Posted inଜାତୀୟ

ସଂସଦ ସୁରକ୍ଷା ତ୍ରୁଟି ଘଟଣା: ପୋଲିସକୁ ଚମକାଇଦେଲା ଭଳି ବୟାନ ଦେଲେ ଅଭିଯୁକ୍ତ, ମୋଦିଙ୍କୁ…

ନୂଆଦିଲ୍ଲୀ,୧୪।୧୨: ସଂସଦରେ ସୁରକ୍ଷା ତ୍ରୁଟିକୁ ନେଇ ନେଇ ସାରା ଦେଶରେ ତୁମ୍ବି ତୋଫାନ ଲାଗି ରହିଛି। ଘଟଣାକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ବିଶେଷ କରି ଠିକ୍‌ ଡିସେମ୍ବର ୧୩ ୨୦୦୧ରେ ଘଟିଥିବା ସମାନ ଘଟଣା ପୁଣି ସମାନ ଦିନରେ ଘଟିବା ଆଉ ସେ ବି ନୂଆ ସଂସଦ ଭବନରେ ତାହା ସମସ୍ତଙ୍କୁ ତାଜୁବ କରିଛି। କଡା ସୁରକ୍ଷା ଭିତରେ ସଂସଦ ଗୃହ ଚାଲୁଥିବାବେଳେ ଏପରି ସୁରକ୍ଷା ତ୍ରୁଟି କିପରି ହେଲା ଏନେଇ ଦିଲ୍ଲୀ ପୋଲିସ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଆତଙ୍କବାଦ ବିରୋଧୀ ଅପରେଶନରେ ଜଡିତ ଦିଲ୍ଲୀ ପୋଲିସର ସ୍ପେଶାଲ ଟିମ୍‌ ସଂସଦ ସୁରକ୍ଷା ତ୍ରୁଟି ଘଟଣାର ତଦନ୍ତ ଆରମ୍ଭ କରିଛି। ଘଟଣାରେ ଜଡିତ ଥିବା ମୋଟ ୬ଅଭିଯୁକ୍ତଙ୍କ ମଧ୍ୟରୁ ୫ଜଣଙ୍କୁ ପୋଲିସ ଗିରଫ କରି ସାରିଥିବାବେଳେ ୬ଷ୍ଠ ଅଭିଯୁକ୍ତର ପୋଲିସ ଏପର୍ଯ୍ୟନ୍ତ ଟେର ପାଉନାହିଁ। ତେବେ ଦିଲ୍ଲୀ ପୋଲିସ ଅଭିଯୁକ୍ତଙ୍କୁ ନିଜ ହେପାଜତକୁ ନେଇ ପଚରାଉଚରା ଆରମ୍ଭ କିଛି। ଯେଉଁଥିରେ ଚମକାଇଦେଲା ଭଳି ତଥ୍ୟ ସାମ୍ନାକୁ ଆସିଛି।

ପଚରାଉଚରା ସମୟରେ ଜଣାପଡିଛି ଯେ, ଏହି ୬ଜଣ ଅଭିଯୁକ୍ତ ଗତ ୪ବର୍ଷ ହେଲା ସଂସଦରେ ଆକ୍ରମଣ ନେଇ ଯୋଜନା ପ୍ରସ୍ତୁତ କରୁଥିଲେ। ସବୁଠାରୁ ଆଶ୍ଚର୍ଯ୍ୟକର କଥା ହେଉଛି, ସେମାନେ ପରସ୍ପରକୁ ଶାରୀରିକ ଭାବେ ନ ଭେଟି ମଧ୍ୟ ସୋସିଆଲ ମିଡିଆ ଯୋଗେ ଯୋଗାଯୋଗ ରଖୁଥିଲେ। ଆକ୍ରମଣ କରିବାର କିଛିଦିନ ପୂର୍ବରୁ ସେମାନେ ସଂସଦ ଭବନ ଚାରିପାଖେ ବୁଲିବା ସହ ସଂସଦର ଗତିବିଧି ଉପରେ ନଜର ରଖୁଥିଲେ। ଯାହାର କୌଣସି ତଥ୍ୟ ଗୁଇନ୍ଦା ବିଭାଗ ହାତକୁ ଲାଗିପାରି ନ ଥିଲା।

ତଦନ୍ତ ବେଳେ ଜଣାପଡିଛି କି, ସେମାନେ ବିଭିନ୍ନ ସମସ୍ୟା ଉପରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଚାହୁଁଥିଲେ। ସେମାନଙ୍କ ମଧ୍ୟରୁ ୪ଜଣ ବେରୋଜଗାରୀ, କୃଷକଙ୍କ ସମସ୍ୟା ଓ ମଣିପୁର ହିଂସାକୁ ନେଇ ଚିନ୍ତିତ ଥିଲେ। କଲର୍‌ ସ୍ମୋକ ବ୍ୟବହାର କରି ସେମାନେ ସଂସଦରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଚାହିଁଥିଲେ । ଯାହାଦ୍ୱାରା ଏମପିମାନେ ଏସବୁ ସମସ୍ୟାକୁ ଗମ୍ଭୀରତାର ନେଇ ଆଲୋଚନା କରିବେ। ଅଭିଯୁକ୍ତମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି।

ତେବେ ପୋଲିସ ଅଭିଯୁକ୍ତଙ୍କ ଉତ୍ତରରେ ଆଶ୍ୱସ୍ତି ପ୍ରକାଶ କରିପାରି ନାହିଁ। ଅଧିକ ତଦନ୍ତ ପାଇଁ ଅଭିଯୁକ୍ତଙ୍କ ମୋବାଇଲ ଫୋନ ଯାଞ୍ଚ କରିବ ବୋଲି ପୋଲିସ କହିଛି। କିନ୍ତୁ ୫ଜଣଙ୍କ ମୋବାଇଲ ଫୋନ ଷଷ୍ଠ ଅଭିଯୁକ୍ତ ଲଳିତ ଝାଙ୍କ ପାଖରେ ରହିଛି। ଯିଏକି ଏପର୍ଯ୍ୟନ୍ତ ଫେରାର ଅଛନ୍ତି। ଲଳିତ ସବୁ ପ୍ରମାଣ ନଷ୍ଟ କରିଦେବା ପାଇଁ ମୋବାଇଲ ଫୋନ ନେଇ ଫେରାର୍‌ ଥିବା ପୋଲିସ ସନ୍ଦେହ କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri