Posted inଜାତୀୟ

ଆଦାନୀ ବିରୋଧରେ ପ୍ରମାଣ କ’ଣ

ନୂଆଦିଲ୍ଲୀ,୨୫ା୧୧: ଆଦାନୀ ଗ୍ରୁପ୍‌ ବିରୋଧରେ ଆମେରିକୀୟ ଶର୍ଟସେଲର୍‌ ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ପକ୍ଷରୁ ପ୍ରକାଶିତ ରିପୋର୍ଟର ବିଶ୍ୱସନୀୟତା ଉପରେ ଶୁକ୍ରବାର ସୁପ୍ରିମକୋର୍ଟ ପ୍ରଶ୍ନ ଉଠାଇଛନ୍ତି। ଏଥିସହ ତିନିଜଣିଆ ଖଣ୍ଡପୀଠରେ ଅଧ୍ୟକ୍ଷତା କରୁଥିବା ସିଜେଆଇ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଆଦାନୀ-ହିଣ୍ଡେନ୍‌ବର୍ଗ ବିବାଦ ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ପରେ ରାୟ ସଂରକ୍ଷିତ ରଖିଛନ୍ତି।
ନିୟନ୍ତ୍ରକ ସେବି ପକ୍ଷରୁ କରାଯାଇଥିବା ତଦନ୍ତର ବିଶ୍ୱସନୀୟତା ଉପରେ ଆବେଦନକାରୀଙ୍କ ଓକିଲ ପ୍ରଶାନ୍ତ ଭୂଷଣ ପ୍ରଶ୍ନ ଉଠାଇବା ପରେ ସିଜେଆଇ ଚନ୍ଦ୍ରଚୂଡ଼ କହିଥିଲେ, ଆମ ତଦନ୍ତକାରୀ ସଂସ୍ଥାଗୁଡ଼ିକ ଉପରେ ସୁପ୍ରିମକୋର୍ଟଙ୍କୁ ବିଶ୍ୱାସ କରିବାକୁ ପଡ଼ିବ। ସେବିର ତଦନ୍ତକୁ ସନ୍ଦେହ କରିବା ଭଳି ପ୍ରମାଣ କାହିଁ। ସେବି ହେଉଛି ଏକ ସାମ୍ବିଧାନିକ ସଂସ୍ଥା, ଯାହାକି ଷ୍ଟକ୍‌ ମାର୍କେଟ ନିୟମ ଉଲ୍ଲଂଘନର ତଦନ୍ତ କରିଥାଏ। ବିନା ପ୍ରମାଣରେ ସର୍ବୋଚ୍ଚ ଅଦାଲତ ଏକ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି)ର ପୁନର୍ଗଠନ କରିବା ଯୁକ୍ତିଯୁକ୍ତ କି ବୋଲି ଜଷ୍ଟିସ୍‌ ଜେ.ବି. ପରଦିଓ୍ବାଲା ଏବଂ ମନୋଜ ମିଶ୍ରାଙ୍କୁ ନେଇ ଗଠିତ ଖଣ୍ଡପୀଠ ପ୍ରଶ୍ନ କରିଥିଲେ।
ବେଳେ ସେବି ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ସଲିସିଟର ଜେନେରାଲ କହିଥିଲେ, ୨୪ରୁ ୨୨ଟି ଅଭିଯୋଗର ତଦନ୍ତ ଶେଷ ହୋଇଥିବାରୁ ବଜାର ନିୟନ୍ତ୍ରକ ଆଉ ଅଧିକ ସମୟ ମାଗୁନାହିଁ। ଅବଶିଷ୍ଟ ୨ ମାମଲାରେ ଅନ୍ତରୀଣ ରିପୋର୍ଟ ଦାଖଲ କରାଯାଇଛି। ବିଦେଶୀ ଏଜେନ୍ସିଗୁଡ଼ିକଠାରୁ ସେବି ଏହା ଉପରେ ତଥ୍ୟ ମାଗିଛି। ଖଣ୍ଡପୀଠ ଏହା ଶୁଣିବା ପରେ ଭବିଷ୍ୟତରେ ନିବେଶକଙ୍କ କ୍ଷତି ଏଡ଼ାଇବା ପାଇଁ କେନ୍ଦ୍ର ସରକାର ଓ ସେବି ପଦକ୍ଷେପ ନେବା ଉଚିତ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri