ଶିମ୍‌ଲା ଚୁକ୍ତି କ’ଣ, ଯାହାକୁ ବାତିଲ୍‌ କଲା ପାକିସ୍ତାନ

ନୂଆଦିଲ୍ଲୀ/ଇସ୍‌ଲାମାବାଦ, ୨୫ା୪:ପହଲଗାମ୍‌ ଆକ୍ରମଣରେ ଜର୍ଜରିତ ଭାରତ ପାକିସ୍ତାନ ସହ କୂଟନୈତିକ ସମ୍ପର୍କ ଛିନ୍ନ କରିବାର ଦିନକ ପରେ ଗୁରୁବାର ଇସ୍‌ଲାମାବାଦ ‘ଯେସାକୁ ତେସା’ ନୀତି ଆପଣାଇ ଶିମ୍‌ଲା ଚୁକ୍ତିକୁ ବାତିଲ କରିଦେଇଛି। ଶିମ୍‌ଲା ଚୁକ୍ତିର ସବୁଠୁ ଗୁରୁତ୍ୱପୂର୍ଣ୍ଣ ବୈଶିଷ୍ଟ୍ୟ ହେଉଛି କଶ୍ମୀରରେ ନିୟନ୍ତ୍ରଣରେଖା (ଏଲ୍‌ଓସି) ନିର୍ଦ୍ଧାରଣ। ପାକିସ୍ତାନ ପଟୁ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ, ସୀମାପାର ଗୁଳିଗୋଳା ବର୍ଷଣ ଏବଂ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମକୁ ନେଇ ଏଲ୍‌ଓସିରେ ଅନେକ ସମୟରେ ଦୁଇଦେଶ ମଧ୍ୟରେ ଉତ୍ତେଜନା ଲାଗିରହିଥାଏ। ଶିମ୍‌ଲା ଚୁକ୍ତି ବାତିଲ ଫଳରେ ଏହା ଅଧୀନରେ ଏଲ୍‌ଓସିର ବୈଧତା ନ ରହିଲେ ଦୁଇଦେଶର ସେନା ମଧ୍ୟରେ ଶତ୍ରୁଭାବ ବୃଦ୍ଧି ପାଇବା ସହ ଆଞ୍ଚଳିକ ଅସ୍ଥିରତା ସୃଷ୍ଟି ହେବ ବୋଲି ସୁରକ୍ଷା ବିଶେଷଜ୍ଞମାନେ ମତ ଦେଉଛନ୍ତି।

ଶିମ୍‌ଲା ଚୁକ୍ତି କ’ଣ

୧୯୭୧ ମୁକ୍ତି ଆନ୍ଦୋଳନରେ ଭାରତର ହସ୍ତକ୍ଷେପ ଯୋଗୁ ପଶ୍ଚିମ ପାକିସ୍ତାନରୁ ପୂର୍ବ ପାକିସ୍ତାନ ପୃଥକ୍‌ ହେବା ସହ ବାଂଲାଦେଶର ଗଠନ ହୋଇଥିଲା। ସେହି ସମୟରେ ଭାରତ-ପାକିସ୍ତାନ ଯୁଦ୍ଧ ପରେ ଦୁଇଦେଶ ମଧ୍ୟରେ କୂଟନୈତିକ ଓ କ୍ଷେତ୍ରୀୟ ସମ୍ପର୍କକୁ ପରିଭାଷିତ କରିବା ପାଇଁ ଶିମ୍‌ଲା ଶାନ୍ତି ଚୁକ୍ତି ଏକ ଆଧାରଶୀଳା ଥିଲା। ୧୯୭୨ ଜୁଲାଇ ୨ରେ ହିମାଚଳ ପ୍ରଦେଶ ରାଜଧାନୀ ଶିମ୍‌ଲାରେ ଦୁଇଦେଶ ମଧ୍ୟରେ ଏହି ଚୁକ୍ତି ସ୍ବାକ୍ଷରିତ ହୋଇଥିଲା। ଭାରତର ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଓ ପାକିସ୍ତାନ ରାଷ୍ଟ୍ରପତି ଜୁଲ୍‌ଫିକର ଅଲୀ ଭୁଟ୍ଟୋ ଏଥିରେ ସ୍ବାକ୍ଷର କରିଥିଲେ। ସେହିବର୍ଷ ଅଗଷ୍ଟ ୪ରେ ଏହା ଲାଗୁ ହୋଇଥିଲା। ଚୁକ୍ତିର ସବୁଠୁ ଗୁରୁତ୍ୱପୂର୍ଣ୍ଣ ବୈଶିଷ୍ଟ୍ୟ ହେଉଛି କଶ୍ମୀରରେ ନିୟନ୍ତ୍ରଣରେଖା (ଏଲ୍‌ଓସି) ନିର୍ଦ୍ଧାରଣ। ଦୁଇଦେଶକୁ ବିଭାଜିତ କରିଥିବା ସୀମାରେଖାରୁ ସୈନ୍ୟ ଅପସାରଣ, ପରସ୍ପରର ଯୁଦ୍ଧବନ୍ଦୀଙ୍କୁ ପ୍ରତ୍ୟର୍ପଣ, ଭବିଷ୍ୟତରେ ଦ୍ୱିପାକ୍ଷିକ ଆଲୋଚନା ଜରିଆରେ ବିବାଦର ସମାଧାନ କରିବାକୁ ଏହି ଚୁକ୍ତିରେ ସହମତି ପ୍ରକାଶ ପାଇଥିଲା। ଶିମ୍‌ଲା ଚୁକ୍ତି ରଦ୍ଦ କରିବାର ତାତ୍ପର୍ଯ୍ୟ ହେଉଛି ଏଲ୍‌ଓସିର ବୈଧତା ଉପରେ ପ୍ରଶ୍ନବାଚୀ।


Enter your email to get our daily news in your inbox.

All Right Reserved By Dharitri.Com

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଟ୍ରମ୍ପଙ୍କ ସାପ୍ତାହିକ ଛୁଟି ବାତିଲ, ଜାଣନ୍ତୁ ପୂରା ମାମଲା…

ଓ୍ବାଶିଂଟନ,୪ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ଓ୍ବିକ୍‌ଲି ଅଫ୍‌ ବା ସାପ୍ତାହିକ ଛୁଟି ବାତିଲ କରିଛନ୍ତି। ହ୍ବାଇଟ୍‌ ହାଉସରୁ ମିଳିଥିବା ସୂଚନା ଅନୁଯାୟୀ, ଟ୍ରମ୍ପ ଏହି…

ହର୍ମୁଜରେ ଖୋଲିଲା ନୂଆ ରାସ୍ତା, ଯୁଦ୍ଧ ମଧ୍ୟରେ ଜାହାଜଗୁଡ଼ିକୁ ମିଳିଲା ନିରାପଦ ପଥ, ଇରାନକୁ ଘାରିଲାଣି ଚିନ୍ତା

ତେହରାନ,୪ା୪: ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ପାଇଁ ଆଶ୍ୱସ୍ତିକର ଖବର ଆସିଛି। ହର୍ମୁଜ ପ୍ରଣାଳୀରେ ଏକ ନୂତନ ସାମୁଦ୍ରିକ ପଥ ଖୋଲିଥିବା ପରି ମନେ ହେଉଛି, ଯାହା ବାଣିଜି୍ୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri