Posted inUncategorized

ଖାଲି ରଖିବେ ନାହିଁ କେଉଁ ଜିନିଷ

ବାସ୍ତୁଶାସ୍ତ୍ର ଅନୁସାରେ, ଘରେ ଏମିତି କେତେକ ଜିନିଷ ରହିଛି, ଯାହାକୁ କେବେ ବି ଖାଲି ରଖିବା ଆଦୌ ଠିକ୍‌ ନୁହେଁ। ନଚେତ୍‌ ଏହାର ଅନେକ କୁପ୍ରଭାବ ଆମ ଜୀବନଶୈଳୀ ଉପରେ ପଡ଼ିଥାଏ ବୋଲି ବିଶ୍ୱାସ ରହିଛି। ଯେମିତିକି:

ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରେ କେବେ ବି ଚାଉଳ ଡବାକୁ ଖାଲି ରଖିବେ ନାହିଁ। ଏଥିରୁ ଚାଉଳ ସରିବା ପୂର୍ବରୁ ଏହାକୁ ପୁଣି ଭର୍ତ୍ତିକରି ଦେଉଥିବେ। କୁହାଯାଏ, ଭରି ରହିଥିବା ଅନ୍ନଡବା ଘରେ ସମୃଦ୍ଧି ଆଣିଥାଏ।
ପାଣି ବାଲ୍ଟିକୁ ମଧ୍ୟ ଖାଲି ରଖିବା ଠିକ୍‌ ନୁହେଁ। ବ୍ୟବହାର ହେଉ କିମ୍ବା ନ ହେଉ ବାଲ୍ଟିରେ ସବୁବେଳେ ପାଣି ଭର୍ତ୍ତି କରି ରଖୁଥିବେ। କଳା ରଙ୍ଗର କିମ୍ବା ଭାଙ୍ଗିଯାଇଥିବା ବାଲ୍ଟିକୁ ମଧ୍ୟ ବ୍ୟବହାର କଲେ ଏହାର କୁପ୍ରଭାବ ପଡ଼ିଥାଏ ବୋଲି ବିଶ୍ୱାସ କରାଯାଏ।
ପୂଜାଘରେ ରଖାଯାଉଥିବା ଜଳପାତ୍ରକୁ ମଧ୍ୟ କେବେ ବି ଖାଲି ରଖିବେ ନାହିଁ। ଏହାର ନକାରାତ୍ମକ ପ୍ରଭାବ ପରିବାର ଉପରେ ପଡିଥାଏ।
ଘରର ଟ୍ରେଜେରି ହେଉ ଅବା ମନିପର୍ସକୁ ବି ଖାଲି ରଖିବା ଠିକ୍‌ ନୁହେଁ। ଅଳ୍ପ ହେଉ ପଛେ ସେଥିରେ କିଛି ଟଙ୍କା ନିଶ୍ଚୟ ରଖିଦେବେ। ଏହାଛଡ଼ା କଉଡ଼ି, ଗୋମତୀ ଚକ୍ର ଓ ଶଙ୍ଖ ଟ୍ରେଜେରିରେ ରଖିଲେ ବି ସମୃଦ୍ଧି ଆସେ ବୋଲି ବିଶ୍ୱାସ ରହିଛି।
ସବୁଠୁ ବଡ଼ କଥା ହେଉଛି, ଦୁଆର ମୁହଁରୁ କୌଣସି ଅସହାୟ ଲୋକଙ୍କୁ ଖାଲି ହାତରେ ଫେରାଇବା ବି ଉଚିତ ନୁହେଁ। ନିଜ ସାଧ୍ୟମତେ ତାଙ୍କୁ ସାହାଯ୍ୟ କରିବା ଦରକାର। ଏହାଦ୍ୱାରା ପ୍ରଭୁକୃପା ମିଳେ ବୋଲି ମାନ୍ୟତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

BCCI ଆଗରେ ଏମିତି ଡିମାଣ୍ଡ ରଖିଲେ ଅଜିତ ଅଗରକର: ହେବ କି ପୂରଣ

ନୂଆଦିଲ୍ଲୀ,୧୯।୩: ଟି୨୦ ବିଶ୍ୱକପରେ ଭାରତର ବିଜୟ ପରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ବିସିସିଆଇ ସାମ୍ନାରେ ଏକ ଡିମାଣ୍ଡ ରଖିଛନ୍ତି। ଅଗରକର ୨୦୨୭ ଏକଦିବସୀୟ ବିଶ୍ୱକପ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri