Posted inଖେଳ

ବ୍ୟକ୍ତିଗତ ଭାବେ ଏହା ମୋ ପାଇଁ ଦୁଃଖଦ ଦିନ: ଶାସ୍ତ୍ରୀ

ନୂଆଦିଲ୍ଲୀ,୧୬।୧: ୨୦୧୫ରୁ ଭାରତୀୟ ଟେଷ୍ଟ ଦଳର ନେତୃତ୍ୱ ନେଇଆସୁଥିବା ବିରାଟ କୋହଲି ଶନିବାର ହଠାତ୍‌ ଅଧିନାୟକ ପଦରୁ ଇସ୍ତଫା ଦେଇଥିବା ଘୋଷଣା କରିଥିଲେ। ଏହାକୁ ସହଜରେ ଗ୍ରହଣ କରିପାରୁନାହାନ୍ତି କ୍ରିକେଟ ପ୍ରଶଂସକ। ଏନେଇ ପୂର୍ବତନ ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ବିରାଟ, ତୁମେ ନିଜ ମୁଣ୍ଡ ଟେକି ଯାଇପାର। ଜଣେ ଅଧିନାୟକ ଭାବେ ଯାହା ହାସଲ କରିଛ କେବଳ ଅଳ୍ପ ଲୋକ ତାହା କରିବାକୁ ସକ୍ଷମ ହୋଇଛନ୍ତି। ତୁମେ ନିଶ୍ଚିତ ଭାବେ ଭାରତର ସବୁଠାରୁ ଆକ୍ରମଣାତ୍ମକ ତଥା ସଫଳ ଅଧିନାୟକ। ବ୍ୟକ୍ତିଗତ ଭାବେ ଏହା ମୋ ପାଇଁ ଏକ ଦୁଃଖଦ ଦିନ। କାରଣ ଏହା ହେଉଛି ସେହି ଦଳ ଯାହାକୁ ଆମେ ଏକାଠି ତିଆରି କରିଥିଲେ।

ଚାରିମାସ ପୂର୍ବେ ସ୍ଥିତି ଭିନ୍ନ ଥିଲା। କୋହଲି କ୍ରିକେଟର ସମସ୍ତ ଫର୍ମାଟରେ ଭାରତୀୟ ଦଳର ଅଧିନାୟକ ଥିଲେ। ହେଲେ ଟି-୨୦ ବିଶ୍ୱକପ୍‌ ପରେ ଏହି ଫର୍ମାଟର ଅଧିନାୟକତ୍ୱ ଛାଡ଼ିବାକୁ ନିଷ୍ପତ୍ତି ନେଇଥିଲେ ସେ। ନିକଟରେ ଦକ୍ଷିଣ ଆଫ୍ରିକା ଗସ୍ତ ପୂର୍ବରୁ ଚୟନକର୍ତ୍ତାମାନେ ତାଙ୍କୁ ଦିନିକିଆ ଦଳର ଅଧିନାୟକତ୍ୱରୁ ହଟାଇଥିଲେ। ଏଭଳି ପରିସ୍ଥିତିରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍‌ରେ ୧-୨ ବ୍ୟବଧାନରେ ଦଳ ପରାଜିତ ହୋଇଥିଲା। ଏହାର ଗୋଟିଏ ଦିନ ପରେ ସେ ହଠାତ ଟେଷ୍ଟ ଦଳର ଅଧିନାୟକତ୍ୱ ଛାଡ଼ିବାକୁ ଘୋଷଣା କର ଚମକାଇଛନ୍ତି।

କହିରଖୁଛୁ, କୋହଲିଙ୍କ ନେତୃତ୍ୱରେ ଭାରତ ଅନେକ ସଫଳତା ପାଇଛି। ଆଇସିସି ଟେଷ୍ଟ ର଼୍ୟାଙ୍କିଂରେ ଭାରତ ଶୀର୍ଷରେ ପହଞ୍ଚିଥିବା ବେଳେ ବିଦେଶରେ ଅନେକ ସ୍ମରଣୀୟ ବିଜୟ ହାସଲ କରିଥିଲା। ତାଙ୍କ ନେତୃତ୍ୱରେ ଭାରତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲ ଖେଳିଥିଲା। ସେ ୬୮ ମ୍ୟାଚ୍‌ରେ ଭାରତର ନେତୃତ୍ୱ ନେଇଥିଲେ। ଏଥିରୁ ୪୦ରେ ଦଳ ବିଜୟ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri