Posted inଜାତୀୟ

ଭୋଜପୁରୀ ପାଓ୍ବାର ଷ୍ଟାରଙ୍କୁ ନେଇ ରାଜନୀତିରେ ବଡ଼ ହଲଚଲ: ଶାହାଙ୍କୁ ଭେଟିବା ପରେ କହିଦେଲେ… 

ନୂଆଦିଲ୍ଲୀ,୩୦।୯: ବିହାର ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଦଳମାନେ ନିଜ ନିଜର ରଣନୀତି ପ୍ରସ୍ତୁତ କରିବାରେ ଲାଗିଛନ୍ତି। ଏହି ପରିପ୍ରେକ୍ଷୀରେ ଭୋଜପୁରୀ ଗାୟକ ତଥା ଅଭିନେତାରୁ ରାଜନେତା ହୋଇଥିବା ପବନ ସିଂହ ମଙ୍ଗଳବାର ଦିନ ପୁନର୍ବାର ରାଜନୈତିକ ଗୋଟି ଚଳାଇଛନ୍ତି। ସେ ଏନଡିଏର ସହଯୋଗୀ ରାଷ୍ଟ୍ରୀୟ ଲୋକ ସମତା ପାର୍ଟିର ମୁଖ୍ୟ ଉପେନ୍ଦ୍ର କୁଶୱାହାଙ୍କୁ ଭେଟିଛନ୍ତି। ଏହାପରେ ସେ ସିଧାସଳଖ କେନ୍ଦ୍ରୀୟ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିବାକୁ ଯାଇଥିଲେ, ଯେଉଁଠାରେ ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଛି। ଯାହାକୁ ନେଇ ବର୍ତ୍ତମାନ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି ଯେ ପବନ ସିଂହ ଆରା ବିଧାନସଭା ଆସନରୁ ନିର୍ବାଚନ ଲଢ଼ିପାରନ୍ତି।
କହିରଖୁଛୁ ଯେ, ଗତ ବର୍ଷ ଭାରତୀୟ ଜନତା ପାର୍ଟି (ଭାଜପା) ପବନ ସିଂହଙ୍କୁ ଦଳରୁ ବହିଷ୍କାର କରିଥିଲା । କାରଣ ସେ ଏନଡିଏ ପ୍ରାର୍ଥୀ ଉପେନ୍ଦ୍ର କୁଶୱାହାଙ୍କ ବିରୁଦ୍ଧରେ କାରାକାଟ ଲୋକ ସଭା ଆସନରୁ ନିର୍ବାଚନ ଲଢ଼ିଥିଲେ। ପବନ ସିଂହଙ୍କ କାରଣରୁ କୁଶୱାହାଙ୍କର ବଡ଼ ପରାଜୟ ହୋଇଥିଲା ଏବଂ ସେ ଭୋଟ ପାଇବା କ୍ଷେତ୍ରରେ ତୃତୀୟ ସ୍ଥାନକୁ ଖସି ଯାଇଥିଲେ। ଏବେ ପବନ ସିଂହ କୁଶୱାହାଙ୍କ ସହ ମନମାଳିନ୍ୟ ଦୂର କରିବାକୁ ଚେଷ୍ଟା କରିଛନ୍ତି। ଏହି ଭେଟ ପରେ ବିହାରର ଭାଜପା ପ୍ରଭାରୀ ବିନୋଦ ତାୱଡେ କହିଛନ୍ତି ଯେ ପବନ ସିଂହ  ଭାଜପାରେ ଥିଲେ,  ଭାଜପାରେ ଅଛନ୍ତି ଏବଂ ଆଗାମୀ ଦିନରେ ମଧ୍ୟ ରହିବେ। ସେ ଆଗାମୀ ବିହାର ନିର୍ବାଚନରେ ଭାଜପା ଏବଂ ଏନଡିଏ ପାଇଁ ପ୍ରଚାର କରିବେ।
ଭାଜପା ୨୦୨୪ ଲୋକ ସଭା ନିର୍ବାଚନରେ ପବନ ସିଂହଙ୍କୁ ପଶ୍ଚିମବଙ୍ଗର ଆସନସୋଲରୁ ଟିକେଟ ଦେଇଥିଲା, କିନ୍ତୁ ସେ ନିର୍ବାଚନରୁ ନିଜ ନାମ ପ୍ରତ୍ୟାହାର କରି ନେଇଥିଲେ। ଏହା ପରେ ସେ ବାଗୀ ମନୋଭାବ ଗ୍ରହଣ କରିଥିଲେ ଏବଂ କାରାକାଟ ଲୋକ ସଭା ଆସନରୁ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବାକୁ ନିଷ୍ପତ୍ତି ନେଇଥିଲେ। ତାଙ୍କର ଏହି କାର୍ଯ୍ୟରେ ଖପ୍ପା ହୋଇ  ଭାଜପା ତାଙ୍କୁ ଦଳରୁ ବହିଷ୍କାର କରିଥିଲା କାରଣ ଏହି ଆସନ  ଭାଜପା ଏନଡିଏ ପ୍ରାର୍ଥୀ ଉପେନ୍ଦ୍ର କୁଶୱାହାଙ୍କ ପାଇଁ ନିିର୍ଦ୍ଧାରିତ କରିଥିଲା। ଦଳୀୟ ନୀତି ବିରୁଦ୍ଧରେ ଯିବା କାରଣରୁ ପବନ ସିଂହଙ୍କୁ  ଭାଜପାରୁ ବାହାର କରାଯାଇଥିଲା।
ଏବେ ବିଧାନସଭା ନିର୍ବାଚନ ପୂର୍ବରୁ ପବନ ସିଂ ପୁଣିଥରେ ସକ୍ରିୟ ହୋଇଛନ୍ତି। ଏଣୁ ସେ ଭାଜପା ଟିକେଟରେ ବିହାରରେ ନିଜର ଭାଗ୍ୟ ପରୀକ୍ଷା କରିପାରନ୍ତି ବୋଲି ଅନୁମାନ କରାଯାଉଛି। ସେହିଭଳି କୁଶଓ୍ବାହାଙ୍କୁ ଭେଟିବା ପରେ ପବନ ସିଂହ ଅମିତ ଶାହା ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିଥିଲେ। ବୈଠକ ପରେ ପବନଙ୍କୁ ପୁଣିଥରେ ଭାଜପାରେ ଯୋଗଦେବେ କି ବୋଲି ପଚରାଯାଇଥିଲା। ଏହାର ଜବାବରେ ସେ କହିଥିଲେ ଯେ ଭାଜପାରୁ ଅଲଗା କେବେ ହୋଇଥିଲି, ଭାଜପା ସହ ରହିଆସିଛି।

Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri