ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍‌

ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌ କହିଛନ୍ତି। ମାଲକାନଗିରି ଜିଲା କାଲିମେଳା, ମାଥିଲି ଓ କୋରାପୁଟ ଜିଲାର କୋଟପାଡ଼ରେ ସୋମବାର ପ୍ରଚାର ବେଳେ ସେ ଏହା କହିଛନ୍ତି। ସେ ପ୍ରଥମେ ମାଲକାନଗିରି ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କାଲିମେଳା ଷ୍ଟାଡିୟମରେ ଆୟୋଜିତ ନିର୍ବାଚନୀ ସମାବେଶରେ ଯୋଗ ଦେଇଥିଲେ। ଏଠାରେ ଜିଲାର ବିକାଶ କଥା କହିବା ସହ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ରାଜ୍ୟ ସରକାରଙ୍କ ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା ବିଷୟରେ ବୁଝାଇବା ସହ ବିଗତ ଦିନରେ କାଲିମେଳାବାସୀଙ୍କୁ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ କରାଯାଇଥିବା ପାଣ୍ଡିଆନ୍‌ କହିଛନ୍ତି। ଏଠାରେ ମେ ୧୩ରେ ନିର୍ବାଚନ ଅଛି। ତେଣୁ ମାଲକାନଗିରି ନିର୍ବାଚନମଣ୍ଡଳୀର ବିଧାୟକ ପ୍ରାର୍ଥୀ ମାନସ ମାଡକାମି ଓ ନବରଙ୍ଗପୁର ଏମ୍‌ପି ପ୍ରାର୍ଥୀ ପ୍ରଦୀପ ମାଝିଙ୍କୁ ବିଜୟୀ କରାଇବା ଲାଗି ଭୋଟରଙ୍କୁ ସେ ଅନୁରୋଧ କରିଛନ୍ତି। ସଭାରେ ଯୋଡ଼ିଶଙ୍ଖ ବଜାଇ ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ଟାଣ କରିବା ସହ ଓଡ଼ିଶା ପ୍ରଗତି ଓ ଉନ୍ନତିରେ ସାହାଯ୍ୟ କରିବାକୁ ସେ ଅନୁରୋଧ କରିଛନ୍ତି। ଓଡ଼ିଶାରେ ଡବଲ ଇଞ୍ଜିନ ନୁହେଁ, ନବୀନ ଇଞ୍ଜିନ କାମ କରୁଛି। କାଲିମେଳାରେ ମଧ୍ୟ ପୂର୍ବରୁ ବୋମା ଓ ଗୁଳି ଫୁଟୁଥିଲା, ଶାନ୍ତି ନ ଥିଲା, ଏବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମରେ ଏଠାରେ ଶାନ୍ତି ଫେରିଛି ବୋଲି ପାଣ୍ଡିଆନ କହିଛନ୍ତି। ମାଲକାନଗିରିରେ ପୁଞ୍ଜିନିବେଶ ହେବା ସହ ଯୁବକଙ୍କ ପାଇଁ ରୋଜଗାର ସୁଯୋଗ ବଢ଼ିବ। ତେଣୁ ବିଜେଡିର ଉଭୟ ଏମ୍‌ପି ଓ ବିଧାୟକ ପ୍ରାର୍ଥୀଙ୍କୁ ଆଶୀର୍ବାଦ କରିବାକୁ ସେ କହିଛନ୍ତି। ଗତଥର ମାଲକାନଗିରି ଜିଲାରୁ ଜଣେ ବିଧାୟକ ପ୍ରାର୍ଥୀ ଜିତିଥିଲେ। ହେଲେ ଗତ ୫ ବର୍ଷ ହେଲା ତାଙ୍କର ଦେଖା ଦର୍ଶନ ମିଳୁନି। ସେ କେଉଁ ବିକାଶମୂଳକ କାମ କରିଛନ୍ତି, କେଉଁ ରାସ୍ତା କାମ କରିଛନ୍ତି ବୋଲି ପାଣ୍ଡିଆନ ପ୍ରଶ୍ନ କରିବା ସହ ମାଲକାନଗିରି ଜିଲାକୁ ମୁଖ୍ୟମନ୍ତ୍ରୀ ଏତେ ଭଲ ପାଆନ୍ତି ଯେ, ସବୁ ବଡ଼ ବଡ଼ ଯୋଜନା ଏହି ଅଞ୍ଚଳରୁ ଆରମ୍ଭ ହୋଇଛି। ୨୦୦୮ରେ ମୁଖ୍ୟମନ୍ତ୍ରୀ ପ୍ରଥମେ ମାଲକାନଗିରିରୁ ୨ ଟଙ୍କିଆ ଚାଉଳ ଯୋଜନା ଆରମ୍ଭ କରିଥିଲେ। ସ୍ବାଭିମାନ ଅଞ୍ଚଳବାସୀଙ୍କ ଅନୁରୋଧ କ୍ରମେ ମାଲକାନଗିରିରୁ ଐତିହାସିକ ଲକ୍ଷ୍ମୀ ବସ୍‌ ଯୋଜନା ଆରମ୍ଭ ହୋଇଛି ବୋଲି ପାଣ୍ଡିଆନ କହିଛନ୍ତି।
କାର୍ଯ୍ୟକ୍ରମରେ ବିଧାୟକ ପ୍ରାର୍ଥୀ ମାନସ ମାଡକାମୀ ଓ ନବରଙ୍ଗପୁର ଏମ୍‌ପି ପ୍ରାର୍ଥୀ ପ୍ରଦୀପ ମାଝି ଉପସ୍ଥିତ ରହି ଭାଷଣ ଦେଇଛନ୍ତି। ପରେ କର୍ମୀମାନଙ୍କ ସହ ଆଲୋଚନା କରି ପାଣ୍ଡିଆନ ଚିତ୍ରକୋଣ୍ଡା ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ମାଥିଲି ବ୍ଲକ ହାଟପଦାରେ ଆୟୋଜିତ ନିର୍ବାଚନୀ ସଭାକୁ ସମ୍ବୋଧିତ କରିଛନ୍ତି। ସେଠାରେ ଏମ୍‌ପି ପ୍ରାର୍ଥୀ ପ୍ରଦୀପ ମାଝି ଓ ଚିତ୍ରକୋଣ୍ଡା ନିର୍ବାଚନମଣ୍ଡଳୀ ବିଜେଡି ବିଧାୟିକା ପ୍ରାର୍ଥୀ ଲକ୍ଷ୍ମୀପ୍ରିୟା ନାୟକଙ୍କୁ ଜିତାଇବାକୁ ସେ କହିଛନ୍ତି। କାର୍ଯ୍ୟକ୍ରମରେ ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି ଦୁର୍ଗା ତ୍ରିପାଠୀଙ୍କ ସହ କାଲିମେଳା ବ୍ଲକ ସଭାପତି ଶରତ ଚନ୍ଦ୍ର ବିଶ୍ୱାଳ, ପଡ଼ିଆ ବ୍ଲକ ବିଜେଡି ସଭାପତି ଏମ୍‌ଡି ଫାରୁକ, ବ୍ଲକ କାର୍ଯ୍ୟକାରୀ ସଭାପତି ଡି. ବିଶ୍ୱନାଥ ରେଡ୍ଡୀ, କାଲିମେଳା ବ୍ଲକ ଅଧ୍ୟକ୍ଷା ସୁବାସିନୀ ସୋଡ଼ୀ ପ୍ରମୁଖ ଉପସ୍ଥିତ ଥିଲେ।
ଶେଷରେ ପାଣ୍ଡିଆନ କୋଟପାଡ଼ ବ୍ଲକ ଭୈରବ ପଡିଆରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ହୋଇଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଲୋକଙ୍କୁ ଅବଗତ କରାଇଛନ୍ତି। ଚଳିତ ନିର୍ବାଚନରେ ବିଜେଡିକୁ ଭୋଟଦେଇ ନବୀନ ପଟ୍ଟନାୟକଙ୍କୁ ପୁଣି ଥରେ ମୁଖ୍ୟମନ୍ତ୍ରୀ କରିବାକୁ ସେ ନିବେଦନ କରିଛନ୍ତି। କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ପ୍ରାର୍ଥୀ ଚନ୍ଦ୍ର ଶେଖର ମାଝି, ନବରଙ୍ଗପୁର ଏମ୍‌ପି ପ୍ରାର୍ଥୀ ପ୍ରଦୀପ ମାଝି ଓ ବିଧାୟିକା ପଦ୍ମିନୀ ଦିଆନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri