ବିଜେଡି ପରାଜୟର କ’ଣ ବଡ଼ କାରଣ କହିଲେ ମଙ୍ଗଳା କିଷାନ

ନିର୍ବାଚନରେ ବିଜେଡି ପରାଜୟ ନେଇ ଜଣଙ୍କ ପରେ ଜଣେ ନେତା ମୁହଁ ଖୋଲି ଚାଲିଛନ୍ତି । ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର ପାଇଁ ରାଜ୍ୟରେ ସରକାର ଗଢିଛି। ଏବେ ବି ବିଜେଡି ପରାଜୟର କାରଣ ଖୋଜୁଛି। ବିଜେଡି ପରାଜୟ ବରଣ କରିବା ପରେ ଦଳୀୟ କର୍ମକର୍ତ୍ତାଙ୍କଠାରୁ ଆରମ୍ଭ କରି ସାରା ରାଜ୍ୟରେ ଚର୍ଚ୍ଚା ଜାରି ରହିଛି। ବିଜେଡି କାହିଁକି ଏତେ ବଡ଼ ପରାଜୟ କଲା ସେନେଇ ନାନା କଥା ସାମ୍ନାକୁ ଆସୁଛି। ଏପରିକି ବିଜେଡିର ବରିଷ୍ଠ ନେତାମାନେ ମଧ୍ୟ ଜଣଙ୍କ ପରେ ଜଣେ ମୁହଁ ଖୋଲି ହାରିବାର କାରଣ କହୁଛନ୍ତି। ଆଉ କିଛି ନେତା ଚୁପ୍‌ ହୋଇ ହାରିବାର କାରଣ ଖୋଜୁଛନ୍ତି।

ପ୍ରଦୀପ ମାଝୀ, ଅବିନାଶ ସାମଲ, ମହୀଧର ରଣାଙ୍କ ପରେ ଶନିବାର ଅନୁସୂଚିତ ଜନଜାତି ବୈଠକରେ ପରାଜୟର କାରଣ କହିଛନ୍ତି ବରିଷ୍ଠ ବିଜେଡି ନେତା ମଙ୍ଗଳା କିଷାନ । ସେ କହିଛନ୍ତି, ଆଦିବାସୀ ବହୁଳ ଜିଲାରେ ଆମ ଲୋକଙ୍କ ମଧ୍ୟରେ ଭୁଲ ବୁଝାମଣା ହେବାରୁ ଦଳର ପରାଜୟ ହୋଇଛି । ସଂଗଠନ ମଧ୍ୟ ଜିଲାସ୍ତରରେ ବହୁତ ସ୍ଥାନରେ ଦୁର୍ବଳ ଥିଲା । ତାକୁ ଅଣଦେଖା କରାଗଲା । ଯେଉଁମାନେ ସଂଗଠନ ଦାୟିତ୍ୱରେ ଥିଲେ ସେମାନେ ସମୟ ସମୟରେ ଯାଇ ଜିଲା ସ୍ତରରେ ନୂଆ ନୂଆ ପ୍ରାର୍ଥୀ ସୃଷ୍ଟି କଲେ । ସେଥିପାଇଁ ଆମର ଫଳାଫଳ ଖରାପ ହେଲା ବୋଲି କହିଛନ୍ତି ମଙ୍ଗଳା କିଷାନ ।

ଅନ୍ୟପକ୍ଷରେ ଏହି ହାରିବାକୁ ନେଇ ବୌଦ୍ଧ ଜିଲା କଣ୍ଟାମାଳର ପୂର୍ବତନ ବିଧାୟକ ମହୀଧର କହିଛନ୍ତି, ଆମ ନିଜ ନିଜ ଭିତରେ ଆକ୍ରୋଶ ମନୋଭାବ ରହିଲା। ଯେଉଁଥିପାଇଁ ଦଳ ପରାଜିତ ହେଲା। ଏଥିସହିତ ନିର୍ବାଚନରେ ପଞ୍ଚାୟତ, ବ୍ଲକ ସଭାପତିଙ୍କୁ ସାଂଗଠନିକ ଦାୟିତ୍ୱ ଦିଆଗଲାନାହିଁ। ଦାୟିତ୍ୱ ଓ ଗୁରୁତ୍ୱ ଦିଆ ନ ଯିବାରୁ ଦଳ ହାରିଗଲା। ସବୁଠୁ ବଡ଼ କାରଣ ହେଲା ଭାଜପା ତୁଳନାରେ ବିଜେଡିର ନିର୍ବାଚନୀ ଇସ୍ତାହାର ସେତେଟ ଆଖିଦୃଶିଆ ନ ଥିଲା। ଫଳରେ ଦଳକୁ ପରାଜୟ ଭୋଗିବାକୁ ପଡ଼ିଲା।

ସେହିପରି ପୂର୍ବରୁ ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ଦଳର ପରାଜୟ ଉପରେ ଖୋଲାଖୋଲି ନିଜ ମନ୍ତବ୍ୟ ଦେଇଥିଲେ। ଯାହାକୁ ନେଇ ବେଶ୍‌ ଚର୍ଚ୍ଚା ହୋଇଥିଲା। ସେ କହିଥିଲେ, ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ନ ବୁଲିବା କାରଣରୁ ବିଜେଡିର ପରାଜୟବରଣ କରିଛି। ବିଜେଡିର ସବୁ ସ୍ଥାନରେ ଭୋଟ ଅଛି, କିନ୍ତୁ ନବୀନ ବୁଲିଲେନି। ନବୀନ ସମୟ ଦେଇ ନ ପାରିବାରୁ କିଛି ସ୍ଥାନରେ ସଂଗଠନ କ୍ଷତିଗ୍ରସ୍ତ ହେଲା। ସେ ଆଉଥରେ ବୁଲିଲେ ସଂଗଠନ ଫେରିଆସିବ ବୋଲି ଆଶା ରହିଛି।

ଏହାପୂର୍ବରୁ ବିଜେଡି ନେତା ପ୍ରଦୀପ ମାଝୀ ବିଜେଡି ପରାଜୟ ପାଇଁ ୩ କାରଣକୁ ଦାୟୀ କରିଥିଲେ। ନିର୍ବାଚନ ପୂର୍ବରୁ ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବା ନେଇ ଚର୍ଚ୍ଚା, ଦଳ ମଧ୍ୟରେ ଥିବା ଅନ୍ତଃକନ୍ଦଳ। ଖରାପ ନିର୍ବାଚନ ପରିଚାଳନାକୁ ସେ ପରାଜୟର ମୁଖ୍ୟ କାରଣ ବୋଲି ସ୍ବୀକାର କରିଛନ୍ତି।

ସୂଚନାଯୋଗ୍ୟ,ଗତ ନିର୍ବାଚନରେ ବିଜେଡିର ବଡ଼ ପରାଜୟ ପରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କ ସହ ପ୍ରାୟତଃ ଆଲୋଚନା କରୁଛନ୍ତି। ଦଳର ପରାଜୟ ପାଇଁ ନେତାମାନେ ବିଭିନ୍ନ କାରଣକୁ ଦାୟୀ କରିଛନ୍ତି।

ସେପଟେ ଗତକାଲି ପରାଜୟ ନେଇ ବଡ଼ ବୟାନ ରଖିଥିଲେ ପୂର୍ବତନ ବିଧାୟକ ମହୀଧର ରଣା । ସେ କହିଥିଲେ, ଆମ ନିଜ ନିଜ ଭିତରେ ଆକ୍ରୋଶ ମନୋଭାବ ରହିଲା । ନିର୍ବାଚନରେ ପଞ୍ଚାୟତ, ବ୍ଲକ ସଭାପତିଙ୍କୁ ସାଂଗଠନିକ ଦାୟିତ୍ୱ ଦିଆଗଲାନି । ଦାୟିତ୍ୱ ଓ ଗୁରୁତ୍ୱ ଦିଆ ନ ଯିବାରୁ ଦଳର ପରାଜୟ ହେଲା ବୋଲି କହିଛନ୍ତି ପୂର୍ବତନ ବିଧାୟକ ମହୀଧର ରଣା ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଣାପାଣି, କୁମ୍ଭୀର ଆତଙ୍କ ନିଦ ହଜାଇଛି

ଚାନ୍ଦବାଲି,,୧୬।୧୦(ଅଶୋକ କୁମାର ପଣ୍ଡା):ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ପଶ୍ଚିମରେ ସାଳନ୍ଦୀ, ଦକ୍ଷିଣରେ ବୈତରଣୀ, ପୂର୍ବରେ ମନ୍ତେଇ ନଦୀ ସହ କେତେକ କେନାଲ ଓ ଯୋର ଘେରି...

ସିବିଏସ୍‌ଇର ନୂଆ ଗାଇଡ୍‌ଲାଇନ୍‌: ୭୫% ଉପସ୍ଥାନ ନ ଥିଲେ…

ଭୁବନେଶ୍ୱର,୧୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ୨୦୨୫ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି। ମାର୍ଗଦର୍ଶିକା ଅନୁଯାୟୀ,...

ବଙ୍ଗୋପସାଗରରେ ଲଘୁଚାପ: ଘଡ଼ଘଡ଼ି ସହ ହେବ ବର୍ଷା

ଭୁବନେଶ୍ୱର,୧୬ା୧୦(ଅନୁରାଧା ମହାରଣା) :ଭାରତରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ବିଦାୟ ନେଇଛି। ଉତ୍ତର ପଶ୍ଚିମ ଭାଗରୁ ୧୭ ତାରିଖ ବଦଳରେ ୨୩ ସେପ୍ଟେମ୍ବରରୁ ଆରମ୍ଭ ହୋଇଥିବା...

ଆଜି ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ହରିୟାଣା, ମୁମ୍ବାଇ ଗସ୍ତ

ଭୁବନେଶ୍ୱର,୧୬ା୧୦(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରଠାରୁ ୪ ଦିନିଆ ହରିୟାଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି। ୧୬ ତାରିଖ ଅପରାହ୍ନରେ ସେ ହରିୟାଣା ଅଭିମୁଖେ...

ସଡ଼କ ଦୁର୍ଘଟଣାରେ କଲରାପତରିଆ ବାଘ ମୃତ

ବରଗଡ଼,୧୫।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ସମ୍ବରଧରା-ଲଖନପୁର ରାସ୍ତାରୁ ମଙ୍ଗଳବାର ଏକ କଲରାପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି। ବାଘର ମୃତଦେହକୁ...

ହତ୍ୟାକାରୀଙ୍କ ଘର ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ: ମୃତଦେହ ରଖି ରାସ୍ତା ଅବରୋଧ, ପୋଲିସ ମୁତୟନ

ଘସିପୁରା/ରାମଚନ୍ଦ୍ରପୁର,୧୫।୧୦(ନିରଞ୍ଜନ ସାହୁ/ଗଣେଶ୍ୱର ସା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଧୀନ ପଣ୍ଡୁଆ ଛକରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପୂର୍ବ...

ଚଳିତବର୍ଷ ବାଲିଯାତ୍ରାରେ ଖୋଲିବ ୧୧ ଶହ ଦୋକାନ, ଜାଣନ୍ତୁ କିପରି କରିବେ ପଞ୍ଜିକରଣ

କଟକ,୧୫।୧୦: ପ୍ଲଟ ପଞ୍ଜୀକରଣ କଟକର ଐତିହାସିକ ବାଲିଯାତ୍ରା ଆସନ୍ତା ମାସ ୧୫ରୁ ୨୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏଥିନିମନ୍ତେ ପ୍ଲଟ୍ ଆବଣ୍ଟନ ପାଇଁ...

ଲଢ଼ିଲେ ଗନ୍‌ମ୍ୟାନ, ନିସ୍ତୁକ ମାଡ଼ ଖାଇ ବଞ୍ଚାଇଦେଲେ ୩୮ ଲକ୍ଷ ଟଙ୍କା, ଖସିଗଲେ ୨ ଲୁଟେରା

କେନ୍ଦୁଝର,୧୫।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ଥାନା ଅନ୍ତର୍ଗତ କମାରଯୋଡ଼ା ନିକଟରେ ବ୍ୟାଙ୍କ୍ ଅଫ୍ ଇଣ୍ଡିଆର ଏଟିଏମ କାଉଣ୍ଟରରେ ଟଙ୍କା ଭରିବାକୁ ଯାଉଥିବା ଏକ ଭ୍ୟାନରୁ ଟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri