Posted inଜାତୀୟ

ଭାଜପା କ୍ଷମତାକୁ ଆସିଲେ ସତରେ କ’ଣ ବଦଳିଯିବ ସମ୍ବିଧାନ: ଜାଣନ୍ତୁ ଏନେଇ କ’ଣ କହିଲେ ମୋଦି

ନୂଆଦିଲ୍ଲୀ, ୧୬।୪:୨୦୪୭ ସୁଦ୍ଧା ଭାରତକୁ ବିଶ୍ୱର ତୃତୀୟ ସର୍ବବୃହତ ଅର୍ଥନୀତିରେ ପରିଣତ କରିବା ଦିଗରେ କେନ୍ଦ୍ରର ଭାଜପା ସରକାର କାର୍ଯ୍ୟ କରିଚାଲିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଏକ ସାକ୍ଷାତ୍‌କାରରେ କହିଛନ୍ତି। ଆଗାମୀ ୫ ବର୍ଷରେ ଭାରତର ଅର୍ଥନୀତି ୫ ଟ୍ରିଲିୟନ ଡଲାରରେ ପହଞ୍ଚିବ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ତେବେ କେନ୍ଦ୍ରରେ ଭାଜପା ତୃତୀୟ ଥର ପାଇଁ କ୍ଷମତାକୁ ଆସିଲେ ସମ୍ବିଧାନ ବଦଳାଇବାକୁ ଚେଷ୍ଟା କରିବ ବୋଲି ବିରୋଧୀ ଅପ ପ୍ରଚାର କରୁଥିବା ମୋଦି କହିଛନ୍ତି। ମୋଦି ସରକାରଙ୍କ ନିକଟରେ ନିଶ୍ଚିତ ଭାବେ ଦେଶବାସୀଙ୍କ ପାଇଁ ବଡ଼ ଯୋଜନା ରହିଛି, ତେବେ ଏଥିରେ କାହାରିକୁ ଡରିବାର ଆବଶ୍ୟକତା ନ ଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। କେନ୍ଦ୍ର ଭାଜପା ସରକାର ଦେଶର ବିକାଶ ପାଇଁ ଠିକ୍‌ ସମୟରେ ଉଚିତ ନିଷ୍ପତ୍ତି ନେବେ ବୋଲି ସେ କହିଛନ୍ତି। ‘୨୦୪୭ ବିକଶିତ ଭାରତ’ ଦିଗରେ ଗତ ୨ ବର୍ଷ ହେଲା କେନ୍ଦ୍ର ସରକାର କାର୍ଯ୍ୟ କରୁଛନ୍ତି। ଆଗାମୀ ୨୩ ବର୍ଷ ମଧ୍ୟରେ ଭାରତକୁ କିପରି ଭାବେ ଦେଖିବାକୁ ଚାହୁଁଛନ୍ତି, ସେନେଇ ୧୫ ଲକ୍ଷ ଦେଶବାସୀ ବିଭିନ୍ନ ପ୍ରସ୍ତାବ ଦେଇଥିବା ମୋଦି କହିଛନ୍ତି। ସେହିପରି ଅଧିକାଂଶ ରାଜ୍ୟରେ ବିଧାନସଭା ନିର୍ବାଚନ ଅଲଗା ଅଲଗା ସମୟରେ ହେଉଥିବାରୁ ବିକାଶ ବାଧାପ୍ରାପ୍ତ ହେଉଛି। ସେଥିପାଇଁ ‘ଗୋଟିଏ ଦେଶ ଏକ ନିର୍ବାଚନ’କୁ ଆପଣାଇବାର ଆବଶ୍ୟକତା ରହିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଚଳିତ ଲୋକ ସଭା ନିର୍ବାଚନରେ ମତଦାତାଙ୍କ ନିକଟରେ ୨ଟି ବିକଳ୍ପ ରହିଛି। କଂଗ୍ରେସର ବିଫଳ ମଡେଲ ସହ କେନ୍ଦ୍ର ଭାଜପା ସରକାରଙ୍କ ୧୦ ବର୍ଷର ବିକାଶ ମଡେଲ ସହ ତୁଳନା କରି ଲୋକେ ଭୋଟ ଦେବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?