କ’ଣ ହେବ ‘କାଳିଆ’ ଯୋଜନାର ଭବିଷ୍ୟତ: ସ୍ପଷ୍ଟ କଲେ କୃଷି ମନ୍ତ୍ରୀ

ଭୁବନେଶ୍ୱର,୧୮।୬: ବିଜେଡି ସରକାର ଅମଳରେ ଆରମ୍ଭ କରାଯାଇଥିବା ‘କାଳିଆ’ ଯୋଜନାର ଭବିଷ୍ୟତକୁ ନେଇ ଚାଷୀ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି। ସରକାର ବଦଳିବା ପରେ ଏହି ଯୋଜନାରେ ବର୍ଷକୁ ମିଳୁଥିବା ୨ଟି କିସ୍ତି (ଖରିଫ ଓ ରବି ଫସଲ ପୂର୍ବରୁ) ବାବଦ ୪ ହଜାର ଟଙ୍କାର ସହାୟତା ମିଳିବ କି ନାହିଁ ସେ ନେଇ ଆଶଙ୍କାରେ ରହିଛନ୍ତି। ଏସବୁ ଭିତରେ ‘କାଳିଆ’ ଯୋଜନାକୁ ନେଇ ମୁଁ ଖୋଲିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ। ସେ କହିଛନ୍ତି,କାଳିଆ ଯୋଜନା ବନ୍ଦ ହୋଇଯିବ ବୋଲି କିଛି କୁହାଯାଇନାହିଁ। ଏଥିସହ ସେ କହିଛନ୍ତି, ଗୋଟିଏ ରାଜ୍ୟରେ ୨ଟି ଯୋଜନା ସମାନ୍ତରାଳ ଭାବେ ଚାଲିପାରିବନି। ତେଣୁ ଖୁବ୍‌ଶୀଘ୍ର ରାଜ୍ୟବାସୀ ପିଏମ୍‌-କିଷାନ ଯୋଜନାର ଲାଭ କିପରି ଅଧିକରୁ ଅଧିକ ଉଠାଇବେ, ସେ ନେଇ ଯୋଜନା କରାଯାଉଛି। ନିର୍ବାଚନକୁ ଦୃଷ୍ଟିରେ ରଖି ପୂର୍ବ ସରକାର ଏହି କାଳିଆ ଯୋଜନା ଆରମ୍ଭ କରିଥିଲେ। କିନ୍ତୁ କମ୍‌ ଲୋକ ଏହାର ଫାଇଦା ପାଇଛନ୍ତି। ଏବେ ବି ଅନେକ ଲୋକ ଅଛନ୍ତି, ଯେଉଁମାନେ ଏହାର ଲାଭ ପାଇ ପାରିନାହାନ୍ତି ବୋଲି ସିଂଦେଓ କହିଛନ୍ତି। ଅନ୍ୟପକ୍ଷରେ କୃଷି ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ କାଳିଆ ଯୋଜନା ନେଇ ଏ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ହୋଇନାହିଁ। ସରକାରଙ୍କ ନିର୍ଦ୍ଦେଶ ଆସିବା ପରେ ଯାହା କିଛି ହେବ।
ସୂଚନାଯୋଗ୍ୟ,କ୍ଷୁଦ୍ର ଓ ନାମମାତ୍ର ଚାଷୀମାନଙ୍କୁ ଆର୍ଥିକ ସହାୟତା ଯୋଗାଇଦେବାକୁ ବିଜେଡି ସରକାର ୨୦୧୮-୧୯ ଆର୍ଥିକ ବର୍ଷରେ କାଳିଆ ଯୋଜନା ଆରମ୍ଭ କରିଥିଲେ। ଏହି ଯୋଜନା ଅଧୀନରେ ପ୍ରତ୍ୟେକ ହିତାଧିକାରୀ ପରିବାରକୁ ବର୍ଷକୁ ୪୦୦୦ ଟଙ୍କା ଦିଆଯାଉଥିଲା। ଗତ ସାଧାରଣ ନିର୍ବାଚନ ପୂର୍ବରୁ ଅର୍ଥାତ୍‌ ୨୦୨୪ ମାର୍ଚ୍ଚ ୧୧ରେ କାଳିଆ ଯୋଜନାରେ ୪୫.୭୬ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ୯୩୩ କୋଟି ଟଙ୍କା ହସ୍ତାନ୍ତର କରାଯାଇଛି। ପରବର୍ତ୍ତୀ କିସ୍ତି ଜୁନ୍‌ ପ୍ରଥମ ସପ୍ତାହରେ
ଚାଷୀଙ୍କୁ ମିଳିଥାଆନ୍ତା। ମାତ୍ର ରାଜ୍ୟରେ ସରକାର ବଦଳି ଯିବାରୁ ଏ ପର୍ଯ୍ୟନ୍ତ ଚାଷୀମାନେ ପରବର୍ତ୍ତୀ କିସ୍ତି ସହାୟତା ପାଇ ପାରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri