ଗହମ କଳାବଜାର, ମୂଲ୍ୟବୃଦ୍ଧିରେ ଲାଗିବ ରୋକ୍‌

ଭୁବନେଶ୍ୱର,୩୦।୩(ଅନୁରାଧା ମହାରଣା): ଗହମର ମୂଲ୍ୟବୃଦ୍ଧି କିମ୍ବା କଳାବଜାର ରୋକିବା ପାଇଁ କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଗହମ ଷ୍ଟକ୍‌ ଘୋଷଣା କରିବାକୁ ସରକାର ବାଧ୍ୟତାମୂଳକ କରିଛନ୍ତି। ସରକାର ପୂର୍ବରୁ ଗହମ ଉପରେ ଏକ ଷ୍ଟକ୍‌ ସୀମା ଧାର୍ଯ୍ୟ କରିଥିଲେ। ଏହାର ବୈଧତା ମାର୍ଚ୍ଚ ୩୧ରେ ଶେଷ ହେଉଛି। ଏହାକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଖାଉଟି ବ୍ୟାପାର ଏବଂ ଖାଦ୍ୟ ଯୋଗାଣ ମନ୍ତ୍ରଣାଳୟ କହିଛି, ଗହମ ଏବଂ ଚାଉଳ ଆଦିର ମୂଲ୍ୟବୃଦ୍ଧିରେ ରୋକ୍‌ ଲଗାଇବା ପାଇଁ ଷ୍ଟକ୍‌ ଉପରେ ତୀକ୍ଷ୍ଣ ନଜର ରଖିଛି । ଏହାଦ୍ୱାରା ସାରା ଦେଶରେ ଗହମ ଉପଲବ୍ଧତା ନିଶ୍ଚିତ ହୋଇପାରିବ। ଖାଉଟି ବ୍ୟାପାର ଏବଂ ଖାଦ୍ୟ ଯୋଗାଣ ମନ୍ତ୍ରଣାଳୟ ଏହି ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇ ଏକ ପ୍ରେସ୍‌ ବିଜ୍ଞପ୍ତି ଜାରି କରିଛି। ମନ୍ତ୍ରଣାଳୟ ଏହାର ବିବୃତିରେ କହିଛି , ଖାଦ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଗହମର ମୂଲ୍ୟକୁ ରୋକିବା ପାଇଁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି, ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ବ୍ୟବସାୟୀ, ହୋଲ୍‌ସେଲର, ଖୁଚୁରା ବ୍ୟବସାୟୀ, ବଡ ଚେନ୍‌ ରିଟେଲର ୱେବ୍‌ସାଇଟ ଗହମ ଷ୍ଟକ୍‌ ସ୍ଥିତି ଘୋଷଣା କରିବାକୁ ପଡ଼ିବ। ଏହି ସମସ୍ତ ବ୍ୟବସାୟୀଙ୍କୁ ସେମାନଙ୍କ ମହଜୁଦ ରଖିଥିବା ଗହମ ବିଷୟରେ ସୂଚନା ପ୍ରଦାନ କରିବାକୁ ପଡ଼ିବ। ଏପ୍ରିଲ ୧ଠାରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ପ୍ରତି ଶୁକ୍ରବାର https://evegoils.nic.in/wheat/login.html ରେ ଗହମ ଷ୍ଟକ୍‌ ବିଷୟରେ ନିୟମିତ ଏବଂ ଠିକ୍‌ ସୂଚନା ପ୍ରଦାନ କରାଯିବାକୁ କୁହାଯାଇଛି। ଯେଉଁମାନଙ୍କର ପୋର୍ଟାଲରେ ପଞ୍ଜୀକରଣ ହୋଇନାହିଁ, ସେମାନେ ମଧ୍ୟ ପ୍ରତି ଶୁକ୍ରବାର ଗହମ ଏବଂ ଚାଉଳର ଷ୍ଟକ୍‌ ଘୋଷଣା କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri