Posted inଜାତୀୟ

ଆଦାନୀ ବିରୋଧରେ ପ୍ରମାଣ କ’ଣ

ନୂଆଦିଲ୍ଲୀ,୨୫ା୧୧: ଆଦାନୀ ଗ୍ରୁପ୍‌ ବିରୋଧରେ ଆମେରିକୀୟ ଶର୍ଟସେଲର୍‌ ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ପକ୍ଷରୁ ପ୍ରକାଶିତ ରିପୋର୍ଟର ବିଶ୍ୱସନୀୟତା ଉପରେ ଶୁକ୍ରବାର ସୁପ୍ରିମକୋର୍ଟ ପ୍ରଶ୍ନ ଉଠାଇଛନ୍ତି। ଏଥିସହ ତିନିଜଣିଆ ଖଣ୍ଡପୀଠରେ ଅଧ୍ୟକ୍ଷତା କରୁଥିବା ସିଜେଆଇ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଆଦାନୀ-ହିଣ୍ଡେନ୍‌ବର୍ଗ ବିବାଦ ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ପରେ ରାୟ ସଂରକ୍ଷିତ ରଖିଛନ୍ତି।
ନିୟନ୍ତ୍ରକ ସେବି ପକ୍ଷରୁ କରାଯାଇଥିବା ତଦନ୍ତର ବିଶ୍ୱସନୀୟତା ଉପରେ ଆବେଦନକାରୀଙ୍କ ଓକିଲ ପ୍ରଶାନ୍ତ ଭୂଷଣ ପ୍ରଶ୍ନ ଉଠାଇବା ପରେ ସିଜେଆଇ ଚନ୍ଦ୍ରଚୂଡ଼ କହିଥିଲେ, ଆମ ତଦନ୍ତକାରୀ ସଂସ୍ଥାଗୁଡ଼ିକ ଉପରେ ସୁପ୍ରିମକୋର୍ଟଙ୍କୁ ବିଶ୍ୱାସ କରିବାକୁ ପଡ଼ିବ। ସେବିର ତଦନ୍ତକୁ ସନ୍ଦେହ କରିବା ଭଳି ପ୍ରମାଣ କାହିଁ। ସେବି ହେଉଛି ଏକ ସାମ୍ବିଧାନିକ ସଂସ୍ଥା, ଯାହାକି ଷ୍ଟକ୍‌ ମାର୍କେଟ ନିୟମ ଉଲ୍ଲଂଘନର ତଦନ୍ତ କରିଥାଏ। ବିନା ପ୍ରମାଣରେ ସର୍ବୋଚ୍ଚ ଅଦାଲତ ଏକ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି)ର ପୁନର୍ଗଠନ କରିବା ଯୁକ୍ତିଯୁକ୍ତ କି ବୋଲି ଜଷ୍ଟିସ୍‌ ଜେ.ବି. ପରଦିଓ୍ବାଲା ଏବଂ ମନୋଜ ମିଶ୍ରାଙ୍କୁ ନେଇ ଗଠିତ ଖଣ୍ଡପୀଠ ପ୍ରଶ୍ନ କରିଥିଲେ।
ବେଳେ ସେବି ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ସଲିସିଟର ଜେନେରାଲ କହିଥିଲେ, ୨୪ରୁ ୨୨ଟି ଅଭିଯୋଗର ତଦନ୍ତ ଶେଷ ହୋଇଥିବାରୁ ବଜାର ନିୟନ୍ତ୍ରକ ଆଉ ଅଧିକ ସମୟ ମାଗୁନାହିଁ। ଅବଶିଷ୍ଟ ୨ ମାମଲାରେ ଅନ୍ତରୀଣ ରିପୋର୍ଟ ଦାଖଲ କରାଯାଇଛି। ବିଦେଶୀ ଏଜେନ୍ସିଗୁଡ଼ିକଠାରୁ ସେବି ଏହା ଉପରେ ତଥ୍ୟ ମାଗିଛି। ଖଣ୍ଡପୀଠ ଏହା ଶୁଣିବା ପରେ ଭବିଷ୍ୟତରେ ନିବେଶକଙ୍କ କ୍ଷତି ଏଡ଼ାଇବା ପାଇଁ କେନ୍ଦ୍ର ସରକାର ଓ ସେବି ପଦକ୍ଷେପ ନେବା ଉଚିତ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri