ଆମେରିକାରେ କମଳା ଜିତିଲେ ଭାରତର କି ହେବ ଲାଭ !

ୱାଶିଂଟନ, ୧୨।୮: ଆମେରିକା ରାଷ୍ଟ୍ରପତି ର୍ନିବାଚନରେ ଡେମୋକ୍ରେଟିକ ପାର୍ଟି ପକ୍ଷରୁ ମୂଳ ଭାରତୀୟ କମଳା ହେରିସ ଉପରାଷ୍ଟ୍ରପତି ପ୍ରାର୍ଥୀ କରାଯାଇଛି। ଦଳ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ଜୋ ବାଇଡେନ ଏନେଇ ଟୁଇଟ କରି ସୂଚନା ଦେଇଛନ୍ତି। ମୂଳ ଭାରତୀୟ ତଥା ଆଫ୍ରିକୀୟ କମଳାଙ୍କୁ ପ୍ରାର୍ଥୀ କରି ଡେମୋକ୍ରେଟିକ ପାର୍ଟି ପକ୍ଷରୁ ମୂଳ ଭାରତୀୟ ଭୋଟରଙ୍କୁ ଆକର୍ଷିତ କରିବାର ଉଦ୍ୟମ ଆରମ୍ଭ ହୋଇଛି। ନଭେମ୍ବରରେ ହେବାକୁ ଥିବା ନିର୍ବାଚନରେ ଯଦି କମଳା ବିଜୟୀ ହୁଅନ୍ତି ତେବେ ଭାରତକୁ କେତେ ପରିମାଣର ଲାଭ ହେବ ସେ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଧାର୍ମିକ ଏକତା ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧକୁ କମଳା ଅଧିକ ଗୁରୁତ୍ୱ ଦେଇଥାନ୍ତି। ଦଳୀୟ ନୀତି ତାଙ୍କ ଆଗରେ ସର୍ବୋପରି ଥରେ ସେ ଭାରତୀୟ ବହିର୍ବ୍ୟାପାର ନୀତି  ଏବଂ ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ର ଉଚ୍ଛେଦକୁ  କଡ଼ା ସମାଲୋଚନା ମଧ୍ୟ କରିଥିଲେ। ଭାରତ ସହିତ ଭଲ ସମ୍ପର୍କ ରଖିବାକୁୁ ଚାହୁଁଥିବା କମଳା ଆମେରିକାକୁ କାମ କରିବାକୁ ଯାଉଥିବା ଭାରତୀୟଙ୍କ ଖୋଲା ବିରୋଧ ମଧ୍ୟ କରୁଛନ୍ତି। ରାଷ୍ଟ୍ରପ୍ରତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କେତେକ ନୀତିର କଡ଼ା ସମାଲୋଚନା ମଧ୍ୟ କରିଛନ୍ତି। ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌.ଜୟଶଙ୍କରଙ୍କ ସହିତ କମଳାଙ୍କ ଅସହମତି ରହିଛି। ଦକ୍ଷିଣ ଭାରତୀୟ ଖାଦ୍ୟକୁ ପସନ୍ଦ କରୁଥିବା କମଳା ପ୍ରତିବର୍ଷ ତାମିଲନାଡୁରେ ଥିବା ତାଙ୍କ ସାନ ଭଉଣୀ ମାୟା ହେରିସଙ୍କ ପାଖକୁ ଛୁଟି ବିତାଇବା ପାଇଁ ଆସିଥାନ୍ତି। ଏହି ସମୟରେ ସେ ବହୁ ମନ୍ଦିରକୁ ପୂଜାର୍ଚ୍ଚନା ଲାଗି ଯାଇଥାନ୍ତି। ଜଣେ ମୂଳ ଭାରତୀୟ ହୋଇଥିବାରୁ ସେ ଗର୍ବିତ ଅନୁଭବ କରିଥାନ୍ତି। ତେବେ ତାଙ୍କର ବିଜୟ ଭାରତ ପାଇଁ ଶତପ୍ରତିଶତ ଶୁଭଫଳ ନେଇ ଆସିବାର ସମ୍ଭାବନା କମ୍‌ ଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକାର ସମର୍ଥନ

ଓ୍ବାଶିଂଟନ,୧୮ା୪: ଏକବିଂଶ ଶତାବ୍ଦୀର ବିଶ୍ୱର ପ୍ରତିଫଳନ ପାଇଁ ସୁରକ୍ଷା ପରିଷଦ ସମେତ ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକା ସମର୍ଥନ ଜଣାଇଛି। ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ...

ଦୁବଇରେ ଦେଖିବାକୁ ମିଳିଲା ଅଦ୍ଭୁତ ଦୃଶ୍ୟ, ଦେଖୁ ଦେଖୁ ଆକାଶ ହୋଇଗଲା ସବୁଜ, ଦେଖନ୍ତୁ ଭିଡିଓ

ଦୁବଇ,୧୮।୪: ଗତ କିଛି ଦିନ ହେବ ଦୁବଇର ପାଗରେ ଅନେକ ପରିବର୍ତ୍ତନ ଦେଖାଯାଉଛି । ଯେଉଁଠାରେ ୭୫ ବର୍ଷ ମଧ୍ୟରେ ପ୍ରବଳ ବର୍ଷା ସହରକୁ ବୁଡ଼ାଇ...

ପ୍ରତିଦିନ ଚୋରି ହେଉଛି ୬ ଲକ୍ଷ ଲିଟର ପାଣି

ମେକ୍ସିକୋ ସିଟି,୧୮।୪: ଚୋରମାନଙ୍କ ଦ୍ୱାରା ଜଳର କଳାବଜାରି ଯୋଗୁଁ ମେକ୍ସିକୋରେ ହ୍ରଦ ଶୁଖିଯାଉଛି। ଚୋରମାନେ ସମଗ୍ର ହ୍ରଦକୁ ନିଷ୍କାସନ କରି ଦିନକୁ ପ୍ରାୟ ୬ଲକ୍ଷ ଲିଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri