Posted inଜାତୀୟ

ବହୁମତ ହାସଲ ନ କଲେ କ’ଣ ରହିବ ଭାଜପାର ପ୍ଲାନ୍‌ ବି: ଜାଣନ୍ତୁ କ’ଣ କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୭।୫: ଲୋକ ସଭା ନିର୍ବାଚନର ଚାରୋଟି ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏନଡିଏ ପୁଣିଥରେ କେନ୍ଦ୍ରରେ ସରକାର ଗଠନ କରିବ ବୋଲି ଦାବି କରିଛି ଭାଜପା। ଅନ୍ୟପଟେ ଜୁନ ୨ରେ ଭାଜପାର ବିଦାୟ ନିଶ୍ଚିତ ବୋଲି ବିରୋଧୀ ଦଳ ଦାବି କରୁଛନ୍ତି। ନିକଟରେ ଏକ ସାକ୍ଷାତକାରରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ପଚରାଯାଇଥିଲା, ଯଦି ସଂଖ୍ୟାଗରିଷ୍ଠତା ହାସଲ ନ କରେ ତେବେ ଭାଜପାର କୌଣସି ପ୍ଲାନ୍‌ ବି ଅଛି କି? ଏହାର ଉତ୍ତରରେ ଅମିତ ଶାହା କହିଛନ୍ତି ଯେ, ପ୍ଲାନ ବି ସେତେବେଳେ କରାଯାଏ ଯେତେବେଳେ ଯେତେବେଳେ ପ୍ଲାନ ଏର ସଫଳତାର ସମ୍ଭାବନା ୬୦ ପ୍ରତିଶତରୁ କମ ହୋଇଥାଏ। ମୋର ସମ୍ପୂର୍ଣ୍ଣ ଆତ୍ମବିଶ୍ୱାସ ରହିଛି ଯେ, ପ୍ରଧାନମନ୍ତ୍ରୀ ମୋଦି ଏକ ବିରାଟ ବିଜୟ ସହ କ୍ଷମତାକୁ ଫେରିବେ।
ଅମିତ ଶାହାଙ୍କୁ ପଚରାଯାଇଥିଲା, ଯଦି ଜୁନ ୪ରେ ଭାଜପା ୨୭୨ର ସଂଖ୍ୟାରେ ପହଞ୍ଚି ନ ପାରେ ତେବେ କଣ ହେବ? ଏହା ଉପରେ ଅମିତ ଶାହା କହିଛନ୍ତି, ମୁଁ ସେପରି କୌଣସି ସମ୍ଭାବନା ଦେଖୁ ନାହିଁ। ୬୦ କୋଟି ହିତାଧିକାରୀଙ୍କ ଏକ ଶକ୍ତିଶାଳୀ ସେନା ପିଏମ ମୋଦିଙ୍କ ସହ ଛିଡା ହୋଇଛି। ଯେଉଁମାନେ ସରକାରୀ ଯୋଜନାରେ ଉପକୃତ ହୋଇଛନ୍ତି ସେମାନେ ଜାଣନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ’ଣ।
ତାଙ୍କ ସରକାରଙ୍କ ସଫଳତା ବିଷୟରେ ଆଲୋଚନା କରି କେନ୍ଦ୍ର ମନ୍ତ୍ରୀ କହିଛନ୍ତି, ଯେଉଁମାନେ ଧାରା ୩୭୦କୁ ପ୍ରଶ୍ନ କରନ୍ତି, ମୁଁ ସେମାନଙ୍କୁ କହିବାକୁ ଚାହେଁ କଶ୍ମୀରରେ ଭୋଟ ପ୍ରତିଶତ ୪୦% ଅତିକ୍ରମ କରିଛି। ଏହାଠାରୁ ବଡ଼ ସଫଳତା ଆଉ କ’ଣ ହୋଇପାରେ। ସମସ୍ତ ମୌଳିକବାଦୀ ଗୋଷ୍ଠୀ ଏବଂ ନେତାମାନେ ଭୋଟ ଦେଉଛନ୍ତି। ସେମାନେ ଗଣତାନ୍ତ୍ରିକ ପ୍ରକ୍ରିୟାର ଏକ ଅଂଶ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri