ସମାଜ ପାଇଁ କ’ଣ ରହିଛି ଗଣମାଧ୍ୟମର ଭୂମିକା: ମତ ରଖିଲେ ଅତିଥି…

କର୍ଲାମୁଣ୍ଡା/ରିଷିଡା:୧୧।୧(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଜଗନ୍ନାଥ ଡିଗ୍ରୀ କଲେଜରେ କର୍ଲାମୁଣ୍ଡା ପ୍ରେସ କ୍ଳବର ୨୭ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ପ୍ରେସ କ୍ଲବ ସଭାପତି ନରୋତ୍ତମ ସେଲମାଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟିକା ମନୋରମା ମହାନ୍ତି, ମୁଖ୍ୟ ବକ୍ତା ଭାବେ ଜଗନ୍ନାଥ ଡିଗ୍ରୀ କଲେଜ ଅଧ୍ୟକ୍ଷ ଗଦାଧର ପ୍ରଧାନ, ସମ୍ମାନିତ ଅତିଥି ଭାବେ କର୍ଲାମୁଣ୍ଡା ବିଡ଼ିଓ ଦେବେନ୍ଦ୍ର ସାମଲ, ଜିଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ, ପ୍ରେସ କ୍ଲବ ସମ୍ପାଦକ ପ୍ରଦୀପ କୁମାର ସାହୁ, ବ୍ଲକ ସରପଞ୍ଚ ସଂଘ ସଭାପତି ବରୁଣ ଛତ୍ରୀଆ, ରିଷିଡା ସରପଞ୍ଚ ସେବତୀ ରଣା, ସମିତି ସଭ୍ୟ ନିମାଇଁ ଚରଣ ବେହେରା, ପୌରକେଲା ସରପଞ୍ଚ ଯଶୋଶ୍ୱିନୀ ଧରୁଆ, ପ୍ରେସ କ୍ଳବ ଉପଦେଷ୍ଟା କମ୍ବୁପାଣି ସାହୁ ପ୍ରମୁଖ ଯୋଗଦେଇ ସୁସ୍ଥ ସମାଜ ଗଠନରେ ଗଣମାଧ୍ୟମର ଭୂମିକା ଉପରେ ମତ ପ୍ରକାଶ କରିଥିଲେ।

ଏହି ଅବସରରେ ରାଜୀବ ଲୋଚନ ସ୍ମାରକୀ ସାମ୍ବାଦିକତା ସମ୍ମାନରେ କଳାହାଣ୍ଡି ଜିଲାର ବରିଷ୍ଠ ଖବରଦାତା ସୁରେଶ ଅଗ୍ରୱାଲଙ୍କୁ ସମ୍ମାନୀତ କରାଯାଇଥିଲା। ସେହିପରି ରୋହିତ ବିଶ୍ୱାଳ ସ୍ମାରକୀ ସାମ୍ବାଦିକତା ସମ୍ମାନରେ ରାଜକୁମାର ସିଂଦେଓଙ୍କୁ ସମ୍ମାନୀତ କରାଯାଇଥିବା ବେଳେ ଜଗଦୀଶ ନାଏକ ସ୍ମାରକୀ ସାମ୍ବାଦିକତା ସମ୍ମାନରେ କେସିଙ୍ଗା ବ୍ଲକ ଖବରଦାତା ଯଯାତି କିଶୋର ଦେଓଙ୍କୁ ସମ୍ମାନୀତ କରାଯାଇଥିଲା।

ଏହି ଅବସରରେ କଲେଜର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ମିଡିଆ ଦ ଫୋର୍ଥ ପିଲର ଅଫ ଡେମୋକ୍ରେସି ଏ କ୍ରିଟିକାଲ ଅନାଲିସିସ ଶୀର୍ଷକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ପ୍ରେସ କ୍ଲବ ସମ୍ପାଦକ ସ୍ବାଗତ ଭାଷଣ ପ୍ରଦାନ କରିବା ସହ ବାର୍ଷିକ ବିବରଣୀ ପାଠ କରିଥିଲେ।

ଏଥିରେ ପ୍ରେସ କ୍ଲବର ସଭ୍ୟ ସତ୍ୟ ନାରାୟଣ କୁମାର, ଭଜଶ୍ୟାମ ସାହୁ, ସୁଶାନ୍ତ କୁମାର ମଲ୍ଲିକ, ସତ୍ୟବ୍ରତ ବଗର୍ତ୍ତି, ବବୁଲୁ ଦଣ୍ଡସେନା, ତ୍ରିସଙ୍କ ରଣା, ଲିପୁ ସେଠ ଓ ଜଗନ୍ନାଥ ଡିଗ୍ରୀ କଲେଜର ଅଧ୍ୟାପକ ହିରୋଜ କୁମାର ଚାନ୍ଦ, ଶରତ କୁମାର ସାହୁ, ଘନଶ୍ୟାମ ସାହୁ ଓ କ୍ରୀଡ଼ା ଶିକ୍ଷକ ଲଳିତ କୁମାର ସାହୁ, କଲେଜ କର୍ମଚାରୀ ନବୀନ ରଣା, ମକୁନ୍ଦ ରଣା, ଶିବପ୍ରସାଦ ରଣା, ଭଗବାନ ରଣା, ମିଥିଲା ରଣା ପ୍ରମୁଖଙ୍କ ସହ ଛାତ୍ରୀଛାତ୍ର ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?