ହକି ଦଳ ଯାହା କଲେ, ଆଜି ସାରା ଦେଶ ଖୁସିରେ ନାଚୁଛି: ପିଏମ୍‌ ମୋଦି…

ନୂଆଦିଲ୍ଲୀ,୫।୮: ଭାରତୀୟ ପୁରୁଷ ହକି ଦଳ ଗୁରବୁାର ଟୋକିଓ ଅଲିମ୍ପିକ୍ସରେ ଇତିହାସ ସୃଷ୍ଟି କରିଛି। ହକି ଦଳ ଜର୍ମାନୀକୁ ୫-୪ ଗୋଲରେ ପରାସ୍ତ କରି ବ୍ରୋଞ୍ଜ ପଦକ ଜିତିଛି। ଅଲିମ୍ପିକ୍ସରେ ପୁରୁଷ ହକି ଦଳ ୪୧ ବର୍ଷ ପରେ ପୁଣି ପଦକ ଜିତିଛି। ହକି ଦଳର ଏହି ଐତିହାସିକ ବିଜୟ ଉତ୍ସବକୁ ସମଗ୍ର ଦେଶ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହକି ଦଳକୁ ଅଭିନନ୍ଦନ ଜଣାଇଛନ୍ତି। ହକି ଦଳ ଅଧିନାୟକ ମନପ୍ରୀତ ସିଂ ଏବଂ କୋଚ ଗ୍ରାହାମ ରିଡଙ୍କ ସହିତ ପ୍ରଧାନମନ୍ତ୍ରୀ କଥାବାର୍ତ୍ତା ହେବାର ୨ ମିନିଟ୍‌ ୧୫ ସେକେଣ୍ଡର ଏକ ଭିଡିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ହକି ଦଳ ଯାହା କଲେ, ଆଜି ସାରା ଦେଶ ନାଚୁଛି ବୋଲି ମୋଦି କହିଛନ୍ତି।
ଭିଡ଼ିଓରେ ପ୍ରଧାନମନ୍ତ୍ରୀ କ୍ୟାପଟେନ ମନପ୍ରୀତ ସିଂଙ୍କୁ ଫୋନରେ କହୁଛନ୍ତି, ‘ମନପ୍ରୀତ ବହୁତ ଅଭିନନ୍ଦନ। ତୁମେ ଏବଂ ହକି ଦଳ ଯାହା କରିଛ, ସେଥିପାଇଁ ସମଗ୍ର ଦେଶବାସୀ ଆଜି ଖୁସିରେ ନାଚୁଛନ୍ତି। ହକି ଦଳ କଠିନ ପରିଶ୍ରମ କରିଛି। ମୋ ତରଫରୁ ଟିମ୍‌କୁ ଅଭିନନ୍ଦନ ଜଣାଇବାକୁ ପ୍ରଧାନମନ୍ତ୍ରୀ କହିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଜି ସମଗ୍ର ଦେଶ ହକି ଟିମ୍‌ ପାଇଁ ଗର୍ବିତ। ଏହା ପରେ ପ୍ରଧାନମନ୍ତ୍ରୀ କୋଚ ଗ୍ରାହାମ ରିଡଙ୍କ ସହିତ ମଧ୍ୟ କଥାବାର୍ତ୍ତା ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?