ରାଷ୍ଟ୍ରପତି ନିର୍ବାଚନ ହାରିଗଲେ କ’ଣ କରିବେ ଟ୍ରମ୍ପ? ଏବେ କଲେ ସ୍ପଷ୍ଟ

ଓ୍ବାଶିଂଟନ,୨୩।୯: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଦିନକୁ ଦିନ ଆକର୍ଷଣୀୟ ହେବାରେ ଲାଗିଛି। ନିର୍ବାଚନ ତାରିଖ ନଭେମ୍ବର ୫ ରଖାଯାଇଛି। ରବିବାର ଏକ ଇଭେଣ୍ଟରେ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ପଚରାଯାଇଥିଲା ଯେ ଯଦି ସେ ୨୦୨୪ ନିର୍ବାଚନରେ ହାରିଯାଆନ୍ତି, ତେବେ ସେ ଆଗାମୀ ୨୦୨୮ିରେ ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ କି? ଏହା ଉପରେ ସେ କହିଥିଲେ, ‘ଏସବୁ ବର୍ତ୍ତମାନ!’ ସରଳ ଭାଷାରେ ଟ୍ରମ୍ପ କ୍ରମାଗତ ଚତୁର୍ଥ ଥର ପାଇଁ ନିର୍ବାଚନ ଦୌଡ଼ରେ ଭାଗ ନେବାକୁ ମନା କରି ଦେଇଥିବା କୁହାଯାଉଛି।
ରବିବାର ‘ଫୁଲ ମେଜର’ ନାମକ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ଅଂଶଗ୍ରହଣ କରିଥିଲେ। ଏଥିରେ ତାଙ୍କୁ ପଚରାଯାଇଥିଲା କି ଯଦି ସେ ୨୦୨୪ ନିର୍ବାଚନରେ ହାରିଯାଆନ୍ତି ତେବେ ସେ କ୍ରମାଗତ ଚତୁର୍ଥ ଥର ପାଇଁ ୨୦୨୮ ରେ ରାଷ୍ଟ୍ରପତି ପ୍ରାର୍ଥୀ ହେବେ କି? ପ୍ରଶ୍ନର ଉତ୍ତର ଦେଇ ସେ କହିଥିଲେ, ନା, ମୁଁ ସେପରି ଭାବୁନାହିଁ। ମୁଁ ଭାବୁଛି ଏବେ ଯାହା ହୋଇଛି ତାହା ବର୍ତ୍ତମାନ ଯଥେଷ୍ଟ। ମୁଁ ଆଶା କରୁଛି କେବଳ ଏଥର ଆମେ ସଫଳ ହେବୁ।
ସୂଚନାଯୋଗ୍ୟ, ଡେମୋକ୍ରାଟିକ ପାର୍ଟିର ଆମେରିକାର ଉପରାଷ୍ଟ୍ରପତି କମଲା ହାରିସଙ୍କଠାରୁ ଟ୍ରମ୍ପ କଡ଼ା ପ୍ରତିଯୋଗିତାର ସମ୍ମୁଖୀନ ହେଉଛନ୍ତି। ଉଭୟ ପ୍ରାର୍ଥୀ ନିର୍ବାଚନ କ୍ଷେତ୍ରରେ ପରସ୍ପରକୁ କଠୋର ପ୍ରତିଯୋଗୀ ବୋଲଇ ଭାବୁଛନ୍ତି। ଏପରିକି ହାରିସ ମତଦାନରେ ଅଗ୍ରଣୀ ହାସଲ କରିବା ଆରମ୍ଭ କରିଛନ୍ତି।
ସୂଚନା ଅନୁସାରେ, ଟ୍ରମ୍ପ ଆଗାମୀ ନିର୍ବାଚନ ପୂର୍ବରୁ ଘୋଷଣା କରିଦେଇଛନ୍ତି। ୨୦୧୭ରେ ଶପଥ ଗ୍ରହଣ ସମୟରେ ଯେପରି ସେ ୨୦୨୦ରେ ନିର୍ବାଚନ ଲଢିବାକୁ ଘୋଷଣା କରିଥିଲେ। ଏଥି ସହିତ, ସେ ନିଜେ ୨୦୨୨ରେ ୨୦୨୪ ର୍ନିିାଚନ ପାଇଁ ଘୋଷଣା କରିଥିଲେ। ଏଥି ସହିତ, ସେ ୨୦୨୦ନିର୍ବାଚନରେ ପରାଜୟକୁ ଅସାମ୍ବିଧାନିକ ବୋଲି କହିଛନ୍ତି। ନିର୍ବାଚନରେ ଅନେକ ଅନିୟମିତତା ଏବଂ ଠକେଇ ହୋଇଥିବା ସେ କହିଛନ୍ତି। ଏଥିସହ ୨୦୨୦ ନିର୍ବାଚନର ଫଳାଫଳକୁ ଅଗ୍ରାହ୍ୟ କରିବା ପାଇଁ ତାଙ୍କ ବିରୋଧରେ ଏକ ମାମଲା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?