Posted inଜାତୀୟ

ସିନ୍ଧୁ ଦର୍ଶନ ପୂଜା କରି ଚାଇନାକୁ କ’ଣ ବାର୍ତ୍ତା ଦେବାକୁ ଚାହୁଁଛନ୍ତି ମୋଦି

ଲେହ,୪।୭: ଚାଇନା ସୀମାରେ ମୁତୟନ ହୋଇଥିବା ଯବାନଙ୍କୁ ଉତ୍ସାହିତ କରିବା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଚାନକ ଲଦାଖର ରାଜଧାନୀ ଲେହରୁ ପ୍ରାୟ ୨୫ କିଲୋମିଟରରେ ଥିବା ନିମୁକୁ ଗସ୍ତ କରିଥିଲେ। ଲଦାଖର ଫରଓ୍ବାର୍ଡ ବ୍ରିଗେଡର ନିମୁରେ ପହଞ୍ଚିବା ପରେ ମୋଦି ସିନ୍ଧୁ ଦର୍ଶନ ପୂଜା କରିଥିଲେ। ଏହି ସମୟରେ ସେନା ମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେ ଓ ସିଡିଏସ୍‌ ମୁଖ୍ୟ ବିପିନ ରାଓ୍ବତ ଉପସ୍ଥିତ ଥିଲେ। ଗୋଟିଏ ପଟେ ନିମୁରେ ସେନାର ବ୍ରିଗେଡ ମୁଖ୍ୟାଳୟ ସହ ଅନେକ ସାମରିକ ରେଜିମେଣ୍ଟର ବାଟାୟଲିୟନ୍‌ ମୁଖ୍ୟାଳୟ ରହିଥିବା ବେଳେ ଅନ୍ୟପଟେ ଭାରତ ଇତିହାସ ସହ ଜଡିତ ଥିବା ସିନ୍ଧୁ ନଦୀ ରହିଛି। ପ୍ରତିବର୍ଷ ଏଠାରେ ଜୁନ କିମ୍ବା ଜୁଲାଇରେ ସିନ୍ଧୁ ଦର୍ଶନ ମେଳା ଆୟୋଜିତ ହୋଇଥାଏ। ଯାହା ୯୦ଦଶକରୁ ଭାଜପାର ବରିଷ୍ଠ ନେତା ତଥା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଏଲ୍‌.କେ. ଆଡଭାନୀଙ୍କ ଦ୍ୱାରା ଆରମ୍ଭ ହୋଇଥିଲା। ତେବେ ଚଳିତ ବର୍ଷ କରୋନା ଯୋଗୁ ଏହି ମେଳାର ଆୟୋଜନ ହୋଇପାରିନାହିଁ। ଅନ୍ୟପଟେ ନିମୁ ସୀମା ସ୍ଥିତିକୁ ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବା ପରେ ମୋଦି ଯବାନଙ୍କୁ ସମ୍ବୋଧିତ କରିଥିଲେ। ଏହି ସମୟରେ ମୋଦି କାହାରି ନାମ ନ ନେଇ ଚାଇନାକୁ ଟାର୍ଗେଟ କରିଥିଲେ। ତେବେ ମୋଦିଙ୍କ ଅଚାନକ ଲେହ ଗସ୍ତକୁ ନେଇ ଚାଇନା ବିଚଳିତ ହୋଇପଡ଼ିଥିବା ବେଳେ ଏହା ମୋଦି ଡ୍ରାଗନକୁ ଏକ ଦୃଢ଼ ବାର୍ତ୍ତା ଦେଇଛି। ଆର୍ଥାତ୍‌ ଚାଇନା ବୁଝୁଥିବା ଭାଷାରେ ଭାରତ ଉତ୍ତର ଦେବାକୁ ପ୍ରସ୍ତୁତ ରହିଛି ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ...

ଅରୁଣାଚଳ-ଚାଇନା ସୀମାରେ ପ୍ରବଳ ବର୍ଷା, ଭୂସ୍ଖଳନରେ ଧୋଇଗଲା ରାଜପଥ

ଇଟାନଗର,୨୫ା୪: ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଖରାଗରମ ହେଉଥିବା ବେଳେ ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଚାଇନା ସୀମାନ୍ତ ଅରୁଣାଚଳ ପ୍ରଦେଶରେ ଲଗାତର ବର୍ଷା...

କ୍ରାସ୍‌ ହେଲା ବାୟୁସେନା ବିମାନ: ଉଡିଗଲା ପଙ୍ଖା

ନୂଆଦିଲ୍ଲୀ,୨୫।୪: ରାଜସ୍ଥାନର ଜୈସଲମେର ନିକଟରେ ବିମାନ ଉଡ଼ାଣ ସମୟରେ ଏକ ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟର ବିଷୟ ହେଉଛି ଏହି ଦୁର୍ଘଟଣାରେ ଜୀବନହାନୀ...

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ବିଅର

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୨୫।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋରେନାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ...

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri