Posted inଜାତୀୟ

ବହୁମତ ହାସଲ ନ କଲେ କ’ଣ ରହିବ ଭାଜପାର ପ୍ଲାନ୍‌ ବି: ଜାଣନ୍ତୁ କ’ଣ କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୭।୫: ଲୋକ ସଭା ନିର୍ବାଚନର ଚାରୋଟି ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏନଡିଏ ପୁଣିଥରେ କେନ୍ଦ୍ରରେ ସରକାର ଗଠନ କରିବ ବୋଲି ଦାବି କରିଛି ଭାଜପା। ଅନ୍ୟପଟେ ଜୁନ ୨ରେ ଭାଜପାର ବିଦାୟ ନିଶ୍ଚିତ ବୋଲି ବିରୋଧୀ ଦଳ ଦାବି କରୁଛନ୍ତି। ନିକଟରେ ଏକ ସାକ୍ଷାତକାରରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ପଚରାଯାଇଥିଲା, ଯଦି ସଂଖ୍ୟାଗରିଷ୍ଠତା ହାସଲ ନ କରେ ତେବେ ଭାଜପାର କୌଣସି ପ୍ଲାନ୍‌ ବି ଅଛି କି? ଏହାର ଉତ୍ତରରେ ଅମିତ ଶାହା କହିଛନ୍ତି ଯେ, ପ୍ଲାନ ବି ସେତେବେଳେ କରାଯାଏ ଯେତେବେଳେ ଯେତେବେଳେ ପ୍ଲାନ ଏର ସଫଳତାର ସମ୍ଭାବନା ୬୦ ପ୍ରତିଶତରୁ କମ ହୋଇଥାଏ। ମୋର ସମ୍ପୂର୍ଣ୍ଣ ଆତ୍ମବିଶ୍ୱାସ ରହିଛି ଯେ, ପ୍ରଧାନମନ୍ତ୍ରୀ ମୋଦି ଏକ ବିରାଟ ବିଜୟ ସହ କ୍ଷମତାକୁ ଫେରିବେ।
ଅମିତ ଶାହାଙ୍କୁ ପଚରାଯାଇଥିଲା, ଯଦି ଜୁନ ୪ରେ ଭାଜପା ୨୭୨ର ସଂଖ୍ୟାରେ ପହଞ୍ଚି ନ ପାରେ ତେବେ କଣ ହେବ? ଏହା ଉପରେ ଅମିତ ଶାହା କହିଛନ୍ତି, ମୁଁ ସେପରି କୌଣସି ସମ୍ଭାବନା ଦେଖୁ ନାହିଁ। ୬୦ କୋଟି ହିତାଧିକାରୀଙ୍କ ଏକ ଶକ୍ତିଶାଳୀ ସେନା ପିଏମ ମୋଦିଙ୍କ ସହ ଛିଡା ହୋଇଛି। ଯେଉଁମାନେ ସରକାରୀ ଯୋଜନାରେ ଉପକୃତ ହୋଇଛନ୍ତି ସେମାନେ ଜାଣନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ’ଣ।
ତାଙ୍କ ସରକାରଙ୍କ ସଫଳତା ବିଷୟରେ ଆଲୋଚନା କରି କେନ୍ଦ୍ର ମନ୍ତ୍ରୀ କହିଛନ୍ତି, ଯେଉଁମାନେ ଧାରା ୩୭୦କୁ ପ୍ରଶ୍ନ କରନ୍ତି, ମୁଁ ସେମାନଙ୍କୁ କହିବାକୁ ଚାହେଁ କଶ୍ମୀରରେ ଭୋଟ ପ୍ରତିଶତ ୪୦% ଅତିକ୍ରମ କରିଛି। ଏହାଠାରୁ ବଡ଼ ସଫଳତା ଆଉ କ’ଣ ହୋଇପାରେ। ସମସ୍ତ ମୌଳିକବାଦୀ ଗୋଷ୍ଠୀ ଏବଂ ନେତାମାନେ ଭୋଟ ଦେଉଛନ୍ତି। ସେମାନେ ଗଣତାନ୍ତ୍ରିକ ପ୍ରକ୍ରିୟାର ଏକ ଅଂଶ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri