କ’ଣ ହେବ ଅର୍ପଣ ଚାଉଳ: ଏମିତି କହିଲେ ଆଇନମନ୍ତ୍ରୀ

ଭୁବନେଶ୍ୱର,୩।୮: ଜଗନ୍ନାଥ ପ୍ରେମୀ ଦେଇଥିବା ‘ଅର୍ପଣ ଚାଉଳ’ ଖତ ଖାଉଥିବା ଖବର ଗଣମାଧ୍ୟମରେ ପ୍ରସାର ହେବା ପରେ ଶନିବାର ଆଇନମନ୍ତ୍ରୀ ପୃଥୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି ।
ଭକ୍ତଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ସେ ଚାଉଳର ସଦୁପଯୋଗ କେମତି ହେବ, ସେନେଇ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି। ଖୁବଶୀଘ୍ର ଏହାକୁ ନେଇ ପରିଚାଳନା କମିଟି ବସିବ  । କମିଟି ବସିବା ପରେ ଯାହା ପରାମର୍ଶ ଆସିବ ତାକୁ  ସରକାର ଗ୍ରହଣ କରିବେ  ।
ଅର୍ପଣ ଚାଉଳ ଭଗବାନଙ୍କ ପାଖରେ ଅର୍ପଣ ହେବାର ଯୋଗ୍ୟ ନୁହେଁ  । ପୂର୍ବରୁ ମଧ୍ୟ ଏହା କୁହାଯାଇଛି । କିନ୍ତୁ ପୂର୍ବ ସରକାର ଏହା ଶୁଣିବାକୁ ନାରାଜ ଥିଲେ  । କିଛି ଶୁଣିବାକୁ ପ୍ରସ୍ତୁତ ନଥିଲେ ଏବଂ ନିଜ ଜିଦରେ ଅଟଳ ଥିଲେ  । ଖେଚୁଡ଼ି ଭୋଗ କରି ଠାକୁରଙ୍କ ପାଖେ ଭୋଗ କରିବାକୁ ଚେଷ୍ଟା ଚଳାଇଥିଲେ । କିନ୍ତୁ ଅର୍ପଣ ଚାଉଳ ପ୍ରସାଦ ଯୋଗ୍ୟ ନୁହେଁ ବୋଲି ସେବାୟତମାନେ ମଧ୍ୟ ଅସନ୍ତୋଷ ବ୍ୟକ୍ତ କରିଥିଲେ  ବୋଲି ଆଇନମନ୍ତ୍ରୀ କହିଛନ୍ତି । ତେବେ ଖୁବଶୀଘ୍ର ଏହାକୁ ନେଇ ପରିଚାଳନା କମିଟି ବସିବ  । କମିଟି ବସିବା ପରେ ଯାହା ପରାମର୍ଶ ଦିଆଯିବ ସରକାର ତାହା ଗ୍ରହଣ କରିବେ ବୋଲି ମନ୍ତ୍ରୀ କହିଛନ୍ତି ।
ଏଫସିଆଇ ଗୋଦାମରେ ହଜାର ହଜାର କ୍ୱିଣ୍ଟାଲ ଅର୍ପଣ ଚାଉଳ ଗଦା ହୋଇଛି  । ଏହା ବାବଦରେ ସ୍ପଷ୍ଟ ନିଷ୍ପତ୍ତି ହେବା ଆବଶ୍ୟକ ରହିଛି  । ସେ ଚାଉଳ ଖରାପ ହେବା ଆରମ୍ଭ ହେଲାଣି  । ଭକ୍ତଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ସେ ଚାଉଳର ସଦୁପଯୋଗ କେମତି ହେବ, ପରିଚାଳନା କମିଟି ନିଷ୍ପତ୍ତି ନେଇସାରିବା ପରେ ସରକାର ପଦକ୍ଷେପ ନେବେ ବୋଲି ମନ୍ତ୍ରୀ ହରିଚନ୍ଦନ କହିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri