Posted inରାଜ୍ୟ

ସୁରେଶ ପୁଜାରୀଙ୍କ ଶିକ୍ଷାଗତ ଯୋଗ୍ୟତା, ସମ୍ପତ୍ତି କେତେ ? ହୋଇ ପାରନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୬: ଓଡ଼ିଶାରେ ବହୁମତ ପାଇ ସରକାର ଗଠନ କରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି। ତେବେ ଫଳାଫଳ ଆସିବାର ଗୋଟିଏ ସପ୍ତାହ ବିତି ଯାଇଥିଲେ ମଧ୍ୟ କିଏ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ତାହା ଚୂଡାନ୍ତ ହୋଇପାରି ନାହିଁ। ଏହାରି ମଧ୍ୟରେ ୧୦ ତାରିଖରେ ହେବାକୁ ଥିବା ଶପଥ ଗ୍ରହଣ କାର୍ଯ୍ୟକ୍ରମକୁ ୧୨ ତାରିଖକୁ ଘୁଞ୍ଚାଇ ଦିଆଯାଇଛି।

ମୁଖ୍ୟମନ୍ତ୍ରୀ ପାଇଁ ଅନେକ ନାଁ ଚର୍ଚ୍ଚାରେ ଥିବା ବେଳେ ବ୍ରଜରାଜନଗର ବିଧାୟକ ସୁରେଶ ପୂଜାରୀଙ୍କ ନାମ ସର୍ବାଗ୍ରେ ରହିଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ରବିବାର ସେ ଦିଲ୍ଲୀ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି। ଅପରପକ୍ଷେ କନ୍ଧମାଳ ଏମପି ସୁକାନ୍ତ ପାଣିଗ୍ରାହୀ ସୋମବାର କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନାମ ଚୂଡାନ୍ତ ହୋଇସାରିଛି। ବାକି ଶେଷ ନିଷ୍ପତି ମଙ୍ଗଳବାର ହେବାକୁ ଥିବା ବିଧାୟକ ଦଳ ବୈଠକରେ ହେବ।

ଯେହେତୁ ସୁରେଶ ପୂଜାରୀଙ୍କ ନାମ ଅଧିକ ଚର୍ଚ୍ଚାରେ ରହିଛି, ଆସନ୍ତୁ ଜାଣିବା ତାଙ୍କର ଶିକ୍ଷାଗତ ଯୋଗ୍ୟତା କେତେ ?

୧୯୬୧ ମସିହାରେ ଜନ୍ମ ସୁରେଶ ପୂଜାରୀ ୧୯୭୯ ମସିହାରେ ସେ ସମ୍ବଲପୁରର ଗଙ୍ଗାଧର ମେହେର ମହାବିଦ୍ୟାଳୟରୁ ବିଜ୍ଞାନରେ ସ୍ନାତକ ଅର୍ଜନ କରିଥିଲେ । ୧୯୮୧ ମସିହାରେ ସ୍ନାତକତ୍ତୋର ଏବଂ ୧୯୮୪ ମସିହାରେ ଏଲଏଲବି ପାସ କରିଥିଲେ ।

ସୁରେଶ ପେସାରେ ସେ ଜଣେ ଆଇନଜୀବୀ ଅଟନ୍ତି । ବରଗଡ଼ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ସେ ୨୦୧୯ ଭାରତୀୟ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରି ଭାରତୀୟ ଜନତା ପାର୍ଟିର ସଦସ୍ୟ ଭାବେ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ନିକଟରେ ଶେଷ ହୋଇଥିବା ସାଧାରଣ ନିର୍ବାଚନରେ ସେ ବ୍ରଜରାଜନଗର ବିଧାନସଭା ଆସନରୁ ନିର୍ବାଚିତ ହୋଇଛନ୍ତି। ତାଙ୍କର ପତ୍ନୀ ଅବସରପ୍ରାପ୍ତ ଅତିରିକ୍ତ ପଞ୍ଚାୟତ ଶିକ୍ଷା କର୍ମଚାରୀ ଅଟନ୍ତି ।

ଅପରପକ୍ଷେ ସୁରେଶ ପୂଜାରୀଙ୍କ ନାମରେ ସମ୍ବଲପୁର ଏସ୍‌ଡିଜେଏମ୍‌ ଏବଂ ଜେଏମ୍‌ଏଫ୍‌ସି ସମ୍ବଲପୁରରେ ଦୁଇଟି ଆପରାଧୀକ ମାମଲା ବିଚାରାଧୀନ ରହିଛି ।

ସେହିପରି ବିଭିନ୍ନ ବ୍ୟାଙ୍କରେ ଜମା ଆକାରରେ ଏବଂ ଜୀବନ ବୀମା ଆକାରରେ ସୁରେଶ ପୂଜାରୀଙ୍କ ମୋଟ ୨,୨୫,୭୮,୯୦୯ ସ୍ଥାବର ସମ୍ପତ୍ତି ଥିବା ବେଳେ ୭୧,୨୯,୦୦୦ ତାଙ୍କର ଅସ୍ଥାବର ସମ୍ପତ୍ତି ରହିଛି । ଏହା ସହିତ ତାଙ୍କ ନାଁରେ ୨୬,୭୩,୬୩୪ ତାଙ୍କର ଏକ କାର ଲୋନ୍ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?