Posted inଜାତୀୟ

‘ଏକ ଦେଶ, ଏକ ନିର୍ବାଚନ’ କାର୍ଯ୍ୟକାରୀ ହେଲେ ଲାଭ କ’ଣ ହେବ

ନୂଆଦିଲ୍ଲୀ,୧।୯: ‘ଏକ ଦେଶ, ଏକ ନିର୍ବାଚନ’ କରିବା ନେଇ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ‘ଏକ ଦେଶ, ଏକ ନିର୍ବାଚନ’ ସମ୍ପର୍କରେ କେନ୍ଦ୍ର ସରକାର ଏକ କମିଟି ଗଠନ କରିଛନ୍ତି। ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ କମିଟିର ସଭାପତି କରାଯାଇଛି। କମିଟି ଏହି ପ୍ରସଙ୍ଗ ଉପରେ ବିଚାରକରି ଏହାର ସମସ୍ତ ରିପୋର୍ଟ ସରକାରଙ୍କୁ ଦାଖଲ କରିବ। ଏସବୁ ମଧ୍ୟରେ ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନରେ ଦେଶରେ ଏକକାଳୀନ ନିର୍ବାଚନ ପାଇଁ ଏକ ବିଲ୍‌ ଅଣାଯାଇପାରିବ।
ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ସମୟରେ ‘ଏକ ଦେଶ, ଏକ ନିର୍ବାଚନ’ ପ୍ରସଙ୍ଗ ଉଠାଇ ସାରିଛନ୍ତି। କିନ୍ତୁ ବିଶେଷଜ୍ଞଙ୍କ କହିବା ଅନୁଯାୟୀ ଏହା କରିବା ସହଜ ହେବ ନାହିଁ। ‘ଏକ ଦେଶ, ଏକ ନିର୍ବାଚନ’ କାର୍ଯ୍ୟକାରୀ କରିବାରେ ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଏହାକୁ କାର୍ଯ୍ୟକାରୀ କରିବା ପାଇଁ ପ୍ରଥମେ ସମ୍ବିଧାନରେ ସଂଶୋଧନ କରିବାକୁ ପଡିବ। ଲୋକ ସଭାର କାର୍ଯ୍ୟକାଳ ବୃଦ୍ଧି କରିବାକୁ ପଡିବ କିମ୍ବା ଧାର୍ଯ୍ୟ ସମୟ ପୂର୍ବରୁ ଏହାକୁ ରଦ୍ଦ କରିବାକୁ ପଡ଼ିବ। କେବଳ ଏତିକି ନୁହେଁ, କେତେକ ସଭାର କାର୍ଯ୍ୟକାଳ ମଧ୍ୟ ବୃଦ୍ଧି କରିବାକୁ ପଡ଼ିପାରେ। ଏପରି କି କିଛି ସଭାର କାର୍ଯ୍ୟକାଳ ସମୟ ପୂର୍ବରୁ ଶେଷ କରିବାକୁ ପଡ଼ିବ। ଏହାକୁ କାର୍ଯ୍ୟକାରୀ କରିବା ପୂର୍ବରୁ ସମସ୍ତ ଦଳ ମଧ୍ୟରେ ସହମତି ସୃଷ୍ଟି କରିବା ଆବଶ୍ୟକତା ରହିଛି। ତେବେ ନିର୍ବାଚନ ପାଇଁ ଦେଶ ପ୍ରସ୍ତୁତ ବୋଲି ନିର୍ବାଚନ ଆୟୋଗ କହି ସାରିଛନ୍ତି। ବିଶେଷ କଥା ହେଉଛି ଯଦିଓ ଦେଶରେ ‘ଏକ ଦେଶ, ଏକ ନିର୍ବାଚନ’ କାର୍ଯ୍ୟକାରୀ ହୁଏ, ତା’ହେଲେ ପଞ୍ଚାୟତ ଏବଂ ପୌରସଂସ୍ଥା ନିର୍ବାଚନ ହୋଇପାରିବ ନାହିଁ। ଏହାର କାରଣ ହେଉଛି ଏଗୁଡ଼ିକ ରାଜ୍ୟର ବିଷୟ।

କ’ଣ ଲାଭ ହେବ
‘ଏକ ଦେଶ, ଏକ ନିର୍ବାଚନ’ ପରମ୍ପରାକୁ କାର୍ଯ୍ୟକାରୀ କରିବା ଦ୍ୱାରା ନିର୍ବାଚନରେ ହେଉଥିବା ଅର୍ଥର ଅପଚୟକୁ ରୋକାଯାଇ ପାରିବ। ଏହା ବ୍ୟତୀତ ରାଜ୍ୟଗୁଡ଼ିକୁ ବାରମ୍ବାର ନିର୍ବାଚନ ଚ୍ୟାଲେଞ୍ଜରୁ ଆରାମ ମିଳିବ। ବିଶେଷଜ୍ଞମାନେ କହିଛନ୍ତି ଯେ, ଏହା କରିବା ଦ୍ୱାରା ନିର୍ବାଚନରେ ବ୍ୟବହୃତ କଳା ଟଙ୍କାକୁ ମଧ୍ୟ ରୋକାଯାଇପାରିବ। ଏଥିସହିତ ସରକାରୀ ସମ୍ବଳର ବ୍ୟବହାର ସୀମିତ ରହିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗ’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮୯(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ…

ବ୍ରହ୍ମପୁର ଚାଲାଣ କରୁଥିଲେ ଗଞ୍ଜେଇ, ବାଟରେ ଧରି ପକାଇଲା ପୋଲିସ, ତା’ପରେ…

ପାରଳାଖେମୁଣ୍ଡି,୧୦।୮ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ୧୧ କିଲୋ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସୋମବାର ସକାଳ ପ୍ରାୟ ୬ଟାରେ ଏସଆଇ ପ୍ରଫୁଲ୍ଲ…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ହତ୍ୟା ଉଦ୍ୟମ ଘଟଣାରେ ଫେରାର ଥିଲେ ଅଭିଯୁକ୍ତ, ୧ ବର୍ଷ ପରେ ଘରକୁ ଫେରିଥିବାବେଳେ ହଠାତ୍‌ ପହଞ୍ଚିଲା ପୋଲିସ, ତା’ପରେ…

ଦିଗପହଣ୍ଡି,୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ପିଣ୍ଟୁ ଜେନା(୨୯)ଙ୍କୁ ସୋମବାର କେ.ନୂଆଗାଁ ପୋଲିସ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri