ବିଜେଡି ପରାଜୟର କ’ଣ ବଡ଼ କାରଣ କହିଲେ ମଙ୍ଗଳା କିଷାନ

ନିର୍ବାଚନରେ ବିଜେଡି ପରାଜୟ ନେଇ ଜଣଙ୍କ ପରେ ଜଣେ ନେତା ମୁହଁ ଖୋଲି ଚାଲିଛନ୍ତି । ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର ପାଇଁ ରାଜ୍ୟରେ ସରକାର ଗଢିଛି। ଏବେ ବି ବିଜେଡି ପରାଜୟର କାରଣ ଖୋଜୁଛି। ବିଜେଡି ପରାଜୟ ବରଣ କରିବା ପରେ ଦଳୀୟ କର୍ମକର୍ତ୍ତାଙ୍କଠାରୁ ଆରମ୍ଭ କରି ସାରା ରାଜ୍ୟରେ ଚର୍ଚ୍ଚା ଜାରି ରହିଛି। ବିଜେଡି କାହିଁକି ଏତେ ବଡ଼ ପରାଜୟ କଲା ସେନେଇ ନାନା କଥା ସାମ୍ନାକୁ ଆସୁଛି। ଏପରିକି ବିଜେଡିର ବରିଷ୍ଠ ନେତାମାନେ ମଧ୍ୟ ଜଣଙ୍କ ପରେ ଜଣେ ମୁହଁ ଖୋଲି ହାରିବାର କାରଣ କହୁଛନ୍ତି। ଆଉ କିଛି ନେତା ଚୁପ୍‌ ହୋଇ ହାରିବାର କାରଣ ଖୋଜୁଛନ୍ତି।

ପ୍ରଦୀପ ମାଝୀ, ଅବିନାଶ ସାମଲ, ମହୀଧର ରଣାଙ୍କ ପରେ ଶନିବାର ଅନୁସୂଚିତ ଜନଜାତି ବୈଠକରେ ପରାଜୟର କାରଣ କହିଛନ୍ତି ବରିଷ୍ଠ ବିଜେଡି ନେତା ମଙ୍ଗଳା କିଷାନ । ସେ କହିଛନ୍ତି, ଆଦିବାସୀ ବହୁଳ ଜିଲାରେ ଆମ ଲୋକଙ୍କ ମଧ୍ୟରେ ଭୁଲ ବୁଝାମଣା ହେବାରୁ ଦଳର ପରାଜୟ ହୋଇଛି । ସଂଗଠନ ମଧ୍ୟ ଜିଲାସ୍ତରରେ ବହୁତ ସ୍ଥାନରେ ଦୁର୍ବଳ ଥିଲା । ତାକୁ ଅଣଦେଖା କରାଗଲା । ଯେଉଁମାନେ ସଂଗଠନ ଦାୟିତ୍ୱରେ ଥିଲେ ସେମାନେ ସମୟ ସମୟରେ ଯାଇ ଜିଲା ସ୍ତରରେ ନୂଆ ନୂଆ ପ୍ରାର୍ଥୀ ସୃଷ୍ଟି କଲେ । ସେଥିପାଇଁ ଆମର ଫଳାଫଳ ଖରାପ ହେଲା ବୋଲି କହିଛନ୍ତି ମଙ୍ଗଳା କିଷାନ ।

ଅନ୍ୟପକ୍ଷରେ ଏହି ହାରିବାକୁ ନେଇ ବୌଦ୍ଧ ଜିଲା କଣ୍ଟାମାଳର ପୂର୍ବତନ ବିଧାୟକ ମହୀଧର କହିଛନ୍ତି, ଆମ ନିଜ ନିଜ ଭିତରେ ଆକ୍ରୋଶ ମନୋଭାବ ରହିଲା। ଯେଉଁଥିପାଇଁ ଦଳ ପରାଜିତ ହେଲା। ଏଥିସହିତ ନିର୍ବାଚନରେ ପଞ୍ଚାୟତ, ବ୍ଲକ ସଭାପତିଙ୍କୁ ସାଂଗଠନିକ ଦାୟିତ୍ୱ ଦିଆଗଲାନାହିଁ। ଦାୟିତ୍ୱ ଓ ଗୁରୁତ୍ୱ ଦିଆ ନ ଯିବାରୁ ଦଳ ହାରିଗଲା। ସବୁଠୁ ବଡ଼ କାରଣ ହେଲା ଭାଜପା ତୁଳନାରେ ବିଜେଡିର ନିର୍ବାଚନୀ ଇସ୍ତାହାର ସେତେଟ ଆଖିଦୃଶିଆ ନ ଥିଲା। ଫଳରେ ଦଳକୁ ପରାଜୟ ଭୋଗିବାକୁ ପଡ଼ିଲା।

ସେହିପରି ପୂର୍ବରୁ ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ଦଳର ପରାଜୟ ଉପରେ ଖୋଲାଖୋଲି ନିଜ ମନ୍ତବ୍ୟ ଦେଇଥିଲେ। ଯାହାକୁ ନେଇ ବେଶ୍‌ ଚର୍ଚ୍ଚା ହୋଇଥିଲା। ସେ କହିଥିଲେ, ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ନ ବୁଲିବା କାରଣରୁ ବିଜେଡିର ପରାଜୟବରଣ କରିଛି। ବିଜେଡିର ସବୁ ସ୍ଥାନରେ ଭୋଟ ଅଛି, କିନ୍ତୁ ନବୀନ ବୁଲିଲେନି। ନବୀନ ସମୟ ଦେଇ ନ ପାରିବାରୁ କିଛି ସ୍ଥାନରେ ସଂଗଠନ କ୍ଷତିଗ୍ରସ୍ତ ହେଲା। ସେ ଆଉଥରେ ବୁଲିଲେ ସଂଗଠନ ଫେରିଆସିବ ବୋଲି ଆଶା ରହିଛି।

ଏହାପୂର୍ବରୁ ବିଜେଡି ନେତା ପ୍ରଦୀପ ମାଝୀ ବିଜେଡି ପରାଜୟ ପାଇଁ ୩ କାରଣକୁ ଦାୟୀ କରିଥିଲେ। ନିର୍ବାଚନ ପୂର୍ବରୁ ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବା ନେଇ ଚର୍ଚ୍ଚା, ଦଳ ମଧ୍ୟରେ ଥିବା ଅନ୍ତଃକନ୍ଦଳ। ଖରାପ ନିର୍ବାଚନ ପରିଚାଳନାକୁ ସେ ପରାଜୟର ମୁଖ୍ୟ କାରଣ ବୋଲି ସ୍ବୀକାର କରିଛନ୍ତି।

ସୂଚନାଯୋଗ୍ୟ,ଗତ ନିର୍ବାଚନରେ ବିଜେଡିର ବଡ଼ ପରାଜୟ ପରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କ ସହ ପ୍ରାୟତଃ ଆଲୋଚନା କରୁଛନ୍ତି। ଦଳର ପରାଜୟ ପାଇଁ ନେତାମାନେ ବିଭିନ୍ନ କାରଣକୁ ଦାୟୀ କରିଛନ୍ତି।

ସେପଟେ ଗତକାଲି ପରାଜୟ ନେଇ ବଡ଼ ବୟାନ ରଖିଥିଲେ ପୂର୍ବତନ ବିଧାୟକ ମହୀଧର ରଣା । ସେ କହିଥିଲେ, ଆମ ନିଜ ନିଜ ଭିତରେ ଆକ୍ରୋଶ ମନୋଭାବ ରହିଲା । ନିର୍ବାଚନରେ ପଞ୍ଚାୟତ, ବ୍ଲକ ସଭାପତିଙ୍କୁ ସାଂଗଠନିକ ଦାୟିତ୍ୱ ଦିଆଗଲାନି । ଦାୟିତ୍ୱ ଓ ଗୁରୁତ୍ୱ ଦିଆ ନ ଯିବାରୁ ଦଳର ପରାଜୟ ହେଲା ବୋଲି କହିଛନ୍ତି ପୂର୍ବତନ ବିଧାୟକ ମହୀଧର ରଣା ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri