Posted inଖେଳ

ମାତୃତ୍ୱ ଲାଭ ପରେ କ’ଣ କହିଲେ ନତାଶାଙ୍କ ପୂର୍ବତନ ପ୍ରେମିକ

ନୂଆଦିଲ୍ଲୀ, ୧।୮: ଭାରତୀୟ କ୍ରିକେଟ୍‌ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଚଳିତ ବର୍ଷ ବେଶ୍‌ ସ୍ମରଣୀୟ ହୋଇ ରହିବ। ମୁମ୍ବାଇ ଇଣ୍ଡିଆନ୍ସର ଏହି ପ୍ରମୁଖ ଖେଳାଳି ନିକଟରେ ପ୍ରଥମ ଥର ଲାଗି ପିତୃତ୍ୱ ଲାଭ କରିଛନ୍ତି। ତାଙ୍କ ସ୍ତ୍ରୀ ତଥା ସର୍ବିୟ ଅଭିନେତ୍ରୀ ନତାଶା ଷ୍ଟାନକୋଭିକ୍‌ ଗୁରୁବାର ଏକ ପୁତ୍ର ସନ୍ତାନ ପ୍ରସବ କରିଥିଲେ। ପାଣ୍ଡ୍ୟା ମଧ୍ୟ ପ୍ରଥମ ଥର ଲାଗି ଶନିବାର ନବଜାତ ସନ୍ତାନର ଫଟୋ ସୋସିଆଲ ମିଡିଆରେ ଶେୟାର କରି ଖୁସି ଜାହିର କରିଛନ୍ତି। ପୁଅକୁ କୋଳରେ ଧରିଥିବା ପାଣ୍ଡ୍ୟାଙ୍କ ଫଟୋକୁ ପ୍ରଶଂସକମାନେ ବେଶ୍‌ ପସନ୍ଦ କରିଛନ୍ତି। ଏହି ଅବସରରେ ନତାଶାଙ୍କ ପୂର୍ବତନ ପ୍ରେମିକ ତଥା ଟିଭି ଅଭିନେତା ଅଲି ଗୋନି ମଧ୍ୟ ପାଣ୍ଡ୍ୟା ଦମ୍ପତ୍ତିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ନତାଶାଙ୍କ ସହ ଏକାଠି ଥିବା ଏକ ପୁରୁଣା ଫଟୋକୁ ଅଲି ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଯେଉଁଥିରେ କ୍ୟାପ୍‌ସନରେ ଉଲ୍ଲେଖ କରିଛନ୍ତି, ‘ହେ ମମି ବନିଗଲ, ନତାଶା ଓ ହାର୍ଦ୍ଦିକ ପାଣ୍ଡ୍ୟା ତୁମକୁ ବଧାଇ।’ ଅଲିଙ୍କ ଏହି ପୋଷ୍ଟକୁ ନତାଶା ମଧ୍ୟ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏଠାରେ ଉଲ୍ଳେଖଯୋଗ୍ୟ, ୨୯ ବର୍ଷୀୟ ଅଲି ଗୋନି ହେଉଛନ୍ତି ଜଣେ ଅଭିନେତା। ସେ ଟେଲିଭିଜନ ଜଗତରେ ପରିଚିତ ଚେହେରା। ଏତତ୍‌ବ୍ୟତୀତ ‘ନଚ୍‌ ବଲିଏ-୯’ରେ ସେ ନତାଶାଙ୍କ ସହ ଏକାଠି ନାଚୁଥିବାର ଦେଖିବାକୁ ମିଳିଥିଲା। ଗୋନି ଓ ନତାଶା ୨୦୧୪ରୁ ପରସ୍ପର ସହ ଡେଟିଂରେ ଥିଲେ। କିନ୍ତୁ ପରେ ଉଭୟ ଅଲଗା ହୋଇଯାଇଥିଲେ। ଚଳିତ ବର୍ଷ ପ୍ରାରମ୍ଭରେ ନତାଶା ଓ ପାଣ୍ଡ୍ୟାଙ୍କ ମଧ୍ୟରେ ନିର୍ବନ୍ଧ ଅନୁଷ୍ଠିତ ହୋଇଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri