Posted inଜାତୀୟ

ରାଜ୍ୟପାଳ ୩ ବର୍ଷ ପର୍ଯ୍ୟନ୍ତ କ’ଣ କରୁଥିଲେ କରୁଥିଲେ ? ତାମିଲନାଡୁରେ ବିଲ୍ ପାସ୍ ବିଳମ୍ବକୁ ନେଇ ପ୍ରଶ୍ନ କଲେ ସୁପ୍ରିମକୋର୍ଟ 

ନୂଆଦିଲ୍ଲୀ,୨୦।୧୧: ତାମିଲନାଡୁ ବିଧାନସଭାରେ ପାରିତ ହୋଇଥିବା ବିଲକୁ ରାଜ୍ୟପାଳ ଲମ୍ବା ସମୟ ପର୍ଯ୍ୟନ୍ତ ଅଟକାଇ ରଖିବା ଘଟଣାରେ ସୁପ୍ରିମକୋର୍ଟ ପ୍ରଶ୍ନ ଉଠାଇଛନ୍ତି। କୋର୍ଟ ପଚାରିଛନ୍ତି କି ରାଜ୍ୟପାଳ 3 ବର୍ଷ ପର୍ଯ୍ୟନ୍ତ କ’ଣ କରୁଥିଲେ। ପୂର୍ବରୁ ପଞ୍ଜାବ ଏବଂ କେରଳର ସମାନ ପ୍ରକାର ମାମଲାରେ କୋର୍ଟ ଚିନ୍ତା ପ୍ରକଟ କରିଥିଲେ।
ତାମିଲନାଡୁ ରାଜ୍ୟପାଳ ଏକା ସାଙ୍ଗରେ ୧୦ ବିଲ ଫେରାଇ ଦେବା ପରେ ସୁପ୍ରିକୋର୍ଟଙ୍କ ଏହି ଟିପ୍ପଣୀ ଆସିଛି। ଏହା ସହିତ କୋର୍ଟ କହିଛନ୍ତି ଯେ, ”ରାଜ୍ୟ ସରକାର ଡାକିଥିବା ସ୍ୱତନ୍ତ୍ର ବିଧାନସଭା ଅଧିବେଶନରେ ଏହି ବିଲ୍ ଗୁଡିକୁ ପୁନର୍ବାର ପାରିତ କରି ରାଜ୍ୟପାଳଙ୍କ ନିକଟକୁ ପଠାଇଛନ୍ତି। ଏବେ ଦେଖିବାକୁ ବାକି ରହିଲା ରାଜ୍ୟପାଳ ଏହି ମାମଲାରେ କ’ଣ କରୁଛନ୍ତି।” ତେବେ ଏହି ମାମଲାର ଆଗାମୀ ଶୁଣାଣି ଡିସେମ୍ବର ୧ ରେ ହେବ। ରାଜ୍ୟପାଳ ୧୦ ବିଲ ଫେରାଇ ଦେବା ପରେ ରାଜ୍ୟ ସରକାର ଡାକିଥିବା ସ୍ୱତନ୍ତ୍ର ବିଧାନସଭା ଅଧିବେଶନରେ ଏହି ବିଲ୍ ଗୁଡିକୁ ପୁନର୍ବାର ଗ୍ରହଣ କରାଯାଇଛି।
ସେହିପରି କେରଳ ରାଜ୍ୟ ସରକାର ରାଜ୍ୟପାଳଙ୍କ ନିକଟକୁ ପଠାଇଥିବା ବିଲ କୁ ମଞ୍ଜୁରୀ ନଦେବା ମାମଲାରେ ସୁପ୍ରିମକୋର୍ଟ ରାଜ୍ୟପାଳଙ୍କୁ ନୋଟିସ କରିଛନ୍ତି। ମାମଲାର ଶୁଣାଣି କରୁଥିବା ପ୍ରଧାନ ବିଚାରପତି ଡି. ୱାଇ. ଚନ୍ଦ୍ରଚୂଡ଼ ଆଟର୍ଣ୍ଣି ଜେନେରାଲ ଏବଂ ସଲିସିଟର ଜେନେରାଲଙ୍କୁ ଆସନ୍ତା ଶୁଣାଣି ସମୟରେ ତଥ୍ୟ ସହିତ ଉପସ୍ଥିତ ରହିବାକୁ କହିଛନ୍ତି। ପିଟିସନ ଅନୁଯାୟୀ ରାଜ୍ୟପାଳ ମାତ୍ର ୩ ଟି ବିଲ ଉପରେ ହସ୍ତାକ୍ଷର କରିଥିବା ବେଳେ ୭ରୁ ୨୩ ମାସ ହେବ ବିଧାନସଭା ଦ୍ୱାରା ପାରିତ ୮ ବିଲ ଏବେ ମଧ୍ୟ ପଡି ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri