୋଷ୍ଟ ଓ୍ବଣ୍ଟେଡ ଆତଙ୍କବାଦୀ ଦାଉଦ ଇବ୍ରାହିମଙ୍କୁ ପାକିସ୍ତାନର କରାଚିରେ ବିଷ ଦିଆଯାଇଥିବା ଖବର ପ୍ରସାରିତ ହେବାରେ ଲାଗିଛି। ତାଙ୍କୁ କରାଚି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଖବର ମଧ୍ୟ ରହିଛି। ଡାକ୍ତରଖାନାରେ ପାକିସ୍ତାନୀ ସେନା ମୁତୟନ କରାଯାଇଛି ବୋଲି ଚର୍ଚ୍ଚା ହେଉଛି। ତେବେ କେତେକ ପାକିସ୍ତାନୀ ଗଣମାଧ୍ୟମ ଏହାକୁ ମିଥ୍ୟା ବୋଲି କହିଛନ୍ତି।

ସେପଟେ ପାକିସ୍ତାନରେ ଇଣ୍ଟରନେଟ ବନ୍ଦ ହୋଇଯାଇଥିବା ଖବର ଆସିଛି। ସୋସିଆଲ ମିଡିଆ ୱେବସାଇଟକୁ ନିଷେଧ କରାଯାଇଛି।
ପାକିସ୍ତାନୀ ଗଣମାଧ୍ୟମ ଅନୁଯାୟୀ, ଦାଉଦଙ୍କ ବିଷୟରେ ଖବର ପ୍ରଚାର ନ କରିବା ପାଇଁ ଇଣ୍ଟରନେଟକୁ ବାରଣ କରାଯାଇଛି। ତେବେ ଏହା ଏପର୍ଯ୍ୟନ୍ତ ନିଶ୍ଚିତ ହୋଇନାହିଁ। କେତେକ ସୋସିଆଲ ମିଡିଆ ସାଇଟରେ ଦାଉଦଙ୍କ ମୃତ୍ୟୁ ଘଟିଥିବା ଚର୍ଚ୍ଚା ହେଉଛି।

ପାକିସ୍ତାନର ଖବରଦାତାଙ୍କ ଅନୁଯାୟୀ ଦେଶରେ ହଠାତ ଇଣ୍ଟରନେଟ ନିଷେଧ ଅର୍ଥ ହେଉଛି ଜନସାଧାରଣଙ୍କଠାରୁ କିଛି ଲୁଚା ଯାଉଛି। ଦାଉଦ ହେଉଛନ୍ତି ପାକିସ୍ତାନର ପୂର୍ବତନ କ୍ରିକେଟର ଜାଭେଦ ମିଆଦାଦଙ୍କ ପୁଅର ଶ୍ୱଶୁର। ଏହି ଖବର ଭାଇରାଲ ନ ହେବା ପାଇଁ ପାକିସ୍ତାନ ସରକାର ଇଣ୍ଟରନେଟ ବନ୍ଦ କରିଦେଇଛନ୍ତି।

ସମଗ୍ର ପାକିସ୍ତାନରେ ସୋସିଆଲ ମିଡିଆକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ପାକିସ୍ତାନୀ ଖବରଦାତା ଆରର୍ଜଙ୍କ ଅନୁଯାୟୀ, ସବୁକିଛି ସ୍ବାଭାବିକ ଚାଲିଥିବା ବେଳେ ପାକିସ୍ତାନରେ ହଠାତ ଇଣ୍ଟରନେଟ କାହିଁକି ନିଷେଧ ହେଲା? ସୋସିଆଲ ମିଡିଆରେ ଦାଉଦ ମୃତ ନା ଜୀବିତ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri