ହ୍ବାଟ୍ସ ଆପ୍‌ ପେମେଣ୍ଟ ସର୍ଭିସ ଆରମ୍ଭ

ନୂଆଦିଲ୍ଲୀ: ମେସେଜିଂ ସେବା ଯୋଗାଣକାରୀ କମ୍ପାନୀ ହ୍ବାଟ୍ସଆପ୍‌ ପକ୍ଷରୁ ସାରା ଦେଶରେ ପେମେଣ୍ଟ ସର୍ଭିସ ଶୁଭାରମ୍ଭ କରାଯାଇଛି। ଏକ ବ୍ଲଗ ପୋଷ୍ଟରେ କମ୍ପାନୀ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନ୍ୟାଶନାଲ ପେମେଣ୍ଟସ କର୍ପୋରେଶନ ଅଫ୍‌ ଇଣ୍ଡିଆ (ଏନ୍‌ପିସିଆଇ) ଗୁରୁବାର ସଂଧ୍ୟାରେ କମ୍ପାନୀର ଏଭଳି ସେବା ଯୋଗାଣକୁ ମଞ୍ଜୁରୀ ପ୍ରଦାନ କରିଛି। ଏହି ସେବା ୟୁପିଆଇ ଭିତ୍ତିକ ହେବ। ସୂଚନାଯୋଗ୍ୟ, ହ୍ବାଟସ୍‌ ଆପ୍‌ ଫେସ୍‌ବୁକର ଏକ ସହାୟକ କମ୍ପାନୀ। ପେମେଣ୍ଟ ସେବା ୧୦ ଆଞ୍ଚଳିକ ଭାଷାରେ ଉପଲବ୍ଧ ହେବ ବୋଲି ଫେସ୍‌ବୁକ ସିଇଓ ମାର୍କ ଜୁକରବର୍ଗ ସୂଚନା ଦେଇଛନ୍ତି। ଏଥି ଲାଗି ଲୋକଙ୍କୁ କୌଣସି ଚାର୍ଜ ଲାଗିବ ନାହିଁ। ବର୍ତ୍ତମାନ ସାରା ଦେଶରେ ହ୍ବାଟସଆପ୍‌ର ୪୦ କୋଟି ୟୁଜର ରହିଛନ୍ତି। ଗତ ୨ ବର୍ଷଠାରୁ ଏଭଳି ସେବା ଆରମ୍ଭ କରିବା ଲାଗି ମଞ୍ଜୁରୀ ଅପେକ୍ଷାରେ ରହିଥିଲା। ସେବା ଆରମ୍ଭ କରିବା ଲାଗି କମ୍ପାନୀ ପ୍ରାୟ ୧୦ ଲକ୍ଷ ୟୁଜର୍ସଙ୍କୁ ନେଇ ପରୀକ୍ଷା ନୀରିକ୍ଷା ଚଳାଇ ଆସିଥିଲା।
ଜୁକରବର୍ଗ କହିଛନ୍ତି, ୧୪୦ରୁ ଉର୍ଦ୍ଧ୍ୱ ବ୍ୟାଙ୍କର ଗ୍ରାହକ ଏହି ସେବା ଲାଭ କରିପାରିବେ। ହ୍ବାଟସ ଆପ୍‌ ପେମେଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ ରହିଥିବା ସେ ମତ ଦେଇଛନ୍ତି। ହ୍ବାଟସଆପ୍‌ ପେମେଣ୍ଟ ଲାଗି ୟୁପିଆଇ ସମର୍ଥୀତ ଡେବିଟ କାର୍ଡ ଆବଶ୍ୟକତା ପଡିବ। ସିଧାସଳଖ ପେମେଣ୍ଟ ସୁବିଧା ମିଳିବ। ପେମେଣ୍ଟ ଫିଚର ହ୍ବାଟସ ଆପ୍‌ର ନୂଆ ଅପଡେଟରେ ମିଳିପାରିବ। ବର୍ତ୍ତମାନ ଆଇସିଆଇସିଆଇ ବ୍ୟାଙ୍କ, ଏଚ୍‌ଡିଏଫ୍‌ସି ବ୍ୟାଙ୍କ, ଆକ୍ସିସ ବ୍ୟାଙ୍କ, ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏବଂ ଜିଓ ପେମେଣ୍ଟସ ବ୍ୟାଙ୍କ ସହ ହ୍ବାଟସ ଆପ୍‌ ଚୁକ୍ତିରେ ସାମିଲ ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ୨ କୋଟି ଗ୍ରାହକଙ୍କୁ ନେଇ କମ୍ପାନୀର ଏହି ସେବା ଆରମ୍ଭ ହୋଇପାରେ ବୋଲି ଏନ୍‌ପିସିଆଇ ପକ୍ଷରୁ ସୂଚନା ଦିଆଯାଇଛି। ପେମେଣ୍ଟ ସର୍ଭିସର ଅପଡେଟ ଧୀରେ ଧୀରେ ମିଳିବ। ପ୍ରାଥମିକ ପର୍ଯ୍ୟାୟରେ ଅପଟେଡ ମିଳିବନି ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri