ଇନ୍ଧନ, ବିଜୁଳି ପରେ ଏବେ ଗହମ ସଙ୍କଟ

ଇସଲାମାବାଦ,୨୫ା୫: ପାକିସ୍ତାନ ଭୟଙ୍କର ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଏଭଳି ପରିସ୍ଥିତିରେ ପାକିସ୍ତାନ ପାଇଁ ଆଉ ଏକ ଖରାପ ଖବର ଆସୁଛି। ରାଜନୈତିକ ଏବଂ ଅର୍ଥନୈତିକ ଅସ୍ଥିରତା ମଧ୍ୟରେ ଗହମ ଅଭାବ ପରିଲକ୍ଷିତ ହେଲାଣି।

ଚଳିତ ବର୍ଷ ଫସଲ ଦୁଇ ମେଟ୍ରିକ ଟନ୍‌ ହ୍ରାସ ପାଇବ ବୋଲି ଆଶା କରାଯାଉଛି। ଗହମର ଅଭାବ ମୂଲ୍ୟକୁ ଆହୁରି ଆଗକୁ ବଢ଼ାଇ ଦେଶର ହ୍ରାସ ପାଉଥିବା ଅର୍ଥନୀତିକୁ ଆଉ ଏକ ଝଟ୍‌କା ଦେଇଛି। ଦେଶରେ ଲଗାତର ଉତ୍ତାପ ହେତୁ ଗହମ ସଙ୍କଟର କାରଣ ବୋଲି କୁହାଯାଉଛି।

ପାକିସ୍ତାନ ଚଳିତ ଋତୁରେ ମାତ୍ର ୨୬.୯ ନିୟୁତ ଟନ୍‌ ଗହମ ଅମଳ କରିବ ବୋଲି ଆଶା କରାଯାଉଛି। ମାର୍ଚ୍ଚ ମଧ୍ୟଭାଗରେ ପ୍ରବଳ ଗରମ ଗହମ ଶସ୍ୟ ଉତ୍ପାଦନକୁ ପ୍ରଭାବିତ କରିଥିଲାବେଳେ ସାରର ବ୍ୟବହାର (ଉଭୟ ଡିଏପପି ଏବଂ ୟୁରିଆ) ଉପଲବ୍ଧ ନହେବା କିମ୍ବା ଅଧିକ ଖର୍ଚ୍ଚ ହେବା ସହିତ ଜଳ ଅଭାବ ଯୋଗୁ ଫସଲ ମଧ୍ୟ ନଷ୍ଟ ହୋଇଗଲା। ଫଳରେ ଏହି ସଙ୍କଟ ଦେଖାଦେଇଛି। ଇନ୍ଧନ ଏବଂ ବିଜୁଳି ପରେ ଏବେ ଗହମ ଅଭାବ ଯୋଗୁ ଏହାର ଦାମ୍‌ ଆକାଶଛୁଆଁ ହେବ ବୋଲି ଏବେଠୁ ଆକଳନ କରାଗଲାଣି।


Enter your email to get our daily news in your inbox.

All Right Reserved By Dharitri.Com

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

ସଂସଦରେ ପ୍ରିୟଙ୍କାଙ୍କୁ କଟାକ୍ଷ କଲେ ରିଜିଜୁ; ‘ରାହୁଲଙ୍କ ଭାଷଣ ଚୋରି କରିଦେଲେ…

ନୂଆଦିଲ୍ଲୀ,୨୮।୭: ମଙ୍ଗଳବାର ଲୋକ ସଭାରେ ପେପର ଲିକ ବିରୋଧୀ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କଂଗ୍ରେସ ଦଳ ପକ୍ଷରୁ ଭାଷଣ ଦେଇଥିଲେ।…

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

CJP ଆନ୍ଦୋଳନରେ ପୋଲିସର ବର୍ବରତାକୁ ନେଇ ରାଗିଗଲେ ସୁପ୍ରିମକୋର୍ଟ, ସିଧା ଶୁଣାଇଦେଲେ…

ନୂଆଦିଲ୍ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ସମ୍ବନ୍ଧୀୟ ଆବେଦନଗୁଡ଼ିକ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛି। ପ୍ରଧାନ ବିଚାରପତି (CJI) ସ୍ପଷ୍ଟ ଭାବରେ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri