Posted inଜାତୀୟ

ସରକାରୀ ଅଫିସରେ କେଉଁ ଫଟୋ ଲଗାଇବା ଜରୁରୀ; କ’ଣ ଅଛି ନିୟମ ଜାଣନ୍ତୁ

ନୂଆଦିଲ୍ଲୀ,୨୬।୩: ଦିଲ୍ଲୀରେ ଭାଜପା ସରକାର ଗଠନ ହେବା ପରେ ପୁଣି ଥରେ ଆରୋପ ଏବଂ ପ୍ରତ୍ୟାରୋପର ଧାରା ଆରମ୍ଭ ହୋଇଛି। ଭାଜପା ଦିଲ୍ଲୀ ବିଧାନସଭାର ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରୁ ବାବା ସାହେବ ଭୀମରାଓ ଆମ୍ବେଡକର ଏବଂ ଭଗତ ସିଂହଙ୍କ ଫଟୋର ସ୍ଥାନ ପରିବର୍ତ୍ତନ କରିଛି। ଏହା ପରେ ମୁଖ୍ୟମନ୍ତ୍ରୀଙ୍କ ଚୌକି ପଛରେ ଭୀମରାଓ ଆମ୍ବେଦକର ଏବଂ ଭଗତ ସିଂହଙ୍କ ଫଟୋ ଦେଖାଯାଉନାହିଁ। ଏହାକୁ ନେଇ ଆପ ନେତା ଆତିଶୀ ସରକାରଙ୍କୁ ଦଳିତ ବିରୋଧୀ ବୋଲି କହିଛନ୍ତି। କେନ୍ଦ୍ର ସରକାରୀ କାର୍ଯ୍ୟାଳୟରେ ଫଟୋ ଲଗାଇବା ସମ୍ପର୍କରେ କ’ଣ ନିୟମ ଅଛି ଜାଣନ୍ତି କି?
ସାଧାରଣତଃ ଦେଶର ସମସ୍ତ ସରକାରୀ କାର୍ଯ୍ୟାଳୟରେ ମହାତ୍ମା ଗାନ୍ଧୀ ଏବଂ ବାବା ସାହେବ ଆମ୍ବେଡକରଙ୍କ ଭଳି ମହାପୁରୁଷଙ୍କ ଫଟୋ ଲଗାଯାଇଥାଏ। ଏହା ବ୍ୟତୀତ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରପତିଙ୍କ ଫଟୋ ଲଗାଯାଇଥାଏ। ଏହି ପରମ୍ପରା ବହୁ ଦିନ ଧରି ଚାଲିଆସିଛି। ଏବେ ପ୍ରଶ୍ନ ଉଠୁଛି, କେନ୍ଦ୍ର ସରକାରୀ କାର୍ଯ୍ୟାଳୟରେ କାହାର ଫଟୋ ଲାଗିବ ସେ ବିଷୟରେ ନିୟମ କ’ଣ? କେନ୍ଦ୍ର ସରକାରୀ କାର୍ଯ୍ୟାଳୟରେ କାହାର ଫଟୋ ଲଗାଯିବ ଏବଂ କାହାର ନୁହେଁ ସେ ବିଷୟରେ ସମ୍ବିଧାନରେ କୌଣସି ନିୟମ କିମ୍ବା ବ୍ୟବସ୍ଥା ନାହିଁ। ରାଜ୍ୟ ସରକାର ନିଜ ସୁବିଧା ଅନୁସାରେ ନିଷ୍ପତ୍ତି ନିଅନ୍ତି ଯେ କାହାର ଫଟୋ ଲଗାଯିବ ଏବଂ କାହାର ଫଟୋ ଲଗାଯିବ ନାହିଁ। କିନ୍ତୁ କେନ୍ଦ୍ର ସରକାରୀ କାର୍ଯ୍ୟାଳୟଗୁଡ଼ିକରେ ଏ ସମ୍ପର୍କରେ ନିୟମ ଅଛି।

କେନ୍ଦ୍ର ସରକାରଙ୍କ କାର୍ଯ୍ୟାଳୟରେ ମହାତ୍ମା ଗାନ୍ଧୀଙ୍କ ସହିତ ବର୍ତ୍ତମାନର ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଇବା ପାଇଁ ନିର୍ଦ୍ଦେଶ ରହିଛି। ଏଥିପାଇଁ ଆବଶ୍ୟକୀୟ ସୂଚନା ଏବଂ ଫଟୋଗ୍ରାଫ PIB ଦ୍ୱାରା ପ୍ରଦାନ କରାଯାଇଛି। ଯାହାକୁ ସମସ୍ତ କାର୍ଯ୍ୟାଳୟ ପାଳନ କରିବା ଆବଶ୍ୟକ।

 


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri