ପିତ୍ତଳ କଇଁଛ ଘରେ ରହିଲେ କ’ଣ ହେବ

ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରର ସୁଖସମୃଦ୍ଧି ଓ ଆର୍ଥିକ ସ୍ଥିତିକୁ ସୁଧାରିବା ପାଇଁ ଘରେ ପିତ୍ତଳର କଇଁଛ ପ୍ରତୀମା ରଖିବା ଶୁଭ ହୋଇଥାଏ। ଏହି ପ୍ରତୀମାକୁ ଘରର ଉତ୍ତର ଦିଗ କିମ୍ବା ଉତ୍ତର-ପୂର୍ବ କୋଣରେ ରଖିବା ସବୁଠୁ ଉପଯୁକ୍ତ ଅଟେ। ବିଶ୍ୱାସ ରହିଛି ଏହି ସ୍ଥାନରେ ପିତତଳ କଇଁଛ ରଖିଲେ, ପରିବାରରେ ସୁଖଶାନ୍ତି ବଢ଼ିଥାଏ। ଘରର ପରିବେଶ ସକାରାତ୍ମକ ରହିଥାଏ। ତା’ଛଡ଼ା ଏହି ପ୍ରତୀମାକୁ ଘରର ମୁଖ୍ୟ ଦ୍ୱାର ଭିତର ପଟକୁ ଘର ଆଡ଼କୁ ମୁହଁ କରି ରଖିବା ବି ଶୁଭଫଳ ଦେଇଥାଏ। ଯଦି ଏହି ପ୍ରତୀମାକୁ ଠାକୁର ଘରେ ରଖିବାକୁ ଚାହୁଁଥାନ୍ତି, ତା’ହେଲେ କଇଁଛର ମୁହଁକୁ ଠାକୁରଙ୍କ ଆଡ଼କୁ କରିକି ରଖିବା ଠିକ୍‌। ତା’ସହିତ ଆଉ ଏକ କଥାକୁ ଧ୍ୟାନଦେବା ଦରକାର ଯେ, ପିତ୍ତଳର କଇଁଛ ପ୍ରତୀମାକୁ ସବୁବେଳେ ପାଣିରେ ବୁଡେଇକି ରଖିବେ। ଅର୍ଥାତ୍‌ କଇଁଛର ପାଦ ଯେମିତି ପାଣି ଭିତରେ ବୁଡିକି ରହୁଥିବ। ଆଉ ପ୍ରତିଦିନ ଏହି ପାଣିକୁ ବଦଳାଇବା ସହ ପ୍ରତୀମାକୁ ସଫା କରୁଥିବେ। ବିଶ୍ୱାସ ରହିଛି ଏପରି କଲେ ଘରର ସମୃଦ୍ଧି ବଢ଼ିବା ସହ ପରିବାରରେ ଶାନ୍ତିର ବାତାବରଣ ବଜାୟ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଡ. ପ୍ରସନ୍ନ ଆଚାର୍ଯ୍ୟ ଏନ୍‌ଏଲ୍‌ସି ଇଣ୍ଡିଆର ନୂତନ ଅଧ୍ୟକ୍ଷ

ଭୁବନେଶ୍ୱର,୧୯ା୯: ଡ. ପ୍ରସନ୍ନ କୁମାର ଆଚାର୍ଯ୍ୟ ତାମିଲନାଡୁର ନେଭେଲିସ୍ଥିତ ଏନ୍‌ଏଲ୍‌ସି ଇଣ୍ଡିଆ ଲିମିଟେଡ୍‌ର କର୍ପୋରେଟ କାର୍ଯ୍ୟାଳୟ ଅଧ୍ୟକ୍ଷ-ତଥା-ପ୍ରବନ୍ଧ ନିର୍ଦ୍ଦେଶକ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରାୟ…

ସୁନା ବିକି ନୂଆ ଫୋନ୍‌ କିଣୁଛନ୍ତି ଗ୍ରାହକ

ନୂଆଦିଲ୍ଲୀ,୧୯ା୯: ଆପଲ କମ୍ପାନୀ ପ୍ରସ୍ତୁତ ନୂଆ ଆଇଫୋନ୍‌ ୧୮ ସିରିଜ୍‌ର ବିକ୍ରି ଆନୁଷ୍ଠାନିକ ଭାବେ ଶୁକ୍ରବାର ଆରମ୍ଭ ହୋଇଛି। ନିକଟରେ ଏହି ଫୋନ୍‌ର ବିକ୍ରି ଏବଂ ଫିଚର…

କଟକରେ ନନ୍ଦିନୀ ଶତପଥୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚିତ

କଟକ,୧୯ା୯(କାର୍ତ୍ତିକ ସାହୁ): ସାମାଜିକ, ରାଜନୈତିକ ଓ ପ୍ରଶାସନିକ ଇତିହାସରେ ନନ୍ଦିନୀ ଶତପଥୀଙ୍କ ଅବଦାନ ଅତ୍ୟନ୍ତ ସ୍ବତନ୍ତ୍ର। ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ସେ ଓଡ଼ିଶା ରାଜନୀତିରେ…

୧୮୬ ବର୍ଷ ପରେ ନିଜ ଦେଶକୁ ଫେରିଲା ଆଜ୍‌ଟେକ୍‌ ସାମ୍ରାଜ୍ୟର ଦୁର୍ଲଭ ପାଣ୍ଡୁଲିପି

ମେକ୍ସିକୋ ସିଟି,୧୯ା୯: ଦୀର୍ଘ ୧୮୬ ବର୍ଷ ପରେ ପୁଣିଥରେ ମେକ୍ସିକୋକୁ ଫେରିଛି ତା’ର ଐତିହାସିକ ଗୌରବ। ୧୬ଶ ଶତାବ୍ଦୀର ଦୁର୍ଲଭ ପାଣ୍ଡୁଲିପି ‘ଆଜାକ୍‌ଟିଟ୍ଲାନ କୋଡେକ୍ସ’ ପ୍ରଥମ ଥର…

ସହକର୍ମୀଙ୍କୁ ବଳାତ୍କାର ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ

ଭୁବନେଶ୍ୱର,୧୯ା୯(ତ୍ରିନାଥ ମହାନ୍ତି): ମହିଳା ସହକର୍ମୀଙ୍କୁ ବଳାତ୍କାର କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର…

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

ଦିଲ୍ଲୀରେ ନାବାଳିକାଙ୍କୁ ଗଣବଳାତ୍କାର, ଅଟୋରିକ୍ସା ଭିତରେ ମଦ୍ୟପାନ କରି…

ନୂଆଦିଲ୍ଲୀ,୧୯ା୯: ରାଜଧାନୀ ନୂଆଦିଲ୍ଲୀରେ ପୁଣି ଏକ ଭୟଙ୍କର ଓ ନୃଶଂସ ଅପରାଧ ସାମ୍ନାକୁ ଆସିଛି। ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ପରେ ଛୁରିରେ ଭୁସି ହତ୍ୟା…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?