Posted inଜାତୀୟ

ୟୁକ୍ରେନରୁ ଫେରିବା ପରେ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ ଛାତ୍ର

ନୂଆଦିଲ୍ଲୀ,୩।୩: ସମୟ ଥାଉ ଥାଉ ବିବାଦୀୟ ଜୋନରୁ ନାଗରିକଙ୍କୁ ଉଦ୍ଧାର କରିବା ପାଇଁ ପଦକ୍ଷେପ ନ ନେଇ ଫୁଲ ବାଣ୍ଟିବା ଭଳି ଅଙ୍ଗଭଙ୍ଗୀ ମୂଲ୍ୟହୀନ। ଏଭଳି କହି ଗୁରୁବାର କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଯୁଦ୍ଧ ପ୍ରଭାବିତ ୟୁକ୍ରେନରୁ ଫେରିଥିବା ଜଣେ ଛାତ୍ର।

ବିହାରର ମୋତିହାରୀ ବାସୀନ୍ଦା ଦିବ୍ୟାଂଶୁ ସିଂଙ୍କୁ ୟୁକ୍ରେନରୁ ହଙ୍ଗେରୀ ଯିବାକୁ ପଡ଼ିଥିଲା। ସେଠାରୁ ଗୁରୁବାର ଦିଲ୍ଲୀରେ ପହଞ୍ଚିବା ପରେ ତାଙ୍କୁ ବିମାନ ବନ୍ଦରରେ ଗୋଲାପ ଫୁଲ ଦ୍ୱାରା ସ୍ବାଗତ କରାଯାଇଥିଲା। ୟୁକ୍ରେନରେ ଥିବା ଭାରତୀୟ ଦୂତାବାସ ଠାରୁ ତାଙ୍କୁ କେଉଁ ପ୍ରକାର ସାହାଯ୍ୟ ମିଳିଥିଲା ପଚରାଯାଇଥିଲା। ଏହାର ଉତ୍ତରରେ ସେ କହିଥିଲେ, ’ଆମେ ସୀମା ଡେଇଁ ହଙ୍ଗେରୀରେ ପହଞ୍ଚିବା ପରେ ହିଁ ସାହାଯ୍ୟ ପାଇଥିଲୁ। ତା’ ପୂର୍ବରୁ କୌଣସି ସହାୟତା ମିଳି ନ ଥିଲା। ଯାହାବି କରିଛୁ, ନିଜ ଆଡ଼ୁ କରିଛୁ। ଆମେ ୧୦ ଜଣିଆ ଗ୍ରୁପ୍‌ କରି ଟ୍ରେନରେ ଖୁବ୍‌ କଷ୍ଟରେ ଚଢ଼ିଥିଲୁ। ସେତେବେଳେ ଟ୍ରେନ ଫୁଲ୍‌ ପ୍ୟାକ ଥିଲା‘।

ଟ୍ରେନରେ ଚଢ଼ୁଥିବା ଏବଂ ସୀମା ପାର ଉଦ୍ୟମ ବେଳେ ଭାରତୀୟ ଛାତ୍ରୀଛାତ୍ରଙ୍କୁ ନିର୍ଯାତନା ଦିଆଯାଉଥିବା କିଛି ରିପୋର୍ଟରେ ଦାବି କରାଯାଉଛି। କିନ୍ତୁ ଭିନ୍ନ କଥା କହିଛନ୍ତି ଦିବ୍ୟାଂଶୁ।

’ସ୍ଥାନୀୟ ଲୋକେ ଆମକୁ ସାହାଯ୍ୟ କରିଥିଲେ। କେହି ଆମ ସହ ଖରାପ ବ୍ୟବହାର କରି ନ ଥିଲେ। ପୋଲାଣ୍ଡ ସୀମାରେ କିଛି ଛାତ୍ରୀଛାତ୍ରଙ୍କୁ ନିର୍ଯାତନାର ସମ୍ମୁଖୀନ ହେବାକୁ ପଡ଼ିଛି। ସେଥି ପାଇଁ ଆମ ସରକାର ଦାୟୀ। ଯଦି ସରକାର ସମୟ ଥାଉ ଥାଉ ପଦକ୍ଷେପ ନେଇଥାନ୍ତେ, ଆମକୁ ଏତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ି ନ ଥାନ୍ତା। ଆମେରିକା ପ୍ରଥମେ ତା’ର ନାଗରିକଙ୍କୁ ୟୁକ୍ରେନ ଛାଡ଼ିବା ପାଇଁ ଆଡଭାଇଜରି ଜାରି କରିଥିଲା‘ ବୋଲି ହାତରେ ଫୁଲ୍‌ ଧରି ମେଡିକାଲ ଛାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ପ୍ରସ୍ତାବ ନୋଟିସ: ଅପମାନଜନକ ମନ୍ତବ୍ୟ ଦେଇ…

ନୂଆଦିଲ୍ଲୀ,୧୮ା୫:ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହୋଇଥିବାବେଳେ ଏବେ ତାଙ୍କୁ ରାଜ୍ୟ ସଭାରେ ସ୍ବାଧିକାର ଭଙ୍ଗର ସମ୍ମୁଖୀନ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ଇରାନର ଏହି ବଡ଼ ଦାବି ଆମେରିକା ପୂରଣ କଲେ ଭାରତ ହେବ ଲାଭବାନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୫: ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ, କିଛି ଆଶ୍ୱସ୍ତି ମିଳିଛି। ଇରାନର ସରକାରୀ ସମାଚାର ଏଜେନ୍ସି ଅନୁଯାୟୀ, ଆମେରିକା ଇରାନର ଏକ ପ୍ରମୁଖ ଦାବି ପୂରଣ କରିବାକୁ…

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri