Posted inଖେଳ

ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କ’ଣ, କାହିଁକି କରାଯାଇଛି ଏପରି ନାମକରଣ

ସେଞ୍ଚରିଆନ୍‌, ୨୪।୧୨: ଦକ୍ଷିଣ ଆଫ୍ରିକା-ଭାରତ ଏବଂ ଇଂଲଣ୍ଡ-ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଡିସେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ପଛରେ କ’ଣ ଇତିହାସ ରହିଛି ଜାଣନ୍ତୁ।
ଡିସେମ୍ବର ୨୬, ଅର୍ଥାତ୍‌ କ୍ରିସ୍‌ମାସ ପରଦିନ ଅଷ୍ଟ୍ରେଲିଆର ମେଲବନର୍ର୍ ଗ୍ରାଉଣ୍ଡରେ ଏକ ଟେଷ୍ଟ ମ୍ୟାଚ୍‌ ଖେଳାଯାଏ। ଯାହାକୁ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କୁହାଯାଏ। ଡିସେମ୍ବର ୨୬ ସହ ବକ୍ସିଂ ଖେଳର କୌଣସି ସମ୍ପର୍କ ନାହିଁ। କିନ୍ତୁ କ୍ରିସ୍‌ମାସ ସହ ଏହାର ପୁରାତନ ସଂଯୋଗ ରହିଛି। କ୍ରିସ୍‌ମାସରେ ପରିବାର ଓ ଆତ୍ମୀୟଙ୍କୁ ଦିଆଯାଏ କ୍ରିସମାସ ଉପହାର। କିନ୍ତୁ ଦୂର ଦୂରାନ୍ତରେ ରହୁଥିବା ଲୋକ କିମ୍ବା କୌଣସି ଅଫିସ୍‌ରେ କ୍ରିସ୍‌ମାସ ପରଦିନ ଅର୍ଥାତ୍‌ ୨୬ ତାରିଖରେ ଉପହାର ଭେଟି ଦିଆଯାଏ। ସେହିଦିନ ଡାକ କର୍ମଚାରୀ, ଘରେ କାମ କରୁଥିବାଲୋକ, ଜିନିଷପତ୍ର ନେବା ଆଣିବା କରୁଥିବା ଲୋକଙ୍କୁ ଉପହାର ବାବଦରେ କ୍ରିସ୍‌ମାସ ବକ୍ସ ଦିଆଯାଉଥିଲା। ସେବେଠାରୁ ସେହି ଦିନକୁ ବକ୍ସିଂ ଡେ’ ବୋଲି କୁହାଯାଉଥିଲା। ପୂର୍ବ ପରମ୍ପରା ଅନୁସାରେ ୨୬ ଡିସେମ୍ବରକୁ ବକ୍ସିଂ ଡେ’ ବୋଲି ଧରାଯାଉଛି। ଏହି ଦିନ ଆରମ୍ଭ ହେଉଥିବା ଟେଷ୍ଟ ମ୍ୟାଚ୍‌କୁ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ କୁହାଯାଏ। ପ୍ରତିବର୍ଷ ଡିସେମ୍ବର ୨୬ରେ ଅଷ୍ଟ୍ରେଲିଆ ମେଲବର୍ନ କ୍ରିକେଟ ଗ୍ରାଉଣ୍ଡରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଖେଳାଯାଏ। ଅଷ୍ଟ୍ରେଲିଆ ବ୍ୟତୀତ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡରେ ମଧ୍ୟ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଖେଳାଯାଏ। ୧୯୧୩ରେ ଦକ୍ଷିଣ ଆଫ୍ରିକା ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ବକ୍ସିଂ ଡେ’ ମ୍ୟାଚ୍‌ ଖେଳାଯାଇଥିଲା। ସେହିପରି ଅଷ୍ଟ୍ରେଲିଆ ପ୍ରଥମ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଓ୍ବେଷ୍ଟଇଣ୍ଡିଜ୍‌ ସହ ଖେଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ରୁଡ୍‌ଙ୍କୁ କ୍ୟାରିୟରର ବଡ଼ ଟାଇଟଲ

ବାର୍ସିଲୋନା, ୨୩ା୪ (ଏପି): କାସ୍ପର ରୁଡ୍‌ ବାର୍ସିଲୋନା ଓପନ ଟେନିସ ଚାମ୍ପିୟନ ହୋଇଛନ୍ତି। ଟୁର୍ନାମେଣ୍ଟର ଫାଇନାଲରେ ସେ ଷ୍ଟିଫାନସ ସିତ୍‌ସିପାସଙ୍କୁ ୭-୫, ୬-୩ରେ ହରାଇ ଦେଇଛନ୍ତି।...

ବାଗାନ ମୁକାବିଲା ପାଇଁ ଓଡ଼ିଶା ଏଫ୍‌ସି ପ୍ରସ୍ତୁତ

ଭୁବନେଶ୍ୱର, ୨୩।୪ (ତପନ ସ୍ବାଇଁ): ଇତିହାସ ସୃଷ୍ଟି ହୋଇସାରିଛି। ଓଡ଼ିଶା ଏଫ୍‌ସି ପ୍ରଥମ ଥର ପାଇଁ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ସେମିଫାଇନାଲରେ ପ୍ରବେଶ କରିଛି।...

ଅମ୍ପାୟାରଙ୍କ ସହ ଯୁକ୍ତିତର୍କ କରିବା କୋହଲିଙ୍କୁ ପଡ଼ିଲା ମହଙ୍ଗା, ବିସିସିଆଇ ନେଲା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୨।୪: ଆଇପିଏଲ ୨୦୨୪ରେ କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ରବିବାର ଏକ ମ୍ୟାଚ ହୋଇଥିଲା। ଯେଉଁଥିରେ କେକେଆର୍‌ ୧ ରନ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri